Book of Common Prayer
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ [a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ [b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା’ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
15 ତେଣୁ ସତ୍ୟତାର ଅଭାବ ହୋଇଅଛି
ଓ ଯେ ଦୁଷ୍କର୍ମ ତ୍ୟାଗ କରେ ସେ ଲୁଣ୍ଠିତ ହୁଏ।
ପୁଣି ସଦାପ୍ରଭୁ ଏହା ଦେଖିଲେ
ଓ ନ୍ୟାୟବିଗ୍ଭର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
16 ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ।
ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ।
ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା
ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।
17 ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ,
ପରିତ୍ରାଣରୂପକ ଟୋପି ମସ୍ତକରେ,
ପ୍ରତିଶୋଧରୂପକ ବସ୍ତ୍ର
ଓ ଉଦ୍ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।
18 ସେ ପାପ କର୍ମର ପରିମାଣ ଅନୁସାରେ
ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ।
ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ।
ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ।
19 ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ
ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ।
କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ
ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ।
20 ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ
ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ।
21 ନିଜ ବିଷୟରେ ସଦାପ୍ରଭୁ କୁହନ୍ତି, “ସେମାନଙ୍କ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ୟସବୁ ତୁମ୍ଭ ମୁଖରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ୟାବଧି ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ।”
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
9 “ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ। 10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”
ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
12 “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ:
“ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାରଯୁକ୍ତ ଖଡ଼୍ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।
13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ’ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।
14 “ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା। 15 ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି। 16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖଡ଼୍ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।
17 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
“ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା [a] ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”
46 ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା। 47 ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା। 48 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”
49 ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”
50 ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।”
ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ। 51 ଘରକୁ ଯିବା ବାଟରେ ତାହାଙ୍କର କେତେଜଣ ଗ୍ଭକର ଆସି ତାହାଙ୍କୁ ଭେଟିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭର ପୁଅ ସୁସ୍ଥ ହେଲାଣି।”
52 “ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା? ସେ ପଗ୍ଭରିଲେ।
ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା’ର ଜ୍ୱର ଛାଡ଼ିଗଲା।”
53 “ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।
54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।
2010 by World Bible Translation Center