Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 34

ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।

34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
    ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
    ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
    ତାଙ୍କ ନାମର ମହିମା କୀର୍ତ୍ତନ କର।
ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
    ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
    ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
    ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
    ଓ ସଦାପ୍ରଭୁ ତାହା ଶୁଣିଲେ
    ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
    ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
    ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
    କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
    କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
    ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
    ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
    ଶାନ୍ତି ପାଇଁ କାର୍ଯ୍ୟ କର।
    ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
    ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
    ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
    ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
    ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
    କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
    ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
    ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
    ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 49:1-6

ପରମେଶ୍ୱର ତାଙ୍କର ପ୍ରିୟ ଦାସଙ୍କୁ ଆହ୍ୱାନ କରନ୍ତି

49 ହେ ଦ୍ୱୀପ ସମୂହର ଲୋକମାନେ, ମୋ’ କଥା ଶୁଣ।
    ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମୋ’ କଥାକୁ ଅବଧାନ କର।
ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହେବା ପୂର୍ବରୁ ସଦାପ୍ରଭୁ ତାଙ୍କର ସେବା ପାଇଁ ମୋତେ ଆହ୍ୱାନ କରିଛନ୍ତି।
    ମୁଁ ମାତୃଗର୍ଭରେ ଥିବା କାଳରୁ ସେ ମୋର ନାମ ଉଲ୍ଲେଖ କରିଛନ୍ତି।
ସଦାପ୍ରଭୁ ତାଙ୍କର ବାକ୍ୟ ପ୍ରଗ୍ଭର ପାଇଁ ମୋତେ ପଠାଇଛନ୍ତି।
ତେଣୁ ସେ ମୋର ମୁଖକୁ ତୀ‌‌‌କ୍ଷ୍‌‌‌ଣ ‌‌ଖ‌ଡ଼୍‌ଗ ସ୍ୱରୂପ କରିଛନ୍ତି।
    ନିଜର ହସ୍ତ ଛାୟାରେ ସେ ମୋତେ ଲୁଗ୍ଭଇ ରଖିଛନ୍ତି
ଓ ସେ ମୋତେ ଶାଣିତ ବାଣସ୍ୱରୂପ କରି
    ନିଜର ତୁଣୀରରେ ଲୁଗ୍ଭଇ ରଖିଛନ୍ତି।

ସେ ପୁଣି ମୋତେ କହିଲେ, “ତୁମ୍ଭେ ମୋର ଦାସ, ତୁମ୍ଭେ ଇସ୍ରାଏଲ,
    ତୁମ୍ଭଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”

ମାତ୍ର ମୁଁ କହିଲି, “ମୁଁ ବୃଥା ପରିଶ୍ରମ କରିଅଛି।
    ମୁଁ ନିରର୍ଥକ ଓ ଅସାରତାରେ ମୋର ଶକ୍ତି ବ୍ୟୟ କରିଅଛି।
ତଥାପି ନିଶ୍ଚୟ ମୋର ବିଗ୍ଭର ସଦାପ୍ରଭୁଙ୍କ ନିକଟରେ
    ଓ କର୍ମଫଳ ମୋର ପରମେଶ୍ୱରଙ୍କଠାରେ ଅଛି।
ପୁଣି ମୋତେ ତାଙ୍କର ସେବକ ହେବା ପାଇଁ,
    ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ
    ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ।
ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ
    ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”

ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ
    ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ
    ଆମ୍ଭର ସେବକ ହେବ।
ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ
    ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ,
    ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:1-16

ଖ୍ରୀଷ୍ଟଙ୍କର ପ୍ରେରିତଗଣ

ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି। ଯେଉଁ ଲୋକମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ସେମାନେ ଯେ ଏଥିର ଯୋଗ୍ୟ ଏହା ଦର୍ଶାଇବା ଉଚିତ୍। ତୁମ୍ଭେମାନେ ଯଦି ମୋର ବିଗ୍ଭର କର କିଅବା କୌଣସି ଅଦାଲତ, ଯଦି ମୋର ବିଗ୍ଭର କରେ, ତେବେ ମୁଁ ତାହାକୁ ଆଦୌ ଖାତିରି କରେ ନାହିଁ। ଏପରି କି ମୋ’ ନିଜର ବିଗ୍ଭର ମଧ୍ୟ ମୁଁ କରେ ନାହିଁ। ମୁଁ ଯେ, କୌଣସି ଭୁଲ୍ କରି ନାହିଁ କିନ୍ତୁ ତାହା ମଧ୍ୟ ମୋତେ ନିର୍ଦ୍ଦୋଷ ପ୍ରମାଣିତ କରି ନାହିଁ। ପ୍ରଭୁ ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏ କି ମୋର ବିଗ୍ଭର କରନ୍ତି। ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।

ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ୱରୂପ ବ୍ୟବହାର କରୁଛି ଯେପରି ତୁମ୍ଭେମାନେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣି ପାରିବ, “ତେବେ ଶାସ୍ତ୍ରରେ ଯାହା ଲେଖା ଯାଇଛି କେବଳ ତହିଁର ବାଧ୍ୟ ହୁଅ। ତା’ହେଲେ ତୁମ୍ଭେମାନେ ଜଣକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।” କିଏ କହୁଛି ଯେ, ତୁମ୍ଭେମାନେ ଅନ୍ୟମାନଙ୍କ ତୁଳନାରେ ଭଲ? ଯାହାକିଛି ତୁମ୍ଭମାନଙ୍କ ପାଖରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତାହା ତୁମକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା’ହେଲେ ସେଗୁଡ଼ିକ ତୁମ୍ଭେମାନେ ନିଜ ଶକ୍ତି ଦ୍ୱାରା ପାଇଛ ବୋଲି ଗର୍ବ କରୁଛ।

ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା’ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ। କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ। 11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ। 12 ଆମ୍ଭର ଲାଗି ଆମ୍ଭେ ହାତରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ। 13 ଲୋକମାନଙ୍କଠାରୁ ଅଭିଶାପ ପାଇ ମଧ୍ୟ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ୟାପବାଦ କରନ୍ତି, ଆମ୍ଭେ ସେମାନଙ୍କୁ ନମ୍ରଭାବେ କଥା କହୁ। ଆଜି ପର୍ଯ୍ୟନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ୟବହାର କରୁଛନ୍ତି।

14 ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁ ନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚେତନ କରାଉଛି। 15 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି। 16 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭେମାନେ ମୋ’ ପରି ହୁଅ।

ଗୀତସଂହିତା 96

96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
    ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
    ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
    ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
    ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
    କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
    ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
    ଓ ପରାକ୍ରମର ଗୁଣ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
    ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
    ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10     ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
    ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
    ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
    ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
    କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
    ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।

ଗୀତସଂହିତା 100

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଯୋହନ ଲିଖିତ ସୁସମାଗ୍ଭର 1:35-42

ଯୀଶୁଙ୍କର ପ୍ରଥମ ଶିଷ୍ୟମାନେ

35 ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ। 36 ସେତେବେଳେ ଯୋହନ ଯୀଶୁଙ୍କୁ ଯିବାର ଦେଖିଲେ। ସେ କହିଲେ, “ଦେଖ, ପରମେଶ୍ୱରଙ୍କର ମେଷଶାବକ।”

37 ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ଅନୁସରଣ କଲେ। 38 ଯୀଶୁ ବୁଲି ପଡ଼ି ଦେଖିଲେ ଯେ, ସେହି ଦୁଇଜଣ ବ୍ୟକ୍ତି ତାହାଙ୍କ ଅନୁସରଣ କରୁଛନ୍ତି। ସେ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହଁ?”

ସେମାନେ ଉତ୍ତର ଦେଲେ, “ରା‌ବ୍‌ବୀ, ଆପଣ କେଉଁଠାରେ ରହୁଛନ୍ତି?” (“ରା‌ବ୍‌ବୀ” ଅର୍ଥାତ୍ “ଗୁରୁ”)

39 ଯୀଶୁ ସେମାନଙ୍କୁ କହିଲେ, “ମୋ’ ସହିତ ଆସ, ତୁମ୍ଭେମାନେ ଦେଖିବ।” ତେଣୁ ସେହି ଦୁଇଜଣ ଯୀଶୁଙ୍କ ସହିତ ଗଲେ। ସେମାନେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସେମାନେ ଯୀଶୁଙ୍କ ସିହତ ରହିଲେ। ସେତେବେଳେ ସମୟ ପ୍ରାୟ ଗ୍ଭରିଘଣ୍ଟା ହୋଇଥିଲା

40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ। 41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)

42 ତା’ପରେ ଆନ୍ଦ୍ରିୟ ଶିମୋନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଗ୍ଭହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭକୁ କେଫା ନାମରେ ଡକା ହେବ।” (“କେଫା” ଅର୍ଥାତ୍ “ପିତର।”)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center