Book of Common Prayer
ଦାଉଦଙ୍କର ଗୀତ।
41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
ଓ ସେଥିପାଇଁ ବେମାର ଅଛି।
ସେ ଆଉ ଭଲ ହେବ ନାହିଁ।”
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
ତୁମ୍ଭେ ମୋତେ ସାହାଯ୍ୟ କରିଲ।
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।
ଆମେନ୍, ଆମେନ୍।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।
44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
4 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
7 ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
କାହିଁକି ତୁମ୍ଭେ ଶୋଇ ରହିଛ?
ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
ଆମ୍ଭକୁ ସାହାଯ୍ୟ କର।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
16 ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”
17 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି।
ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି।
ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।
18 “ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’
19 କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?” 20 ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ। 21 ତୁମ୍ଭେମାନେ ଯଦି ସେହି ଭୁଲ ଆଦେଶ ପାଳନ କରିବ ତେବେ ଦେଶରେ କଷ୍ଟ ଓ ଅନାହାର ଦେଖାଦେବ। ସେତେବେଳେ ସେମାନେ ବିରକ୍ତ ହେବେ ଏବଂ ସେମାନଙ୍କର ଶାସକ ଓ ପରମେଶ୍ୱରଙ୍କ ବିରୁଦ୍ଧରେ କହିବେ। ତା’ପରେ ସେମାନେ ପରମେଶ୍ୱରଙ୍କଠାରୁ ସାହାଯ୍ୟ ପାଇଁ ଊର୍ଦ୍ଧ୍ୱକୁ ଗ୍ଭହିଁବେ। 22 ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ।
ଗୋଟିଏ ନୂତନ ଦିବସ ଆସୁଛି
9 ଅତୀତରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପରେ ପରମେଶ୍ୱର ସେ ଦେଶଗୁଡ଼ିକ ମହାନ କରିଦେଲେ। ସମୁଦ୍ର ନିକଟବର୍ତ୍ତୀ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱ ଗାଲିଲୀର ଅଣଯିହୂଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ।
1 ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ, ଶିମିୟୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ୱାସ ଅତି ବହୁମୂଲ୍ୟ, ଏହି ପତ୍ରଟି ଲେଖୁଅଛି।
ଆମ୍ଭର ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ହେତୁ ତୁମ୍ଭେମାନେ ଏହି ବିଶ୍ୱାସ ପାଇଅଛ। ପରମେଶ୍ୱର ଯାହା ଉତ୍ତମ, ତାହା କରନ୍ତି।
2 ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।
ପରମେଶ୍ୱର ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି
3 ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି। 4 ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।
5 ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, 6 ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା, 7 ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର। 8 ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା’ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ। 9 ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା’ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।
10 ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ। 11 ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।
ଯୀଶୁ ପ୍ରେରିତମାନଙ୍କୁ ପ୍ରାର୍ଥନା କରିବାକୁ କହିଲେ(A)
39 ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ। 40 ସେଠାରେ ପହଞ୍ଚି ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼ ଏଥିପାଇଁ ପ୍ରାର୍ଥନା କର।”
41 ତା’ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ, 42 “ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ [a] ମୋ’ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।” 43 ତା’ପରେ ସ୍ୱର୍ଗରୁ ଜଣେ ଦୂତ ଆସି ଦେଖାଦେଲେ। ସେହି ସ୍ୱର୍ଗଦୁତଙ୍କୁ ଯୀଶୁଙ୍କୁ ସାହାଯ୍ୟ କରିବା ପାଇଁ ପଠାଯାଇଥିଲା। 44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା। 45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା। 46 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”
ଯୀଶୁ ବନ୍ଦୀ ହେଲେ(B)
47 ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।
48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯିହୂଦା, ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦେବା ପାଇଁ ବନ୍ଧୁତାର ଚୁମ୍ବନକୁ ବ୍ୟବହାର କରୁଛ?” 49 ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?” 50 ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା।
51 ଯୀଶୁ କହିଲେ, “ବନ୍ଦ କର!” ତା’ପରେ ଯୀଶୁ ସେହି ଗ୍ଭକରଟିର କାନ ଛୁଇଁ ସୁସ୍ଥ କରିଦେଲେ।
52 ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ? 53 ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।”
2010 by World Bible Translation Center