Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
    ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
    ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
    ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
    ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
    ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
    ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
    ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
    ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
    ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
    ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
    ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
    କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
    ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
    ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
    ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
    ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
    କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
    ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
    ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
    ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
    ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
    ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
    ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
    ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
    ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
    ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

ମଲାଖି ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:1-16

ଯାଜକମାନଙ୍କ ପାଇଁ ବିଧିମାନ

“ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ। ଯଦି ତୁମ୍ଭେମାନେ ଧ୍ୟାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦେବା ପାଇଁ, ଗୁରୁତ୍ୱ ନ ଦିଅ ତେବେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡ଼ିକ ଅଭିଶାପରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭେମାନେ ଆମ୍ଭର ନାମକୁ ଗୌରବ ଦେବା ବିଷୟରେ ଗମ୍ଭୀର ନୁହଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

“ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦେବା। ଛୁଟିଦିନମାନଙ୍କରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭେମାନେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗିଦିଅ, ଆମ୍ଭେ ସେହି ଗୋବରକୁ ନେଇ ତୁମ୍ଭମାନଙ୍କ ମୁହଁରେ ପକାଇବା ଓ ତୁମ୍ଭମାନଙ୍କୁ ସେହି ଗୋବର ସହିତ ଫିଙ୍ଗି ଦେବା। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ୱାରା ଲେବୀମାନଙ୍କ ସହିତ ଆମ୍ଭର ନିୟମ ଗ୍ଭଲୁ ରହିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

“ଆମ୍ଭେ ଲେବୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦେବା ପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା। ଲେବୀ ସତ୍ୟବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ୟା ଶିକ୍ଷା ଦେଉନ ଥିଲା। ସେ ଧାର୍ମିକ ଏବଂ ବିଶ୍ୱସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସେମାନଙ୍କ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା। ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

“ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହୋଇଛ ଏବଂ ତୁମ୍ଭେମାନେ ବହୁତ ଲୋକମାନଙ୍କୁ ଭୁଲ୍ ପଥରେ ଯିବା ପାଇଁ ଶିଖାଇଲ। ତୁମ୍ଭେମାନେ ଲେବୀଙ୍କ ସହିତ ହୋଇଥିବା ଚୁକ୍ତିକୁ ଲଙ୍ଘନ କଲ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ। “ତୁମ୍ଭେମାନେ ଆମ୍ଭର ପଥ ଅନୁସରଣ କରି ନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ୱାରା ପକ୍ଷପାତିତା ଦେଖାଇଛ। ତେଣୁ ସମସ୍ତ ଲୋକମାନଙ୍କ ଆଗରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।”

ଯିହୁଦା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା

10 ପରମେଶ୍ୱର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ୍ଭ ମଧ୍ୟରୁ କେହି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭେମାନେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ୱସ୍ତ? କାହିଁକି ପରମେଶ୍ୱର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭେମାନେ ତାହା ଭାଙ୍ଗୁଛୁ? 11 ଯିହୁଦାର ଲୋକମାନେ ଅବିଶ୍ୱସ୍ତ ଥିଲେ। ଯିରୁଶାଲମ ଓ ଇସ୍ରାଏଲର ଲୋକମାନେ ବହୁତ ଘୃଣିତ କାର୍ଯ୍ୟ କରିଛନ୍ତି। ପରମେଶ୍ୱର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସେମାନେ ବିଦେଶୀ ଦେବତାର କନ୍ୟାକୁ ବିବାହ କଲେ। 12 ସଦାପ୍ରଭୁ ଯାକୁବ ପରିବାରରୁ ସେହି ଲୋକମାନଙ୍କୁ ବିତାଡ଼ିତ କରିବେ। ସେହି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭେଟି ଅର୍ପଣ କରନ୍ତି, ତାହା କିଛି ଫଳ ହେବ ନାହିଁ ଏବଂ ସଦାପ୍ରଭୁ କେବେହେଲେ ସନ୍ତୁଷ୍ଟ ହେବେ ନାହିଁ। 13 ଏପରିକି ଯଦି ତୁମ୍ଭେମାନେ ପୁଣି ଯଜ୍ଞବେଦି ତୁମ୍ଭ ଲୁହରେ ବୁଡ଼ାଇ ଦେବାକୁ ଚେଷ୍ଟା କର, ସେ ତୁମ୍ଭମାନଙ୍କର ଉପହାର ଗ୍ରହଣ କରିବେ ନାହିଁ। ତୁମ୍ଭେ ଆଣିଥିବା ଜିନିଷରେ ସେ ଖୁସୀ ହେବେ ନାହିଁ।

