Book of Common Prayer
ଦାଉଦଙ୍କର ସଙ୍ଗୀତ।
26 ହେ ସଦାପ୍ରଭୁ, ମୋର ବିଗ୍ଭର କର।
ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି।
ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ
ମୋର ହୃଦୟ ଓ ମନକୁ ପରିଷ୍କାର କର।
3 ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି।
ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
4 ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ।
କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
5 ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ।
ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।
6 ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି।
ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
7 ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ,
ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ
ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
9 ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ।
ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।
10 ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି।
ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ।
ତେଣୁ ହେ ପରମେଶ୍ୱର ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି।
ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।
ଦାଉଦଙ୍କର ଗୀତ।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
2 ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
ମୋ’ ନିବେଦନ ଟିକେ ଶୁଣ।
ମୋ’ ପ୍ରତି କୃପା ପ୍ରଦର୍ଶନ କର।
3 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
4 ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।
6 ସଦାପ୍ରଭୁଙ୍କର ପ୍ରଶଂସା ହେଉ,
କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
7 ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।
9 ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।
ସଦାପ୍ରଭୁଙ୍କର ଦାସ ଦାଉଦଙ୍କର ଗୀତ
36 ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦକାର୍ଯ୍ୟ କରେ।
ଯେତେବେଳେ ସେ ଆପଣା ହୃଦୟକୁ କହେ, “ମୁଁ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।”
2 ସେହି ଲୋକ ଆପଣାକୁ ମିଥ୍ୟା କହେ।
ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତେଣୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
3 ତା’ର ବାକ୍ୟସବୁ କେବଳ ମୂଲ୍ୟହୀନ ମିଥ୍ୟା ଅଟେ।
ସେ ଜ୍ଞାନୀ ହୋଇପାରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
4 ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ।
ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
6 ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
7 ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
8 ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
9 ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି।
ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।
12 ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି।
ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି।
ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।
39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
ମୁଁ ମୋର ମୁଖକୁ ବନ୍ଦ ରଖିବି।”
2 ତେଣୁ ମୁଁ କିଛି କହିଲି ନାହିଁ।
ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
3 ମୁଁ ଅତି କ୍ରୋଧିତ ଥିଲି।
ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ।
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
9 ମୁଁ ମୋର ପାଟି ଖୋଲି ନାହିଁ।
ମୁଁ କିଛି କହି ନାହିଁ।
ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।
12 ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
ନିରର୍ଥକ ମିଥ୍ୟା ଦେବତା
