Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଗୀତସଂହିତା 96

96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
    ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
    ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
    ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
    ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
    କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
    ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
    ଓ ପରାକ୍ରମର ଗୁଣ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
    ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
    ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10     ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
    ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
    ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
    ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
    କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
    ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।

ଗୀତସଂହିତା 34

ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।

34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
    ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
    ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
    ତାଙ୍କ ନାମର ମହିମା କୀର୍ତ୍ତନ କର।
ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
    ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
    ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
    ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
    ଓ ସଦାପ୍ରଭୁ ତାହା ଶୁଣିଲେ
    ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
    ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
    ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
    କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
    କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
    ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
    ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
    ଶାନ୍ତି ପାଇଁ କାର୍ଯ୍ୟ କର।
    ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
    ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
    ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
    ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
    ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
    କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
    ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
    ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
    ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 62:6-7

“ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ
    ପ୍ରହରୀଗଣ ନିଯୁକ୍ତ କରିଅଛୁ;
    ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।”

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ
    ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।
ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି
    ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 62:10-12

10 ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ।
    ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର।
ରାଜପଥ ଉଚ୍ଚକର।
    ପଥରୁ ପଥରଗୁଡ଼ିକୁ ବାହାର କରିଦିଅ
ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।

11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ
    ଏହା ଘୋଷଣା କରିଅଛନ୍ତି,
“ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ,
    ‘ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି;
ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି
    ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।’”
12 ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,”
    “ମୁକ୍ତି ହୋଇଥିବା ଲୋକମାନେ।”
ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,”
    ଏବଂ “ଅନ୍ୱେଷଣ” ବୋଲି ଡାକିଲେ।

ଏବ୍ରୀ 2:10-18

10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:

“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
    ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।” (A)

13 ସେ ଆହୁରି କହନ୍ତି:

“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” (B)

ଓ ସେ କୁହନ୍ତି:

“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।” (C)

14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 1:18-25

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ(A)

18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି। 19 କିନ୍ତୁ ତାହଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।

20 କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।

21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ‌‌‌‌‌‌‌‌

22 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା। 23 “ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” [a] (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)

24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ। 25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center