Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148-150

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
    ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
    ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
    ଦାରା ଓ ବୀଣା ବାଦନ କରି।
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
    ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
    ସେ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
    ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।

ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
    ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖ‌ଡ଼୍‌ଗମାନ ଧରନ୍ତୁ।
ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
    ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
    ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
    ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
    ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
    ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
    ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।

ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଗୀତସଂହିତା 114-115

114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
    ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
    ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
    ଯର୍ଦ୍ଦନ ନଦୀ ଉଜାଣି ବହିଲା।
ପର୍ବତଗଣ ମେଷପରି ଡେଇଁଲେ।
    ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
    ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
    ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
    ସମ୍ମୁଖରେ କମ୍ପିତ ହୁଅ।
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
    ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 5:1-7

ଇସ୍ରାଏଲ ପରମେଶ୍ୱରଙ୍କ ସ୍ୱତନ୍ତ୍ର ବଗିଗ୍ଭ

ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ।

ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର
    ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।
ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ।
    ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ।
ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର
    ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ।
ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ,
    କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର
    ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।
ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି?
    ଯାହା କରିବା କଥା ମୁଁ ସବୁ କରିଥିଲି।
ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି,
    ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
    ଏହା କାହିଁକି ଘଟିଲା?

“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି
    ତାହା ତୁମ୍ଭମାନଙ୍କୁ କହିବି।
ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି
    ଏବଂ ତାକୁ ପୋଡ଼ି ଦେବି।
ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି
    ଏବଂ ସେଗୁଡ଼ିକୁ ପଦଦଳିତ କରିବି।
ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି।
    କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ
    କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ।
ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ।
    ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।”

ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।

ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ
    ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା।
ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା।
    ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।

ପିତରଙ୍କ ଦ୍ୱିତୀୟ ପତ୍ର 3:11-18

11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍। 12 ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷାରେ ରହିବା ଉଚିତ୍। ସେହି ଦିନ ଆସିଲେ ଅଗ୍ନି ଦ୍ୱାରା ଆକାଶ ନଷ୍ଟ ହୋଇ ଯିବ ଓ ଆକାଶରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ଯିବ। 13 କିନ୍ତୁ ପରମେଶ୍ୱର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦେଇଛନ୍ତି। ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷାରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହେବ।

14 ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। 15 ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ। 16 ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। ବେଳେବେଳେ ପାଉଲଙ୍କ ପତ୍ରରେ କେତେକ କଥା ବୁଝିବା ପାଇଁ କଷ୍ଟକର ହୁଏ। କେତେଲୋକ ସେହି କଥାଗୁଡ଼ିକୁ ଭୁଲ୍ ଭାବରେ ବ୍ୟାଖ୍ୟା କରନ୍ତି। ସେମାନେ ମୂର୍ଖ ଓ ବିଶ୍ୱାସରେ ଦୁର୍ବଳ। ସେହି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ [a] ମଧ୍ୟ ଭୁଲଭାବେ ବୁଝାଇଥା’ନ୍ତି। କିନ୍ତୁ ଏପରି କରିବା ଦ୍ୱାରା ସେମାନେ ନିଜର ଅନିଷ୍ଟ କରୁଛନ୍ତି।

17 ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସେହି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ଯ୍ୟ ଦ୍ୱାରା ତୁମ୍ଭେ ନିଜକୁ ପ୍ରଭାବିତ ହେବାକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ୱାସରୁ ବିଚଳିତ ନ ହେବା ପାଇଁ ସାବଧାନ ରୁହ। 18 କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।

ଲୂକ ଲିଖିତ ସୁସମାଗ୍ଭର 7:28-35

28 ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।”

29 ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ, 30 କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।

31 “ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ? 32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି:

‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ,
    କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ,
    କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’

33 ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉ ନ ଥିଲେ କିମ୍ବା ଦ୍ରାକ୍ଷାରସ ପିଉ ନ ଥିଲେ। ଆଉ ତୁମ୍ଭେମାନେ କହୁଛ ଯେ, ‘ତାହାଙ୍କ ଦେହରେ ଭୂତ ପ୍ରବେଶ କରିଛି।’ 34 ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା’ର ସାଙ୍ଗ ଅଟନ୍ତି।’ 35 କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center