Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 137

137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
    ସେଠାରେ ବସି ରୋଦନ କଲୁ।
ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
    ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
    “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
    ବିଦେଶରେ ଗାନ କରି ପାରିବା!
ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
    ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
ହେ ଯିରୁଶାଲମ,
    ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
    ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
    ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
    ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
    ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
    ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।

ଗୀତସଂହିତା 144

ଦାଉଦଙ୍କ ଗୀତ

144 ସଦାପ୍ରଭୁ ମୋର ଶୈଳ,
    ତାହଙ୍କର ପ୍ରଶଂସା ହେଉ।
ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
    ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
ସେ ମୋତେ ସ୍ନେହ କରନ୍ତି ଏବଂ ରକ୍ଷା କରନ୍ତି।
    ସେ ମୋର ଉଚ୍ଚ ପର୍ବତରେ ନିରାପଦ ସ୍ଥାନ।
ସେ ମୋତେ ଉଦ୍ଧାର କରନ୍ତି।
    ସେ ମୋର ଢାଲ,
ସେ ହେଉଛନ୍ତି ମୋ’ ଆଶ୍ରୟସ୍ଥଳ।
    ସଦାପ୍ରଭୁ ମୋର ଲୋକମାନଙ୍କୁ ଶାସନ କରିବାରେ ମୋତେ ସାହାଯ୍ୟ କରନ୍ତି।

ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି?
    ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ?
ମନୁଷ୍ୟ ଜୀବନ ପବନର ଫୁତ୍କାର।
    ତାହାର ଜୀବନ ବହିଯିବା ଦିନର ଛାୟା ତୁଲ୍ୟ।

ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ।
    ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।
ବିଜୁଳି ନିକ୍ଷେପ କରି ଶତ୍ରୁମାନଙ୍କୁ ଘରଦ୍ୱାର ଦିଅ।
    ତୁମ୍ଭର “ବାଣ” ନିକ୍ଷେପ କର ଏବଂ ସେମାନଙ୍କୁ ତଡ଼ି ଦିଅ।
ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର।
    ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ।
    ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।
ସେହି ଶତ୍ରୁଗଣ ମିଥ୍ୟାବାଦୀ,
    ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।

ହେ ସଦାପ୍ରଭୁ, ତୁମ୍ଭ ବିଷୟରେ ମୁଁ ନୂତନ ଗୀତ ଗାନ କରିବି।
    ଦଶତାର ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10 ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସେମାନଙ୍କ ଯୁଦ୍ଧରେ ବିଜୟୀ କରାଅ।
    ସଦାପ୍ରଭୁ, ତୁମ୍ଭେ ଆପଣା ସେବକ ଦାଉଦଙ୍କୁ ଶତ୍ରୁ ଖ‌ଡ଼୍‌ଗର ସମ୍ମୁଖରୁ ଉଦ୍ଧାର କର।
11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର।
    ସେହି ଶତ୍ରୁମାନେ ମିଥ୍ୟାବାଦୀ,
    ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।

12 ଆମ୍ଭର ପୁତ୍ରଗଣ ସେହି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି।
    ଆମ୍ଭମାନଙ୍କ କନ୍ୟାଗଣ ରାଜପ୍ରାସାଦର ଖୋଦିତ କୋଣର ଖମ୍ବ ତୁଲ୍ୟ ହୁଅନ୍ତୁ।
13 ଆମ୍ଭମାନଙ୍କର ଭଣ୍ଡାର
    ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ।
ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର
    ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।
14     ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ।
ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ।
    ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ।
    ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।

15 ସେହିପରି ଲୋକମାନେ ହେଉଛନ୍ତି ଧନ୍ୟ, ଯାହାର ଏହିଭଳି ଅଛି।
    ସେହି ଲୋକମାନେ ଧନ୍ୟ ହୁଅନ୍ତୁ, ଯାହାର ପରମେଶ୍ୱର ହେଉଛନ୍ତି ସଦାପ୍ରଭୁ।

ଗୀତସଂହିତା 104

104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
    ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
    ପରମେଶ୍ୱର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
    ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
    ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି [a] ସଦୃଶ କର।
ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
    ଯେ ତାହା ମୂଳରୁ କେବେ ଧ‌କ୍‌କା ହେବ ନାହିଁ।
ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
    ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
    ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
    ଏବଂ ତା’ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
    ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
    ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

10 ପରମେଶ୍ୱର ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ।
    ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
11 ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ।
    ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
12 ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି।
    ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
13 ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ।
    କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
14 ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ
    ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର।
    ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
15 ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ,
    ଆମ୍ଭମାନଙ୍କର ମୁହଁ ଚି‌କ୍‌କଣକାରୀ ତୈଳ
    ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

16 ଲିବାନୋ‌ନ୍‌ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି।
    ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
17 ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି।
    ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ।
    ଶୈଳସବୁ ଶାଫନର [b] ଆଶ୍ରୟ।

19 ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି।
    ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ।
    ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି।
    ସେତ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
22 ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି।
    ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
23 ଏହା ପରେ ମନୁଷ୍ୟ ତା’ର କାମକୁ ବାହାରେ
    ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:12-21

