Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
7 ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
8 ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
ଦାଉଦଙ୍କର ଗୀତ
35 ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
2 ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ [a] ଉଠାଅ।
ଜାଗ୍ରତ ହୁଅ, ମୋର ସହାୟ ହୁଅ।
3 ଏକ ବର୍ଚ୍ଛା ଓ କୁନ୍ତ ଧର
ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
ସେମାନଙ୍କୁ ଘଉଡ଼ାଇ ଦିଅ।
ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
5 ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
6 ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
9 ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ।
ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
ସେମାନେ ସିଂହ ତୁଲ୍ୟ ଅଟନ୍ତି।
18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ।
ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ।
ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
ଇମ୍ମାନୁୟେଲ-ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି
10 ତା’ପରେ ସଦାପ୍ରଭୁ ଆହସଙ୍କୁ କହି ଗ୍ଭଲିଲେ। 11 ସେ କହିଲେ, “ଏ ଗୁଡ଼ିକ ସତ୍ୟ ବୋଲି ତୁମ୍ଭେ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ। ସେହି ଚିହ୍ନ ଅଧୋଲୋକରୁ ହେଉ କିମ୍ବା ଉର୍ଦ୍ଧଲୋକରୁ ହେଉ ସଦାପ୍ରଭୁଙ୍କୁ ସେହି ଚିହ୍ନ ମାଗ।”
12 ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।”
13 ତା’ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। 14 ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ।
ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ
ଏକ ପୁତ୍ର ସନ୍ତାନ ଜନ୍ମ ଦେବ।
ତା’ର ନାମ ସେ ଇମ୍ମାନୁୟେଲ ଦେବ।
15 ଇମ୍ମାନୁୟେଲ ଲହୁଣୀ ଓ ମହୁ ଖାଇବ।
ତେଣୁ ସେ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ୟାଗ କରିବା ଜାଣିବ।
16 ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ୟ କରିବା ଜାଣିବା ପୂର୍ବରୁ ତୁମ୍ଭେମାନେ ଇଫ୍ରୟିମକୁ
ଓ ଅରାମକୁ ତ୍ୟାଗ କରିବା। କାରଣ “ତୁମ୍ଭେମାନେ ସେହି ଦୁଇ ରାଜାଙ୍କୁ ଘୃଣା କରିଅଛ।
17 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। “କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିବେ। ସେହି ଦୁଃସମୟ ତୁମ୍ଭ ଲୋକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରମେଶ୍ୱର କ’ଣ କରିବେ? ସେ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆଣିବେ।
18 “ସେହି ସମୟରେ ସଦାପ୍ରଭୁ ‘ମକ୍ଷିକା’କୁ ଆହ୍ୱାନ ଦେବେ। ସେହି ମକ୍ଷିକା ମିଶରରେ ନଦୀ ନିକଟରେ ଅଛି। ବର୍ତ୍ତମାନ ‘ମଧୁମକ୍ଷିକା’ ଅଶୂର ଦେଶରେ ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ୟକୁ ଆସିବେ। 19 ସେହି ଶତ୍ରୁଗଣ ଗହ୍ୱରମାନଙ୍କର, ପର୍ବତର ଗୁମ୍ଫାମାନଙ୍କରେ କଣ୍ଟାବୁଦାମାନଙ୍କରେ ଓ ଚରାଭୂମି ମାନଙ୍କରେ ବାସ କରିବେ। 20 ସଦାପ୍ରଭୁ ଯିହୁଦାକୁ ଦଣ୍ଡ ଦେବାକୁ ଅଶୂରକୁ ବ୍ୟବହାର କରିବେ। ଅଶୂର ଭଡ଼ାଟିଆ ଏବଂ କ୍ଷୁର ସଦୃଶ ବ୍ୟବହୃତ ହେବ। ଯିହୁଦାର ମସ୍ତକ ଓ ପଦକୁ କ୍ଷୌର ସଦାପ୍ରଭୁଙ୍କ ଦ୍ୱାରା ହେବ। ସଦାପ୍ରଭୁ ଯିହୁଦାର ଦାଢ଼ି କ୍ଷୌର କରିବେ।
21 “ସେହି ସମୟରେ କେହି ଜଣେ ବ୍ୟକ୍ତି ଗୋଟିଏ ଗାଈ ଓ ଦୁଇ ଗୋଟି ମେଷ ପାଳିବେ। 22 ସେହି ଗାଈର ପ୍ରଚୁର ଦୁଗ୍ଧରେ ସେ ଦଧି ଖାଇବେ ଓ ସେ ଦେଶର ପ୍ରତ୍ୟେକ ଲୋକ ଦଧି ଓ ମଧୁ ଭକ୍ଷ୍ୟଣ କରିବେ। 23 ସେହି ଭୂମିରେ କ୍ଷେତମାନଙ୍କରେ ଏକ ହଜାର ଦ୍ରାକ୍ଷାଲତା ହେବ। ପ୍ରତ୍ୟେକ ଦ୍ରାକ୍ଷାଲତାର ମୂଲ୍ୟ 1000 ରୌପ୍ୟ ମୁଦ୍ରା ହେବ। ମାତ୍ର ସେହି କ୍ଷେତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣ ହେବ। 24 ସେହି ଭୂମି ବଣ ହୋଇଯିବ ଏବଂ ତାହା କେବଳ ଶିକାର ଯୋଗ୍ୟ ହେବ। 25 ଦିନ ଥିଲା ଲୋକମାନେ ସେଠାରେ କାର୍ଯ୍ୟରତ ରହୁଥିଲେ ଓ ପାହାଡ଼ ଉପରେ ଖାଦ୍ୟ ଉତ୍ପାଦନ କରୁଥିଲେ। ମାତ୍ର ସେଦିନ ଲୋକମାନେ ଆଉ ସେଠାକୁ ଯିବେ ନାହିଁ। ସେହି ସ୍ଥାନ ଅନାବନା ଘାସ ଓ କଣ୍ଟକରେ ପୂର୍ଣ୍ଣ ହେବ। କେବଳ ମେଣ୍ଢା ଓ ଗୋରୁପଲମାନଙ୍କର ସେ ଚରାଭୂଇଁ ହେବ।”
ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ
13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ଆମ୍ଭ ପାଇଁ ପ୍ରାର୍ଥନା କର
3 ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ। 2 ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)
3 ପରମେଶ୍ୱର ହେଉଛନ୍ତି ବିଶ୍ୱସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସେହି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ। 4 ତୁମ୍ଭମାନଙ୍କୁ କୁହାଯାଇଥିବା କାମସବୁ ତୁମ୍ଭେମାନେ କରୁଛ ବୋଲି ପରମେଶ୍ୱର ଆମ୍ଭକୁ ନିଶ୍ଚିତ ଭାବେ ଉପଲବ୍ଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭେମାନେ ଏହି କାମ ସବୁ କରି ଗ୍ଭଲିଥିବ। 5 ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଯୀଶୁଙ୍କ ରାତ୍ର ଭୋଜନ(A)
14 ସେମାନେ ନିସ୍ତାରପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ରେରିତମାନେ ଖାଇ ବସିଲେ। 15 ଯୀଶୁ ସେମାନଙ୍କୁ କହିଲେ, “ମୁଁ ମୋ’ ମୃତ୍ୟୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାରପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା 16 ମୁଁ ତୁମ୍ଭମାନଙ୍କୁ କହୁଛି, ପରମେଶ୍ୱରଙ୍କ ରାଜ୍ୟରେ ଏହାର ବାସ୍ତବ ଅର୍ଥ ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ମୁଁ କେବେ ହେଲେ ନିସ୍ତାରପର୍ବର ଖାଦ୍ୟ ଆଉ ଖାଇବି ନାହିଁ।”
17 ତା’ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।” 18 ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।”
19 ତା’ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା’ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।” 20 ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।” [a]
କିଏ ଯୀଶୁଙ୍କ ବିରୁଦ୍ଧରେ ଉଠିବ?
21 ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମୋ’ ପ୍ରତି ବିଶ୍ୱାସଘାତକତା କରିବ। ତା’ର ହାତ ମୋ’ ହାତ ପାଖରେ ଏହି ଟେବୁଲ ଉପରେ ଅଛି। 22 ପରମେଶ୍ୱର ଯେପରି ନିରୂପଣ କରିଛନ୍ତି, ମନୁଷ୍ୟପୁତ୍ର ସେହି ଅନୁସାରେ ମୃତ୍ୟୁ ଭୋଗ କରିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେଉଁ ଲୋକ ହତ ହେବା ପାଇଁ ଶତ୍ରୁ ହାତରେ ଦେଇଦେବ, ତା’ ପକ୍ଷରେ ଏହା ବହୁତ ଖରାପ ହେବ।”
23 ତା’ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?”
ଜଣେ ସେବକ ଭଳି ହୁଅ
24 ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ଶ୍ରେଷ୍ଠ ପ୍ରେରିତମାନେ ସେହି ବିଷୟରେ ପରସ୍ପର ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। 25 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଏହି ସଂସାରର ଦେଶଗୁଡ଼ିକର ରାଜାମାନେ ସେମାନଙ୍କ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସେମାନେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ୟାତ ହୁଅନ୍ତି। 26 କିନ୍ତୁ ତୁମ୍ଭେମାନେ ସେମାନଙ୍କ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ବଡ଼, ସେ ସବୁଠାରୁ ଛୋଟ ହେବା ଉଚିତ୍। ନେତା ସେବକ ଭଳି ହେବା ଉଚିତ୍। 27 ସବୁଠାରୁ ଶ୍ରେଷ୍ଠ ଲୋକ କିଏ? ଟେବୁଲ ପାଖରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭେମାନେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ମୁଁ ଜଣେ ସେବକ ଭଳି ରହିଛି।
28 “ଅନେକ ବାଧାବିଘ୍ନ ଭିତର ଦେଇ ତୁମ୍ଭେମାନେ ମୋ’ ସହିତ ରହିଛ। 29 ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି। 30 ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର [b] ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।
2010 by World Bible Translation Center