Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66-67

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
    ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15     ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
    ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
    ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
    ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
    ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
    ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
    ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
    ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।

ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
    ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
    କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
    ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
ଭୂମି ତା’ର ଫସଲ ଦିଏ।
    ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।

ହବ‌କ୍‌କୂକ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:1-2

ହବ‌କ୍‌କୂକଙ୍କର ପରମେଶ୍ୱରଙ୍କଠାରେ ଅଭିଯୋଗ

ଏହି ବାର୍ତ୍ତାଟି ଭବିଷ୍ୟ‌ଦ୍‌ବକ୍ତା ହବ‌କ୍‌କୂକକୁ ପ୍ରଦାନ କରାଯାଇଥିଲା। ହବ‌କ୍‌କୂକଙ୍କର ପରମେଶ୍ୱରଙ୍କଠାରେ ଅଭିଯୋଗ

ହେ ସଦାପ୍ରଭୁ, କେତେକାଳ ପର୍ଯ୍ୟନ୍ତ ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକିବି? କେତେବେଳେ ତୁମ୍ଭେ ମୋର ଡାକ ଶୁଣିବ? ଏହି ଗୋଳମାଳ ବିଷୟରେ ମୁଁ ତୁମ୍ଭକୁ ଆହ୍ୱାନ କଲି କିନ୍ତୁ ତୁମ୍ଭେ କିଛି କଲ ନାହିଁ। ଲୋକମାନେ ଜିନିଷ ଧ୍ୱଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସେମାନେ ଯୁକ୍ତି କରୁଛନ୍ତି ଓ ଲଢ଼ୁଛନ୍ତି। ଏହି ଅନ୍ୟାୟ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ୟ ମୁଁ କାହିଁକି ଦେଖିବି? ଏଠାରେ ବ୍ୟବସ୍ଥା ଅତି କୋହଳ ଏବଂ ନ୍ୟାୟ ବିଗ୍ଭର କରାଯାଏ ନାହିଁ। ମନ୍ଦଲୋକମାନେ ଭଲ ଲୋକଙ୍କ ଉପରେ ଜୟଲାଭ କରୁଛନ୍ତି। ତେଣୁ ନ୍ୟାୟ ହେଉ ନାହିଁ।

ହବ‌କ୍‌କୂକଙ୍କୁ ପରମେଶ୍ୱରଙ୍କ ଉତ୍ତର

ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ। ଆମ୍ଭେ ବାବିଲନୀୟମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା। ସେହି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର ଯୋଦ୍ଧା। ସେମାନେ ସମଗ୍ର ପୃଥିବୀରେ ମାଡ଼ିଯିବେ। ସେମାନେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡ଼ିକୁ ଅଧିକାର କରିବେ। ବାବିଲୀୟମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସେମାନେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ୟବହାର କରିବେ। ସେମାନଙ୍କର ଘୋଡ଼ାଗୁଡ଼ିକ ଚିତାବାଘଠାରୁ ଦ୍ରୁତଗାମୀ ହେବେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳରେ ହେବେ। ସେମାନଙ୍କର ସୈନ୍ୟମାନେ ଘୋଡ଼ା ଚଢ଼ି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପରେ ଝାମ୍ପ ମାରିଲା ପରି ସେମାନେ ଦ୍ରୁତ ବେଗରେ ଶତ୍ରୁଙ୍କୁ ଆକ୍ରମଣ କରିବେ। ସେମାନେ କେବଳ ଯୁଦ୍ଧ କରିବାକୁ ଗ୍ଭହାନ୍ତି। ସେମାନଙ୍କର ସୈନ୍ୟମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।

10 “ବାବିଲ ସୈନ୍ୟମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସେମାନଙ୍କ ପାଇଁ ଉପହାସର ପାତ୍ର ହେବେ। ସେମାନେ ସୁଦୃଢ଼ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସେମାନେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସେହିସବୁ ନଗରକୁ କରାୟତ କରିବେ। 11 ତା’ପରେ ସେମାନେ ପବନ ପରି ଗତିରେ ଯିବେ। ସେମାନେ ଦୋଷୀ ଅଟନ୍ତି ଯେ, ସେମାନେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।”

ହବ‌କ୍‌କୂକର ଦ୍ୱିତୀୟ ଅଭିଯୋଗ

12 ତା’ପରେ ହବ‌କ୍‌କୂକ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ।
    ତୁମ୍ଭେ ଏକମାତ୍ର ପବିତ୍ର ଅଟ, ଯିଏ କେବେ ଅନ୍ତର୍ହିତ କରିବ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ବିଗ୍ଭର କରିବା ପାଇଁ ନିଯୁକ୍ତି କଲ କି?
    ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦେବା ପାଇଁ ତୁମ୍ଭେ ସେମାନଙ୍କୁ ପଠାଇଲ କି?
13 ତୁମ୍ଭର ଚକ୍ଷୁଗୁଡ଼ିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖି ପାରିବ ନାହିଁ।
    ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ୟ କରି ପାରିବ ନାହିଁ।
ତେଣୁ କିପରି ସେହି ମନ୍ଦ ଲୋକମାନେ ଜୟ କରିବାର ତୁମ୍ଭେ ଦେଖି ପାରିବ?
    କାହିଁକି ତୁମ୍ଭେ ପ୍ରତିକ୍ରିୟା କରୁ ନାହଁ, ଯେତେବେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

