Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 121

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଆୟୁବ ପୁସ୍ତକ 42:1-6

ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଲା

42 ତା’ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,

“ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରି ପାରନ୍ତି।
    ତୁମ୍ଭେ ଯାହା କର ବା କରିବାକୁ ଗ୍ଭହଁ, କେହି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’
    ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି।
    ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।

“ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା।
    ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଗ୍ଭରିବା ଓ ତୁମ୍ଭେ ତା’ର ଉତ୍ତର ଦେବ।’
ହେ ସଦାପ୍ରଭୁ, ଅତୀତରେ ମୁଁ ତୁମ୍ଭ ବିଷୟରେ ଶୁଣିଥିଲି।
    କିନ୍ତୁ ଆଜି ମୁଁ ସ୍ୱଚକ୍ଷୁରେ ତୁମ୍ଭକୁ ଦେଖିଲି।
ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି।
    ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ
ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି।
    ମୁଁ ମୋର ମନ ପରିବର୍ତ୍ତନ କରିଛି।”

ପିତରଙ୍କ ପ୍ରଥମ ପତ୍ର 1:3-9

ଯୀଶୁଙ୍କ ଜୀବନ୍ତ ଭରସା

ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି। ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ।

ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ। ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ। ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ। ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।

ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଯୋହନ ଲିଖିତ ସୁସମାଗ୍ଭର 14:1-7

ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ସାନ୍ତ୍ୱନା ଦେଲ

14 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ, ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି। ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ। ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”

ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”

ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ। ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା’ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center