Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ
42 “ମୋର ଦାସକୁ ଦେଖ।
ମୁଁ ତାକୁ ମନୋନୀତ କରିଅଛି।
ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ।
ମୁଁ ତାହା ଉପରେ
ନିଜର ଆତ୍ମାକୁ ସ୍ଥାପନ କରିଅଛି।
ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।
2 ସେ ରାଜପଥରେ ଉଚ୍ଚସ୍ୱରରେ କହିବ ନାହିଁ
କି ସେ ଚିତ୍କାର କରିବ ନାହିଁ।
3 ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ,
ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ।
ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉଦ୍ଘାଟନ କରିବେ।
4 ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ
ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ।
ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’
ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା
5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।
6 “ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି।
ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି।
ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି,
ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
7 ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ,
କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ
ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।
8 “ମୁଁ ସଦାପ୍ରଭୁ
ଓ ତାହା ହିଁ ମୋର ନାମ।
ମୋର ପ୍ରଶଂସା ଓ ମହିମା
ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।
9 ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା।
ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ।
ଭବିଷ୍ୟତରେ କ’ଣ କ’ଣ ଘଟିବ,
ତାହା ତୁମ୍ଭକୁ ଜଣାଉ।”
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସା ଗୀତ
10 ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ,
ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ
ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ,
ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର।
ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର।
11 ପ୍ରାନ୍ତର ଓ ତା’ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ,
ସଦାପ୍ରଭୁଙ୍କର ପ୍ରଶଂସା ଗାନ କର।
ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି,
ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ।
12 ସେମାନେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ
ଓ ଦ୍ୱୀପ ସମୂହ ମଧ୍ୟରେ ତାଙ୍କର ପ୍ରଶଂସା ପ୍ରଗ୍ଭର କରନ୍ତୁ।
ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ
10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। 12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।
14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। 15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। 16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। 17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖଡ଼୍ଗ ଗ୍ରହଣ କର, ସେହି ଖଡ଼୍ଗ ହେଉଛି ପରମେଶ୍ୱରଙ୍କ ଉପଦେଶ। 18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
19 ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ। 20 ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ।
16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। 17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। 18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ। 19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ। 20 ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ। 21 କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି। [a]
2010 by World Bible Translation Center