Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
2 ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା’ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ [a] ଉତ୍ତର ଦେଲେ।
3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
କବର ତା’ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
5 ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି।
ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି।
ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ।
7 ହେ ମୋର ପ୍ରାଣ ବିଶ୍ରାମ କର।
ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
8 ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ।
ମୋର ଲୋତକ ବନ୍ଦ କଲ।
ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କର।
9 ଜୀବିତମାନଙ୍କ ଦେଶରେ
ମୁଁ ସଦାପ୍ରଭୁଙ୍କ ସେବା କରିବି।
10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି”
ତଥାପି ମୁଁ ବିଶ୍ୱାସ କଲି।
11 ମୁଁ ଯେତେବେଳେ ଭୟରେ ଥିଲି, କହିଲି,
“ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।”
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
10 ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।
11 ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ। 12 ପରମେଶ୍ୱର ଏହି “ଧ୍ୱଜାକୁ’ ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କେତ ସ୍ୱରୂପ ଉଠାଇବେ। ଇସ୍ରାଏଲ ଓ ଯିହୁଦାର ବିଚ୍ଛିନ୍ନ ହୋଇଥିବା ଲୋକମାନେ ଏକତ୍ର ହେବେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥରେ ବିଚ୍ଛିନ୍ନ ହୋଇଯାଇଥିଲେ। କିନ୍ତୁ ପରମେଶ୍ୱର ସେ ସମସ୍ତଙ୍କୁ ଏକତ୍ରିତ କରିବେ।
13 ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ। 14 ମାତ୍ର ଇଫ୍ରୟିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀୟ ଲୋକମାନଙ୍କର ସେମାନେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣଙ୍କୁ ଆୟତ୍ତ କରିବେ।
15 ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ। 16 ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।
ପୃଥିବୀର ଲୋକଙ୍କର ବିଗ୍ଭର
11 ତା’ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ। 12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।
13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା’ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। 14 ତା’ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। 15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।
ନୂତନ ଯିରୁଶାଲମ
21 ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା। 2 ତା’ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।
3 ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ। 4 ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”
5 ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା’ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”
6 ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। [a] ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି। 7 ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ। 8 କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’
ଜିଖରିୟ ଓ ଏଲୀଶାବେଥ
5 ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। 6 ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା। 7 କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।
8 ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବରେ ମନ୍ଦିରରେ ପରମେଶ୍ୱରଙ୍କ ସେବାକାର୍ଯ୍ୟ କରୁଥିଲେ। ସେବାକାର୍ଯ୍ୟ କରିବା ପାଇଁ ତାହାଙ୍କ ଦଳର ପାଳି ପଡ଼ିଲା। 9 ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ। 10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।
11 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ। 12 ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ। 13 କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ। 14 ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ। 15 ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।
16 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି। 17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”
18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”
19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି। 20 ଏବେ ଶୁଣ! ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ୟ ବୋଲି ପ୍ରମାଣିତ ହେବ। ଏବେ ତୁମ୍ଭେ ମୂକ ହୋଇଯିବ। ଯେପର୍ଯ୍ୟନ୍ତ ଏସବୁ ନ ଘଟିଛି, ସେ ପର୍ଯ୍ୟନ୍ତ ତୁମ୍ଭେ କହିବା ଶକ୍ତି ହରେଇ ବସିବ।”
21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! 22 ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ। 23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।
24 ତା’ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ଯ୍ୟନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ, 25 “ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।”
2010 by World Bible Translation Center