12 ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସେହିମାନଙ୍କ ବିରୁଦ୍ଧରେ ଯେଉଁମାନେ ଯିରୁଶାଲମ ବିରୁଦ୍ଧରେ ଲଢ଼ୁଥିଲେ। ଲୋକମାନେ ଛିଡ଼ା ହୋଇ ଥିବା ବେଳେ ସେମାନଙ୍କର ଚର୍ମ ପଚିଯିବ। ସେମାନଙ୍କର ଚକ୍ଷୁ କୋଟର ମଧ୍ୟରେ ପଶିଯିବ ଓ ଜିହ୍ୱା ପାଟି ମଧ୍ୟରେ ପଶିଯିବ। 13-15 ସେହି ଭୟଙ୍କର ବ୍ୟାଧି ସେହି ଶିବିରରେ ରହିବ। ଆଉ ମଧ୍ୟ ସେମାନଙ୍କର ଅଶ୍ୱ, ଖଚର, ଓଟ ଓ ଗର୍ଦ୍ଦଭ ସେହି ଭୟଙ୍କର ବ୍ୟାଧିରେ ଆକ୍ରାନ୍ତ ହେବେ।

ସେହି ଦିନ ସଦାପ୍ରଭୁଙ୍କ ଦ୍ୱାରା ପ୍ରେରିତ ଭୟଙ୍କର ଆତଙ୍କ ଆତଙ୍କିତ ରୂପେ ସେମାନଙ୍କୁ ଧରିବ। ପ୍ରତ୍ୟେକ ଲୋକ ତାଙ୍କର ପ୍ରତିବାସୀର ହସ୍ତକୁ ଧରିବେ ଓ ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧରେ ବ୍ୟାପ୍ତ ହେବେ। ଏପରିକି ଯିହୁଦା ଯିରୁଶାଲମ ବିପକ୍ଷରେ ଲଢ଼ିବ। ସମଗ୍ର ଗୋଷ୍ଠୀର ଧନସମ୍ପଦ ନଗରୀର ଚତୁର୍ଦ୍ଦିଗରେ ଏକତ୍ର ଠୁଳ ହେବ। ସେଠାରେ ସୁବର୍ଣ୍ଣ, ରୌପ୍ୟ ଓ ବସ୍ତ୍ର ବହୁତ ପରିମାଣରେ ସଂଗୃହୀତ ହେବ। 16 ପ୍ରତ୍ୟେକ ବ୍ୟକ୍ତି ଯିଏ ଦେଶ ଛାଡ଼ି ଯିରୁଶାଲମ ବିରୁଦ୍ଧରେ ଆସିଛନ୍ତି, ପ୍ରତ୍ୟେକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତି ବର୍ଷ ସେମାନଙ୍କର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ। 17 ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସେମାନଙ୍କ ଉପରେ ପଡ଼ିବ ନାହିଁ। 18 ଯଦି ମିଶରର ପରିବାର ନ ଆସନ୍ତି, ବର୍ଷା ସେମାନଙ୍କ ଉପରେ ଆସିବ ନାହିଁ। ତା’ ବଦଳରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଯାଇ ନ ଥିଲେ। 19 ତାହା ମିଶରର ପାପ ହେବ ଏବଂ ପ୍ରତ୍ୟେକ ଦେଶର ପାପ, ଯେଉଁମାନେ ଯାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।

20 ସେହି ଦିନ ‘ସଦାପ୍ରଭୁଙ୍କ ପବିତ୍ର’ ଏପରିକି ଅଶ୍ୱଗଣର ଘଣ୍ଟିରେ ମଧ୍ୟ ଲେଖାଯିବ। ଆଉ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ବ୍ୟବହୃତ ସମସ୍ତ ପାତ୍ର ଯଜ୍ଞବେଦିର ଜଳପାତ୍ର ତୁଲ୍ୟ ହେବ। 21 ସମସ୍ତ ଜଳପାତ୍ର ଯିରୁଶାଲମ ଓ ଯିହୁଦାରେ ‘ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହେବ।’ ନୈବେଦ୍ୟ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସେମାନଙ୍କଠାରୁ ଜଳପାତ୍ର ନେବେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।

ସେହି ଦିନ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିରରେ ଆଉ ବ୍ୟବସାୟୀ ନ ଥିବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:1-11

ଏକତାବଦ୍ଧ ହୋଇ ପରସ୍ପରର ଯତ୍ନ ନିଅ

ଖ୍ରୀଷ୍ଟ ଯୀଶୁଙ୍କଠାରେ ଥାଇ କୌଣସି କାର୍ଯ୍ୟ କରିବାକୁ ମୁଁ ତୁମ୍ଭକୁ କହିପାରେ କି? ତୁମ୍ଭେ ମୋତେ ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଦେଇପାର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତାରେ ଅଛୁ କି? ତୁମ୍ଭଠାରେ କରୁଣା ଓ ଦୟା ଅଛି କି? ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା’ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର। ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ। କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।

ଯୀଶୁ ଖ୍ରୀଷ୍ଟଙ୍କଠାରୁ ନିସ୍ୱାର୍ଥପର ହେବା ଶିଖ

ନିଜ ଜୀବନରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।

ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ।
    ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ।
    ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।
ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,
    ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ।
    ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।
ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ।
    ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
10 ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ
    ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ।
11 ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ।
    ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ।

ଲୂକ ଲିଖିତ ସୁସମାଗ୍ଭର 19:41-48

ଯିରୁଶାଲମ ପାଇଁ ଯୀଶୁଙ୍କର କ୍ରନ୍ଦନ

41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। 42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। 43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ। 44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”

ଯୀଶୁ ମନ୍ଦିରକୁ ଯାଆନ୍ତି(A)

45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ। 46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’ [a] କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’”

47 ଯୀଶୁ ପ୍ରତିଦିନ ମନ୍ଦିରରେ ଉପଦେଶ ଦେଉଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନରେ ମାରି ଦେବାକୁ ଗ୍ଭହୁଁଥିଲେ। 48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center