Book of Common Prayer
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
18 ସଦାପ୍ରଭୁ ହିଁ ପରମେଶ୍ୱର,
ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା,
ସେ ପୃଥିବୀର ମଧ୍ୟ ନିର୍ମାଣକାରୀ,
ସେ ଏହାକୁ ସ୍ଥାପନ କଲେ,
ସେ ତାକୁ ଶୂନ୍ୟପରି ସୃଷ୍ଟି କଲେ ନାହିଁ।
ସେ ତାକୁ ବସତି ପାଇଁ ସ୍ଥାପନ କଲେ।
“ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ୱର କେହି ନାହାନ୍ତି।
19 ଆମ୍ଭେ ଗୋପନରେ କହି ନାହୁଁ
କିମ୍ବା ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ।
ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ;
ତୁମ୍ଭେ ମୋତେ ନଗଣ୍ୟ ଭାବରେ ଅନୁସରଣ କର।
ମୁଁ ସଦାପ୍ରଭୁ, ମୁଁ ସତ୍ୟ କହେ,
ମୁଁ ନ୍ୟାୟ କହେ ଏବଂ ସରଳ କଥା କହେ।”
The Lord Proves He Is the Only God
20 “ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ। 21 ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ।
ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ। 22 ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।
23 “ଆମ୍ଭେ ଆପଣା ନାମ ଦେଇ ଶପଥ କରିଅଛୁ ଓ ଯେଉଁ ଧର୍ମମୟବାଣୀ ଆମ୍ଭ ମୁଖରୁ ନିର୍ଗତ ହୋଇଛି, ତାହା ଅନ୍ୟଥା ହେବ ନାହିଁ। ଆମ୍ଭ ସମ୍ମୁଖରେ ପ୍ରତ୍ୟେକ ଜାନୁ ନତ ହେବେ ଓ ପ୍ରତ୍ୟେକ ଜିହ୍ୱା ଶପଥ କରିବ। 24 ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’”
ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧର୍ମପ୍ରାପ୍ତ ହେବେ ଓ ଦର୍ପ କରିବେ।
4 ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା’ର କାରଣ ଅଛି, ତା’ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍। 5 ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ। 6 ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ’ଠାରେ କୌଣସି ଦୋଷ ପାଇ ନ ଥିଲେ।
7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। 8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି। 9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। 10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ। 11 ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇପାରେ, ଏ ଭରସା ମୋର ଅଛି।
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
ମେମ୍
97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
ନୂନ୍
105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
ତାହା ମୋର ପୁରସ୍କାର ହେବ।
ଶାଉଲଙ୍କ ହୃଦୟ ପରିବର୍ତ୍ତନ
9 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। 2 ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।
3 ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉଦ୍ଭାସିତ ହୋଇଗଲା। 4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”
5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?”
ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। 6 ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”
7 ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ। 8 ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ। 9 ସେ ତିନି ଦିନ ପର୍ଯ୍ୟନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ୟ କଲେ ନାହିଁ।
10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!”
ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”
11 ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି। 12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”
13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। 14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”
15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। 16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”
17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” 18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା’ପରେ ସେ ଉଠି ବାପ୍ତିଜିତ ହେଲେ। 19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।
ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର
ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା’ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’
21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”
22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।
2010 by World Bible Translation Center