14 “ତୁମ୍ଭେ ସମୁଦ୍ରର ମାଛ ସଦୃଶ ଲୋକମାନଙ୍କୁ ତିଆରି କରିଛ
    ସେମାନେ ବିନା ନେତାରେ ସମୁଦ୍ରର ଛୋଟ ପ୍ରାଣୀ ସଦୃଶ।
15 ଶତ୍ରୁ ଆଙ୍କୁଡ଼ି ଓ ଜାଲ ସାହାଯ୍ୟରେ ସେମାନଙ୍କୁ ଧରେ।
    ସେମାନେ ସେମାନଙ୍କୁ ଜାଲରେ ଧରି
    ଖୁସୀ ହୁଅନ୍ତି।
16 ତା’ର ଜାଲ ତାକୁ ଧନୀଲୋକ ପରି ଚଳିବାରେ ସାହାଯ୍ୟ କରେ
    ଏବଂ ଉତ୍ତମ ଖାଦ୍ୟ ଯୋଗାଏ।
ତେଣୁ ଶତ୍ରୁ ତା’ର ଜାଲକୁ ପୂଜା କରେ।
    ସେ ତା’ର ଜାଲକୁ ସମ୍ମାନ ଦେବାକୁ ବଳିଦାନ ଓ ଧୂପ ଦିଏ।
17 ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ
    ଓ ସେ କ’ଣ ରାଜ୍ୟକୁ ଦୟା ନ ଦେଖାଇ ଧ୍ୱଂସ ସାଧନ କରି ଗ୍ଭଲିଥିବ?

ମୁଁ ଜଣେ ରକ୍ଷୀ ପରି ଛିଡ଼ା ହେବି।
    ମୁଁ ନଗର ପ୍ରାଚୀରରେ ଜଗିବି।
ସଦାପ୍ରଭୁ ମୋତେ କ’ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି।
    ସେ ମୋର ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।”

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:13-4:1

13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ। 14 ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।

15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା’ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ। 16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।

17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। 18 ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି। 19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା’ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। 20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି। 21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।

କେତେକ ବ୍ୟବହାରିକ କଥା

ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।

ମାଥିଉ ଲିଖିତ ସୁସମାଗ୍ଭର 23:13-24

13 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ। 14 [a]

15 “ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।

16 “ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କେହି ଲୋକ ଉପାସନା ମନ୍ଦିର ନାମରେ ରାଣ ପକାଇ ଶପଥ କରିଥାଏ, ତେବେ ତାକୁ ସେହି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମରେ ରାଣ ପକାଇ ଶପଥ କରେ, ତେବେ ସେ ନିଶ୍ଚୟ ସେହି ଶପଥ ରକ୍ଷା କରିବ’। 17 ତୁମ୍ଭେମାନେ ଅନ୍ଧ ଓ ମୂର୍ଖ! ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସେହି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।

18 “ତୁମ୍ଭେମାନେ କହିଥାଅ, ‘ଯଦି କେହି ବେଦୀନାମରେ ଶପଥ ନିଏ, ତେବେ ତା’ର କୌଣସି ଅର୍ଥ ନାହିଁ। କିନ୍ତୁ ଯଦି ଜଣେ ବେଦୀ ଉପରେ ରଖାଯାଇଥିବା ଉପହାର ନାମରେ ଶପଥ ନିଏ, ତେବେ ତାକୁ ନିଶ୍ଚିତ ଭାବରେ ରକ୍ଷା କରିବାକୁ ପଡ଼ିବ’। 19 ତୁମ୍ଭେମାନେ ଅନ୍ଧ। ତୁମ୍ଭେ କିଛି ବୁଝି ନାହଁ। ବଡ଼ କିଏ? ବେଦୀ ନା ଉପହାର? ବେଦୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବେଦୀ ବଡ଼। 20 “ଏଣୁ ଯଦି କେହି ବେଦୀ ନାମରେ ଶପଥ କରେ, ତେବେ ସେ ବେଦୀ ସହିତ ବେଦୀ ଉପରେ ଯାହା ରଖାଯାଇଥାଏ, ସେ ସମସ୍ତଙ୍କ ନାମରେ ଶପଥ କରିଥାଏ। 21 ଯେଉଁ ଲୋକ ମନ୍ଦିର ନାମରେ ଶପଥ କରେ, ସେ ମନ୍ଦିର ଭିତରେ ଜଣେ ଯିଏ ଅଛନ୍ତି, ତାହାଙ୍କ ନାମରେ ଶପଥ ନେଇଥାଏ। 22 ଏବଂ ଯେଉଁ ଲୋକ ସ୍ୱର୍ଗ ନାମରେ ଶପଥ ନେଇଥାଏ, ସେ ପରମେଶ୍ୱରଙ୍କ ସିଂହାସନ ସହିତ ସେହି ସିଂହାସନ ଉପରେ ଯିଏ ବିରାଜମାନ, ତାହାଙ୍କ ନାମରେ ମଧ୍ୟ ଶପଥ ନେଇଥାଏ।

23 “ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା’ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍। 24 ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center