Book of Common Prayer
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ [a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ [b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ଭବିଷ୍ୟତ ରାଜା
9 ହେ ସିୟୋନର କନ୍ୟା ଆନନ୍ଦ କର!
ହେ ଯିରୁଶାଲମର କନ୍ୟା, ଚିତ୍କାର କର!
ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି।
ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି।
ସେ ଅତ୍ୟନ୍ତ ନମ୍ର।
ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।
10 ଆମ୍ଭେ ଇଫ୍ରୟିମଠାରୁ ରଥକୁ କାଢ଼ି ନେବା,
ଯିରୁଶାଲମଠାରୁ ଅଶ୍ୱ ଯୁଦ୍ଧରେ ବ୍ୟବହୃତ
ଧନୁ କାଢ଼ି ନିଆଯିବ।
ସେହି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ।
ତାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୁତ ହେବ।
ସଦାପ୍ରଭୁ ଆପଣା ଲୋକଙ୍କୁ ରକ୍ଷା କରିବେ
11 ହେ ଯିରୁଶାଲମ, କାରଣ ରକ୍ତ ଦ୍ୱାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମୋହରାଙ୍କିତ ହୋଇଛି।
ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନ ଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ।
ବର୍ତ୍ତମାନ ତୁମ୍ଭର ଭରସା ଅଛି।
ଆଜି ଆମ୍ଭେ ଘୋଷଣା କରୁଛୁ ଯେ,
ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା।
13 ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ୟବହାର କରିବା।
ଇଫ୍ରୟିମକୁ ଆମ୍ଭର ଶର ରୂପେ ବ୍ୟବହାର କରିବା।
ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ୍, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧରେ ଉତ୍ତେଜିତ କରିବା
ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦେବା।
14 ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ।
ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ।
ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ
ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।
15 ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ।
ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ।
ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ,
ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ।
16 ସଦାପ୍ରଭୁ ସେମାନଙ୍କର ପରମେଶ୍ୱର
ସେମାନଙ୍କୁ ରକ୍ଷା କରିବେ,
ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ।
ସେମାନେ ତାଙ୍କ ଦେଶରେ
ମୁକୁଟର ରତ୍ନ ସ୍ୱରୂପ ଝକ୍ମକ୍ କରିବେ।
13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା’ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ। 14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା’ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।” [a] 15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ। 16 କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ।
18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ।
ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା।
ସେ ନିଜେ ଦୋଷୀ ନ ଥିଲେ
କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ।
ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ।
ତାହାଙ୍କର ଶରୀରକୁ ବଧ କରାଗଲା,
କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,
19 ଏବଂ ଆତ୍ମାରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ। 20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ। 21 ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି। 22 ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
ଯୀଶୁ ରାଜାଭାବରେ ଯିରୁଶାଲମରେ ପ୍ରବେଶ କଲେ(A)
21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈଥ୍ଫାଗୀଠାରେ ଅଟକିଲେ। 2 ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ। 3 ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’”
4 ଭବିଷ୍ୟଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟଦ୍ବକ୍ତା କହିଥିଲେ:
5 “ସିୟୋନ ନଗରୀକୁ କୁହ:
‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି।
ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି।
ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି,
ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’” (B)
6 ଶିଷ୍ୟମାନେ ଗ୍ଭଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସେମାନେ କାମ କଲେ। 7 ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ। 8 ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ। 9 ଯୀଶୁଙ୍କ ଆଗେ ଆଗେ କେତେକ ଲୋକ ଯାଉଥିଲେ। ତାହାଙ୍କ ପଛେ ପଛେ ମଧ୍ୟ କେତେକ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ମହିମା ଗାନ କର।”
10 ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”
11 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”
ଯୀଶୁ ମନ୍ଦିରକୁ ଗଲେ(D)
12 ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ। 13 ଯୀଶୁ ସେମାନଙ୍କୁ କହିଲେ, “ଶାସ୍ତ୍ରରେ ଏ କଥା ଲେଖାଅଛି, ‘ମୋ’ ଘର ପ୍ରାର୍ଥନା ଘର ବୋଲି କୁହାଯିବ।’ [b] କିନ୍ତୁ ତୁମ୍ଭେମାନେ ଏହାକୁ ଡକାୟତଙ୍କ ଆଡ୍ଡ଼ା ସ୍ଥଳି କରି ଦେଇଛ।” [c]
2010 by World Bible Translation Center