Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 147

147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
    କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
    ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
    ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
    ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
ସେ ତାରାଗଣଙ୍କୁ ଗଣନା କରନ୍ତି।
    ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
    ତାଙ୍କର ବୁଝାମଣା ଅସୀମ।
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
    ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
    ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
    ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
    ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
    ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
    ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
    ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
12 ହେ ଯିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର!
13 ହେ ଯିରୁଶାଲମ, ପରମେଶ୍ୱର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି,
    ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
14 ସେ ତୁମ୍ଭ ଦେଶକୁ ଧନଧାନ୍ୟରେ ପୂର୍ଣ୍ଣ କରନ୍ତି,
    ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ଯଥେଷ୍ଟ ଖାଦ୍ୟ ଅଛି।
15 ପରମେଶ୍ୱର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି।
    ତାଙ୍କର ବାକ୍ୟସବୁ ଅତିଶୀଘ୍ର ପାଳନ କରାଯାଏ।
16 ପରମେଶ୍ୱର ପୃଥିବୀ ଧଳା ପଶମ ତୁଲ୍ୟ ହେବାଯାଏ ହିମପାତ କରନ୍ତି।
    ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।
17 ପରମେଶ୍ୱର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି,
    ତାଙ୍କ ପଠାଯାଇଥିବା ଶୀତ ଆଗରେ କେହି ଠିଆ ହୋଇ ପାରିବେ ନାହିଁ।
18 ଏହା ପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି,
    ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳସ୍ରୋତ ବହେ।

19 ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ,
    ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!
20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
    ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ବିବରଣ 26:1-11

ପ୍ରଥମ ଅମଳ

26 “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ। ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’

“ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ। ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ। ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ। ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ। ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି। 10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’

“ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ। 11 ଏହା ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁସବୁ ମଙ୍ଗଳ କରିଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ ତୁମ୍ଭେମାନେ ସମସ୍ତେ ଆନନ୍ଦ କରିବ।

ଯୋହନ ଲିଖିତ ସୁସମାଗ୍ଭର 6:26-35

26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। 27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”

28 ଲୋକମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ କ’ଣ କ’ଣ କରିବା ଉଚିତ୍ ବୋଲି ପରମେଶ୍ୱର ଗ୍ଭହାନ୍ତି?”

29 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱର ଗ୍ଭହାନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠାରେ ତୁମ୍ଭେମାନେ ବିଶ୍ୱାସ କର।”

30 ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ’ଣ କରିବ? 31 ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା [a] ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।” [b]

32 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ସ୍ୱର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦେଇଥିବା ଲୋକ ମୋଶା ନୁହନ୍ତି। ମୋର ପରମପିତା ତୁମ୍ଭମାନଙ୍କୁ ସ୍ୱର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି। 33 ପରମେଶ୍ୱରଙ୍କର ଖାଦ୍ୟ କ’ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”

34 ଲୋକମାନେ କହିଲେ, “ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।”

35 ତା’ପରେ ଯୀଶୁ କହିଲେ, “ମୁଁ ସେହି ଜୀବନଦାୟକ ଖାଦ୍ୟ। ମୋ’ ନିକଟକୁ ଯେ କେହି ଆସେ ସେ କଦାପି ଭୋକିଲା ରହିବ ନାହିଁ। ମୋତେ ଯିଏ ବିଶ୍ୱାସ କରେ, ସେ କେବେ ତୃଷିତ ହେବ ନାହିଁ।

ଗୀତସଂହିତା 145

ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।

145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
    ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
    ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
    ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
    ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
    ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
    ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।

ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
    ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
    ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
    ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
    ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
    ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
    ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।

ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
    ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
    କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
    ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
    ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:12-24

ଶେଷ ନିର୍ଦ୍ଦେଶ ଓ ଅଭିନନ୍ଦନ

12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ। 13 ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ।

ପରସ୍ପର ଶାନ୍ତିରେ ରୁହ। 14 ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ। 15 ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।

16 ସଦାସର୍ବଦା ଆନନ୍ଦିତ ରୁହ। 17 କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ। 18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।

19 କଦାପି ପବିତ୍ରଆତ୍ମାର କାର୍ଯ୍ୟ ବନ୍ଦ କର ନାହିଁ। 20 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନେକର ନାହିଁ। 21 କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ। 22 ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।

23 ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ। 24 ଯେଉଁ ପରମେଶ୍ୱର ତୁମ୍ଭମାନଙ୍କୁ ଡାକିଛନ୍ତି, ତୁମ୍ଭେମାନେ ତାହାଙ୍କ ଉପରେ ଭରସା ରଖ। ଯିଏ ତୁମ୍ଭମାନଙ୍କୁ ଡାକିଛନ୍ତି, ସେ ସବୁକିଛି କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center