Book of Common Prayer
33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
ଏବଂ ଭଲ ଫସଲ ଅମଳ କରି ପାରନ୍ତି।
38 ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି।
ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି।
ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
39 ଯେତେବେଳେ ପରମେଶ୍ୱରଙ୍କର ଲୋକମାନେ ଛୋଟ ହୋଇଗଲେ
ଏବଂ ଅତ୍ୟାଗ୍ଭର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
40 ପରମେଶ୍ୱର ସେମାନଙ୍କର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ୟାଗ୍ଭର କରିଥିଲେ।
ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
41 କିନ୍ତୁ ପରମେଶ୍ୱର ସେହି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ।
ସେ ସେମାନଙ୍କର ପରିବାରକୁ ମେଷପଲ ତୁଲ୍ୟ ପାଳନ କରନ୍ତି।
42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ
ଏବଂ ଦୁଷ୍ଟ ଲୋକମାନେ କ’ଣ କହିବା କଥା ତାହା ଜାଣନ୍ତି ନାହିଁ।
43 ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ।
ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।
ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।
108 ହେ ପରମେଶ୍ୱର,
ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
2 ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
3 ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
4 ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
5 ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
6 ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
ମୋ’ ପ୍ରାର୍ଥନାର ଉତ୍ତର ଦିଅ।
ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।
7 ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
“ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
ମୁଁ ଶିଖିମ୍କୁ ସେମାନଙ୍କୁ ଦେବି।
ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
8 ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
ଇଦୋମ୍ ମୋର ପାଦୁକା ବହିବ।
9 ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
ଏବଂ ଜୟଧ୍ୱନି କରିବି।”
10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11 କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।
33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
2 ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
3 ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
4 ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
5 ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
6 ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
7 ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
8 ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
9 କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।
ବିଗ୍ଭରର ସ୍ୱତନ୍ତ୍ର ଦିନ
13 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଟୁବାକ୍ୟ ପ୍ରୟୋଗ କରୁଛ।”
ତଥାପି ତୁମ୍ଭେ କହୁଛ, “ଆମ୍ଭେମାନେ ଆପଣଙ୍କ ବିରୁଦ୍ଧରେ କ’ଣ କହିଅଛୁ?”
14 ତୁମ୍ଭେମାନେ କହିଲ, “ପରମେଶ୍ୱରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ପାଳନ କରିଥିଲୁ ମାତ୍ର ଆମ୍ଭେମାନେ କିଛି ଉପକୃତ ହେଲୁ ନାହିଁ। ଆମ୍ଭେମାନେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା’ର ଫଳ କିଛି ହେଲା ନାହିଁ। 15 ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”
16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।
17 ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା’ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। 18 ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।
4 “ସେହି ଦିନ ଆସୁଅଛି ଯାହାକି ଉହ୍ମେଇ ପରି ଜଳିବ। ସେହି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦକାର୍ଯ୍ୟ କରୁଥିବା ଲୋକମାନେ ନଡ଼ାପରି ଜଳିଯିବେ। ସେହି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ୟ ଛାଡ଼ିବ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
2 “ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦୟକାଳୀନ ସୂର୍ଯ୍ୟର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପରେ ଝକ୍ମକ୍ କରିବ। ଏହା ସୂର୍ଯ୍ୟକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭେମାନେ ବାଛୁରି ସଦୃଶ ଗୁହାଳରୁ ବାହାରି ସ୍ୱାଧୀନ ଓ ସୁଖୀ ହେବ। 3 ତା’ପରେ ତୁମ୍ଭେମାନେ ସେହି ଦୁଷ୍ଟାଗ୍ଭରୀଙ୍କ ଉପରେ ବିଚରଣ କରିବ। ସେମାନେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହେବେ। ଏହିସବୁ ସେହି ଦିନ ଘଟିବ ଯେଉଁ ଦିନ ଆମ୍ଭେ ସୃଷ୍ଟି କରିଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
4 “ମୋଶାଙ୍କର ବ୍ୟବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହୋରେବ ପର୍ବତରେ ଏହି ବ୍ୟବସ୍ଥା ଓ ନିୟମମାନ ତାଙ୍କୁ ଦେଇଥିଲୁ। ସେହି ବ୍ୟବସ୍ଥା ଇସ୍ରାଏଲର ସମସ୍ତ ଲୋକଙ୍କ ପାଇଁ ଥିଲା।”
5 ସଦାପ୍ରଭୁ କହିଲେ, “ଦେଖ, ଭବିଷ୍ୟଦ୍ବକ୍ତା ଏଲିୟଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ। 6 ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସେମାନଙ୍କର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ୱର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ୱଂସ କରିବା।”
ପ୍ରାର୍ଥନାର ଶକ୍ତି
13 ଯଦି କେହି ସଙ୍କଟରେ ପଡ଼ିଛି, ତା’ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା’ହେଲେ ସେ ଗୀତ ଗାଉ। 14 ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ [a] ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ। 15 ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ।
16 ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା’ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ। 17 ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହେବା ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ 18 ତା’ପରେ ଏଲୀୟ ବର୍ଷା ହେବା ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀରେ ପୁନଃ ଶସ୍ୟ ଉତ୍ପନ୍ନ ହେଲା।
ଆତ୍ମା ରକ୍ଷା କରିବା
19 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭ ଭିତରୁ ଯଦି ଜଣେ ସତ୍ୟରୁ ବିଚଳିତ ହୋଇଯାଏ, ତେବେ ଅନ୍ୟ ଜଣେ ତାହାକୁ ସତ୍ୟକୁ ଫେରାଇ ଆଣିବା ପାଇଁ ସାହାଯ୍ୟ କରୁ। 20 ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।
ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ରହିବା ଉଚିତ୍
9 କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: 10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। 11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। 12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’
13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” 14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା’ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”
2010 by World Bible Translation Center