Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:1-24

ଆଲେଫ୍

119 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି,
    ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି,
    ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ,
    କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ
    ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ
    ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।
ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି,
    ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
ମୁଁ ତୁମ୍ଭର ବିଧିସବୁ ପାଳନ କରିବି।
    ମୋତେ ଏକୁଟିଆ କରି ଛାଡ଼ ନାହିଁ।

ବୈତ୍

ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
    ତା’ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
    ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
    ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
    ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
    ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
    ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।

ଗିମେଲ୍

17 ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର,
    ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
18 ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର।
    ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ।
    ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ
    ମୋ’ଠାରୁ ଲୁଗ୍ଭଅ ନାହିଁ।
20 ମୁଁ ସର୍ବଦା ତୁମ୍ଭର ଶାସନସକଳ
    ପଢ଼ିବା ପାଇଁ ବହୁତ ଗ୍ଭହେଁ।
21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର।
    ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
22 ମୋ’ଠାରୁ ନିନ୍ଦା ଓ ଅପମାନସବୁ ଦୂର କର।
    ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
23 ଏପରିକି ଅଧିପତିମାନେ ଶିଖନ୍ତି
    ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି।
    ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
24 ତୁମ୍ଭର ଆଇନଗତ ଆଦେଶ ମୋତେ ଆନନ୍ଦ ଦିଏ।
    ସେମାନେ ମୋର ଅତି ଆପଣାର ଆଦେଶଦାତା।

ଗୀତସଂହିତା 12-14

ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।

12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
    କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
    ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
    ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
    ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
    ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”

କିନ୍ତୁ ସଦାପ୍ରଭୁ କହନ୍ତି,
    “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
    କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”

ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
    ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।

ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
    ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
    ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

ଦାଉଦଙ୍କର ଗୀତ

13 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ?
    ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ?
କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ?
    କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି?
କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ।
    ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।”
    ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।

ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି।
    ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି।
    କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।

ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।

14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
    ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
    ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।

ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
    ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
    ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
କିନ୍ତୁ ପ୍ରତ୍ୟେକ ମଣିଷ ଆଜି
    ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
    ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।

ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
    ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
    ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
    କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
    ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।

ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
    ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
    ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
    ଇସ୍ରାଏଲ ବହୁତ ଖୁସୀ ହେବ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 2:1-11

God’s Message to Judah and Jerusalem

ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

ଶେଷ ଦିନରେ ଏହା ହିଁ ଘଟିବ।
    ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ।
ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ।
    ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।
ବହୁ ଲୋକ ସେଠାକୁ ଯିବେ।
    ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା।
    ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା।
ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ।
    ଆମ୍ଭେମାନେ ତାହା ଅନୁସରଣ କରିବା।”

ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ
    ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ତା’ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ।
    ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ।
    ସେମାନେ ‌‌ଖ‌ଡ଼୍‌ଗରେ ଲଙ୍ଗଳର ଲୁହା ତିଆରି କରିବେ,
    ବର୍ଚ୍ଛାରେ ଦାଆ ତିଆରି କରିବେ।
ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ।
    ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟ‌ଦ୍‌ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି। ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ। ଆଉମଧ୍ୟ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ୱାରା ପୂଜିତ ପ୍ରତିମାରେ ପରିପୂର୍ଣ୍ଣ। ସେହି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ୱହସ୍ତ ନିର୍ମିତ ଓ ସେମାନେ ସେଗୁଡ଼ିକୁ ପୂଜା କରୁଛନ୍ତି। ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସେମାନେ ଅଧୋଗାମୀ ହୋଇଛନ୍ତି। ତେଣୁ ଏହା ନିଶ୍ଚିତ ଯେ, ପରମେଶ୍ୱର କେବେ ସେମାନଙ୍କୁ କ୍ଷମା କରିବେ ନାହିଁ।

10 ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।

11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:13-20

13 ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି। 14 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଯିହୂଦାରେ [a] ଥିବା ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହୋଇଛ। ଯିହୂଦାରେ ପରମେଶ୍ୱରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭେମାନେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ୟ ସେହିଭଳି ଯାତନା ପାଇଛ। 15 ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରିଦେଲେ। ସେମାନେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ମଧ୍ୟ ମାରିଦେଲେ। ସେହି ଯିହୂଦୀମାନେ ଆମ୍ଭକୁ ସେହି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ୟ କଲେ। ପରମେଶ୍ୱର ସେମାନଙ୍କଠାରେ ସନ୍ତୁଷ୍ଟ ନୁହନ୍ତି। ସେମାନେ ସମଗ୍ର ମାନବ ଜାତିର ବିରୋଧୀ। 16 ସେମାନେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦେବା ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣଯିହୂଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ୟରେ ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ୟ ବଢ଼ି ଗ୍ଭଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ଉପରେ ଆସି ପଡ଼ିଲାଣି।

ପାଉଲ ପୁଣି ଥରେ ସେମାନଙ୍କୁ ଦେଖାକରିବାକୁ ଇଚ୍ଛା କରନ୍ତି

17 ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂରରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସେଠାରେ ନ ଥିଲେ ମଧ୍ୟ, ଆମ୍ଭର ଚିନ୍ତାଗୁଡ଼ିକ ସେଠାରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ୟଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ୟ କରିଥିଲୁ। 18 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି। 19 ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ। 20 ପ୍ରକୃତରେ ତୁମ୍ଭେମାନେ ଆମ୍ଭର ମହିମା ଓ ଆମ୍ଭର ଆନନ୍ଦ ଅଟ।

ଲୂକ ଲିଖିତ ସୁସମାଗ୍ଭର 20:19-26

19 ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ।

ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚେଷ୍ଟା(A)

20 ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ। 21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ। 22 ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଆମ୍ଭ ପକ୍ଷେ ଠିକ୍ ହେବ କି ନାହିଁ?”

23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ, 24 “ମୋତେ ଗୋଟିଏ ମୁଦ୍ରା ଦେଖାଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?”

ସେମାନେ କହିଲେ, “କାଇସରଙ୍କର।”

25 ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”

26 ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କିଛି କହି ପାରିଲେ ନାହିଁ। ସେମାନେ ଯୀଶୁଙ୍କୁ ସମସ୍ତଙ୍କ ଆଗରେ ଫାନ୍ଦରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସେମାନେ ଯୀଶୁଙ୍କ ବିରୁଦ୍ଧରେ ବ୍ୟବହାର କରି ପାରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center