Book of Common Prayer
କଫ
145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।
ରେଶ୍
153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।
ଶିନ୍
161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।
ତୌ
169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।
ଆରୋହଣ ଗୀତ।
128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।
2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
4 ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
6 ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଏକ ଆରୋହଣ ସଙ୍ଗୀତ।
129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
ଇସ୍ରାଏଲ, ଏହାକୁ ଆଉଥରେ କୁହ।
2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
4 କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
5 ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
6 ସେମାନେ ଗୃହର ଛାତ ଉପରିସ୍ଥ
ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
7 ଯେପରି କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
“ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
ଯିହୁଦାର ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକ ବିଷୟରେ ଦର୍ଶନ ସମୂହ
12 ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି। 2 “ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ। 3 କିନ୍ତୁ ଆମ୍ଭେ ଯିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସେମାନେ ଆଘାତପ୍ରାପ୍ତ ହେବେ। ସେହି ଲୋକମାନେ ପ୍ରକୃତରେ କ୍ଷତବିକ୍ଷତ ହେବେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ଯିରୁଶାଲମ ବିରୁଦ୍ଧରେ ଏକତ୍ରିତ ହେବେ। 4 ସଦାପ୍ରଭୁ କୁହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଭୟଭୀତ କରାଇବା ଏବଂ ଅଶ୍ୱାରୋହୀର ମତିଭ୍ରମ ହେବ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ୱକୁ ଅନ୍ଧ କରିଦେବା, ମାତ୍ର ମୋର ଚକ୍ଷୁ ଖୋଲା ରହିବ ଏବଂ ଯିହୁଦା ଉପରେ ମୋର ସତର୍କ ଦୃଷ୍ଟି ରହିବା 5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’ 6 ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା’ର ସ୍ଥାନରେ ଅକ୍ଷତ ରହିବ।”
7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। 8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।
9 ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା। 10 ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି।
ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ
3 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି। 4 ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ। 5 ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। 6 ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।
7 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ। 8 ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି। 9 ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ। 10 ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।
11 ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ। 12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା। 13 ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଗ୍ଭରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଗ୍ଭର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲ। ପରମେଶ୍ୱର ପବିତ୍ରଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶେଷ ଚିହ୍ନ ଦେଇ ଚିହ୍ନିତ କଲେ। ଏହା କରିବା ଦ୍ୱାରା ସେ ଆଗରୁ ଦେଇଥିବା ପ୍ରତିଶୃତି ରକ୍ଷା କରିଥିଲେ। 14 ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।
ଜଖିୟ
19 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। 2 ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। 3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। 4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।
5 ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”
6 ତା’ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। 7 ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”
8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”
9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। 10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।
2010 by World Bible Translation Center