9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେ ସବୁ ଅସାର, ଯଦିଓ ଲୋକେ ସେଗୁଡ଼ିକୁ ଆଦର କରନ୍ତି। ସେଗୁଡ଼ିକ ଉପକାରୀ ନୁହନ୍ତି। ସେହି ଲୋକମାନେ ସାକ୍ଷୀ ହେଲେ ବି ସେମାନେ ଲଜ୍ଜିତ ହେବେ। ସେମାନେ କିଛି ଦେଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।
10 କିଏ ଏପରି ଦେବତା ନିର୍ମାଣ କରିଛି ଯିଏ ଅଦରକାରୀ ଏବଂ ହାନିକାରକ? କିଏ ଏପରି ପ୍ରତିମା ଗଠନ କରିଛି? 11 ଯେଉଁ ଶ୍ରମିକଗଣ ସେହି ପ୍ରତିମା ନିର୍ମାଣ କରିଛନ୍ତି, ସେମାନେ ମନୁଷ୍ୟ ମାତ୍ର, ସେମାନେ ପରମେଶ୍ୱର ନୁହନ୍ତି। ସେମାନେ ସମସ୍ତେ ଯଦି ଏକତ୍ରିତ ହୋଇ ଆଲୋଚନା କରିବେ, ତେବେ ସେମାନେ ସମ୍ପୂର୍ଣ୍ଣ ଲଜ୍ଜିତ ହେବେ ଏବଂ କମ୍ପିତ ହେବେ।
12 କର୍ମକାର ପ୍ରତିମା ଗଢ଼ିଲା ବେଳେ ଲାଲ୍ ଉତ୍ତପ୍ତ ଅଙ୍ଗାରରେ କର୍ମ କରେ ଓ ନିଜର ବଳିଷ୍ଠ ବାହୁ ସାହାଯ୍ୟରେ ହାତୁଡ଼ିରେ ତାହାର ଆକାର ତିଆରି କରେ, ଯେତେବେଳେ ସେ କ୍ଷୁଧାର୍ତ୍ତ ହୁଏ, ତା’ର ଶକ୍ତି ହରାଏ ଓ ଜଳପାନ ନ କଲେ ଦୁର୍ବଳ ହୋଇଯାଏ।
13 ଅନ୍ୟ ଜଣେ ଶ୍ରମିକ ସୁତାଧରି ସିନ୍ଦୂରରେ ଚିହ୍ନ ହୋଇ କାଠ ଉପରେ ରନ୍ଦା ବୁଲାଇ ପ୍ରତିମାର ଆକୃତି କରେ। ସେ ତା’ର ହତିଆର ଓ ମାପ ଯନ୍ତ୍ର ବ୍ୟବହାର କରି ଠିକ୍ ମନୁଷ୍ୟ ଆକୃତିର ପ୍ରତିମା ଗଢ଼େ। ସେ ପ୍ରତିମାଗୁଡ଼ିକ ଘରେ କିମ୍ବା ମନ୍ଦିରରେ ରହିବା ପାଇଁ ମନୁଷ୍ୟର ସୁନ୍ଦରତାରେ ମନୁଷ୍ୟର ପ୍ରତିମାରେ ତିଆରି ହୋଇଛି।
14 ସେ ନିଜ ପାଇଁ ଏରସ, ତର୍ସୀ ଓ ଅଲୋନବୃକ୍ଷ କାଟେ। ସେ ସେଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧ୍ୟରେ ବଢ଼ାଇଥାଏ। ମାତ୍ର ସେ ଦେବଦାରୁ ରୋପଣ କରେ, ତେବେ ବର୍ଷା ତାକୁ ବଢ଼ାଇବାରେ ସାହାଯ୍ୟ କରେ।
15 ସେହି ବ୍ୟକ୍ତି ଏରସକୁ ଜାଳେଣି ରୂପେ ବ୍ୟବହାର କରେ। ସେ ତାକୁ ଛୋଟ ଛୋଟ ଖଣ୍ଡ କରି ସେଥିରେ ଅଗ୍ନି ସଂଯୋଗ କରି ତାପ ପାଏ। ସେ ସେହି ନିଆଁରେ ରୋଟୀ ତିଆରି କରେ, ଆଉ ମଧ୍ୟ ସେହି କାଠର କିଛି ଅଂଶରେ ଦେବତା କରି ତାକୁ ପୂଜା କରେ ଓ ଏକ ଖୋଦିତ ପ୍ରତିମା କରି ତାହା ସମ୍ମୁଖରେ ଦଣ୍ଡବତ କରେ। 16 ଅଧା କାଠ ସେ ଅଗ୍ନିରେ ପୋଡ଼େ ଓ ଅନ୍ୟ ଅର୍ଦ୍ଧେକରେ ସେ ମାଂସ ରାନ୍ଧି ଭୋଜନ କରେ। ସେଥିରେ ସେ ତୃପ୍ତ ହୁଏ। ଆଉ ମଧ୍ୟ ସେ ଅଗ୍ନି ଜାଳି ତାପ ପାଏ ଓ କହେ, “ଆମ୍ଭେ ଉଷ୍ମ ହେଲୁ ଓ ଆମ୍ଭେମାନେ ଆଲୋକ ଦେଖି ପାରିଲୁ।” 17 ଯେଉଁ ଅଳ୍ପ କିଛି ଅବଶିଷ୍ଟାଂଶ ରହେ ସେ ସେଥିରେ ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ ଓ ତାକୁ ଦେବତା ବୋଲି କହେ। ସେ ତାହା ଆଗରେ ଦଣ୍ଡବତ ହୋଇ ପୂଜା କରେ। ଏବଂ ତାକୁ ପ୍ରାର୍ଥନା କରି କହେ, “ତୁମ୍ଭେ ଆମ୍ଭର ଦେବତା, ଆମ୍ଭକୁ ରକ୍ଷା କର।”
18 ସେହି ଲୋକମାନେ କ’ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଗ୍ଭର କରନ୍ତି ନାହିଁ। ସେମାନେ ଯେପରି ଦେଖି ନ ପାରିବେ ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଛନ୍ତି। 19 ସେହି ଲୋକମାନେ ଭାବି ନ ଥା’ନ୍ତି। ସେମାନେ ଏହା କରିବା ପାଇଁ ବୁଦ୍ଧି ଜ୍ଞାନ ହରାଇ ଥା’ନ୍ତି। ସେମାନେ ବୁଝନ୍ତି ନାହିଁ ଯେ, “ଅଧା କାଠ ପୋଡ଼ି ଆମ୍ଭେ ଉଷୁମ ପାଇଲୁ, ଉତ୍ତପ୍ତ ଅଙ୍ଗାରରେ ରୋଟୀ ସେକି ଓ ମାଂସ ରାନ୍ଧି ଖାଇଲୁ ଓ ଅବଶିଷ୍ଟାଂଶରେ ପ୍ରତିମା ଗଢ଼ିଲୁ ଯାହାକି ଅସାର ଓ ଘୃଣାଯୋଗ୍ୟ। ପୁଣି ସେ କାଠ ଆଗରେ ଦଣ୍ଡବତ ହେଲୁ।”
20 ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା’ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।”
କିଭଳି ଜୀବନ-ଯାପନ କରିବା ଉଚିତ୍
17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। 18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। 19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ। 21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। 22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। 23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ। 24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ(A)
20 ତା’ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।
27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା’ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା’ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର(B)
31 ତା’ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା’ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center