Book of Common Prayer
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।
85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।
3 ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।
4 ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
5 ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
କ୍ରୋଧିତ ହୋଇ ରହିବ?
6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
7 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
9 ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
110 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ,
“ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ।
ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”
2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ,
ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
3 ତୁମ୍ଭ ପରାକ୍ରମର ଦିନରେ,
ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ,
ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ।
ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ।
ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ
କାକର ଟୋପା ପରି ବେଢ଼ି ରହିବେ।
4 ସଦାପ୍ରଭୁ ପ୍ରତିଜ୍ଞା କଲେ,
ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ।
“ଯାଜକ ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”
5 ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ।
ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ।
ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।
7 ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ
ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।
ଆରୋହଣ ଗୀତ।
132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
2 ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
3 “ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
4 ମୁଁ ଶୟନ କରିବି ନାହିଁ।
ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
5 ମୁଁ ମୋର ଗୃହକୁ ଯିବି ନାହିଁ
ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”
6 ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
7 ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
9 ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
“ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”
13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”
10 ସଦାପ୍ରଭୁ କୁହନ୍ତି,
“ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ।
କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
11 ସେହି ଦିନରେ, ଅନେକ ଦେଶର ଲୋକମାନେ
ପରମେଶ୍ୱରଙ୍କ ନିକଟକୁ ଆସିବେ।
ସେମାନେ ଆମ୍ଭର ଲୋକ ହେବେ।
ଆଉ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ବାସ କରିବା।”
ସେତେବେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ
ମୋତେ ତୁମ୍ଭ ନିକଟକୁ ପ୍ରେରଣ କରିଛନ୍ତି।
12 ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ।
ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ।
13 ସମସ୍ତ ଲୋକମାନେ, ନୀରବ ହୁଅ।
ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।
ପ୍ରେମ ପରମେଶ୍ୱରଙ୍କଠାରୁ ଆସେ
7 ପ୍ରିୟ ବନ୍ଧୁମାନେ, ଆମ୍ଭେ ସବୁ ପରସ୍ପରକୁ ଭଲ ପାଇବା ଉଚିତ୍, କାରଣ ପ୍ରେମ ପରମେଶ୍ୱରଙ୍କଠାରୁ ଆସେ। ଯେଉଁ ଲୋକ ପ୍ରେମ କରେ, ସେ ପରମେଶ୍ୱରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପାରେ। 8 ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ପରମେଶ୍ୱରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ୱର ତ ପ୍ରେମ। 9 ଏହିପରି ଭାବରେ ପରମେଶ୍ୱର ଆମ୍ଭକୁ ତାହାଙ୍କ ପ୍ରେମ ଦେଖାଇଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ୟମରେ ଜୀବନ ପାଇ ପାରିବା। 10 ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ:
11 ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା। 12 କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ।
13 ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ୱରଙ୍କଠାରେ ରହିଛୁ ଓ ସେ ଆମ୍ଭଠାରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କର ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। 14 ଆମ୍ଭେମାନେ ଦେଖିଅଛୁ ଯେ ପରମେଶ୍ୱର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭେମାନେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ୟ ଆମ୍ଭେ ସେହି ସାକ୍ଷ୍ୟ ଦେଉଅଛୁ। 15 ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତାଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ। 16 ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।
ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି।
ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି
31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”
2010 by World Bible Translation Center