14 ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ। 15 ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।

16 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କୁହନ୍ତି! “ଆମ୍ଭେ ଛାଡ଼ପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ୟ ଲୋକମାନେ କରୁଥିବା ନିଷ୍ଠୁର କାର୍ଯ୍ୟକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ୱସ୍ତ ହୁଅ ନାହିଁ।”

ଯାକୁବଙ୍କ ପତ୍ର 4:13-5:6

ପରମେଶ୍ୱର ତୁମ୍ଭ ଜୀବନର ଯୋଜନା କରନ୍ତୁ

13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର: 14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା’ପରେ ସେ ଗ୍ଭଲିଯାଏ। 15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” 16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ। 17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା’ହେଲେ ସେ ପାପ କରିଥାଏ।

ସ୍ୱାର୍ଥପର ଧନୀଲୋକ ଦଣ୍ଡ ପାଇବେ

ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି। ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି। ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ। ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।

ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ। ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ।

ଲୂକ ଲିଖିତ ସୁସମାଗ୍ଭର 17:20-37

ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିଜ ଭିତରେ ଅଛି(A)

20 କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?”

ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ। 21 ଲୋକମାନେ କହିବେ ନାହିଁ ଯେ, ‘ହେଇ ଦେଖ, ପରମେଶ୍ୱରଙ୍କ ରାଜ୍ୟ ଏଠାରେ ଅଛି କିମ୍ବା ସେଠାରେ ଅଛି। ନା, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିଜ ଭିତରେ ଅଛି।’”

22 ତା’ପରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଦିନ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କ ଦିନ ଗୁଡ଼ିକ ମାନଙ୍କ ଭିତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। 23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ। 24 “ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ। 25 କିନ୍ତୁ ମନୁଷ୍ୟପୁତ୍ର ପ୍ରଥମେ ଅନେକ ଯନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ୱାରା ହତ ହେବେ।

26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। 27 ନୋହଙ୍କ ସମୟରେ, ଏପରିକି ନୋହ ଜାହାଜରେ ବସିବା ସମୟ ପର୍ଯ୍ୟନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା’ପରେ ବନ୍ୟା ମାଡ଼ି ଆସିଲା ଓ ସେ ସମସ୍ତଙ୍କୁ ମାରି ଦେଲା।

28 “ପରମେଶ୍ୱର ଲୋଟଙ୍କ ସମୟରେ ସଦୋମ ନଗର ଧ୍ୱଂସ କଲାବେଳେ ଯାହା ଘଟିଥିଲା, ଏବେ ମଧ୍ୟ ସେହି କଥା ଘଟିବ। ସେହି ଲୋକମାନେ ସେତେବେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ। 29 ଲୋଟ ନଗର ଛାଡ଼ି ଗ୍ଭଲିଯିବା ସମୟ ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ଏସବୁ କାମ କରୁଥିଲେ। ତା’ପରେ ସେଠାରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦେଲା। 30 ଯେତେବେଳେ ମନୁଷ୍ୟପୁତ୍ର ଫେରି ଆସିବେ, ସେତେବେଳେ ଠିକ୍ ସେହିଭଳି ଘଟଣା ଘଟିବ।

31 “ସେ ଦିନ ଯଦି କୌଣସି ଲୋକ ତା’ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହେବ ନାହିଁ। ଯଦି କୌଣସି ଲୋକ ବିଲରେ ଥିବ, ତେବେ ସେ ଘରକୁ ଫେରି ପାରିବ ନାହିଁ। 32 ଲୋଟଙ୍କ ସ୍ତ୍ରୀଙ୍କର କ’ଣ ହୋଇଥିଲା, ମନେ ପକାଅ।

33 “ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ। 34 ମୁଁ ଫେରି ଆସିବା ସମୟରେ ଗୋଟିଏ କୋଠରିରେ ହୁଏତ ସେହି ରାତିରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନିଆ ହେବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ। 35 ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।” 36 [a]

37 ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ଘଟଣା କେଉଁଠାରେ ଘଟିବ ପ୍ରଭୁ?”

ଯୀଶୁ ଉତ୍ତର ଦେଲେ, “ଶାଗୁଣାମାନେ ଉଡ଼ିବା ଦ୍ୱାରା ଲୋକମାନେ ଜାଣି ପାରନ୍ତି କୌଣସି ଏକ ଶବ ପଡ଼ିଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center