Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
2 ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା’ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
12 ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ
ମୁଁ ତୁମ୍ଭମାନଙ୍କୁ ଲେଖୁଛି।
13 ପିତାମାନେ!
ଯେ ଆଦ୍ୟରୁ ଅଛନ୍ତି, ତୁମ୍ଭେମାନେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
14 ପିଲାମାନେ!
ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ପିତାମାନେ!
ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ବଳବାନ
ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି,
ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
15 ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ। 16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି। 17 ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାରରେ ଥିବା ବିଷୟ ଗୁଡ଼ିକ ମଧ୍ୟ କ୍ଷୟ ପାଉଅଛି। ମାତ୍ର ଯେ କେହି ପରମେଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହୋଇ ରହିବ।
41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”
43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ [a] ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।
47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ।
2010 by World Bible Translation Center