Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 95

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ଗୀତସଂହିତା 40

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
    ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
    ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
    ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
    ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
    ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
    ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
    ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
    ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
    ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
    ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
    ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
    ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
    ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
    ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
    ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
    ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
    ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
    ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
    ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
    ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
    ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
    ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
    ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
    ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
    ଓ ମୋତେ ଉଦ୍ଧାର କର।

ଗୀତସଂହିତା 54

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
    ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
    ମୋହର ଗୁହାରି ଶୁଣ।
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
    ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
    ମୋର ପ୍ରଭୁ ମୋର ସମର୍ଥନ କରିବେ।
ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
    ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
    ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
    ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

ଗୀତସଂହିତା 51

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
    ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
    ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15     ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
    ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
    ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
    ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
    ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।

ଦ୍ୱିତୀୟ ବିବରଣ 10:12-22

ସଦାପ୍ରଭୁ ବାସ୍ତବରେ କ’ଣ ଗ୍ଭହାନ୍ତି

12 “ଏବେ ହେ ଇସ୍ରାଏଲ, ଶୁଣ! ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାସ୍ତବରେ ତୁମ୍ଭଠାରୁ କ’ଣ ଗ୍ଭହାନ୍ତି ଜାଣ? ସେ ଗ୍ଭହାନ୍ତି ତାଙ୍କର ବାକ୍ୟ ଅନୁସାରେ କର୍ମମାନ କର। ବିଧି ନିୟମ ପାଳନ କର। ପରମେଶ୍ୱର ଗ୍ଭହାନ୍ତି ତୁମ୍ଭେମାନେ ଅନ୍ତକରଣ ସହକାରେ ସଦାପ୍ରଭୁଙ୍କୁ ପ୍ରେମ କର ଓ ତାଙ୍କର ସେବା କର। ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ। 13 ତେଣୁ ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି। ଏହା ତୁମ୍ଭର ମଙ୍ଗଳାର୍ଥ, ତାହା ତୁମ୍ଭେମାନେ ପାଳନ କର।

14 “ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର। 15 କେବଳ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ଏବଂ ସେମାନଙ୍କ ପରେ ସେମାନଙ୍କର ବଂଶଧରମାନଙ୍କୁ ବାଛିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିଲେ। ସେମାନଙ୍କ ପରେ ଆଜି ପର୍ଯ୍ୟନ୍ତ ସମସ୍ତ ଜାତି ମଧ୍ୟରୁ ତୁମ୍ଭ ଜାତିଗଣଙ୍କୁ ମନୋନୀତ କରିଛନ୍ତି।

16 “ଏଥିପାଇଁ ତୁମ୍ଭେମାନେ ହୃଦୟର ସୁନ୍ନତ ହେବା [a] ଉଚିତ୍ ଏବଂ ଆଉ ଅଧିକ ଜି‌ଦ୍‌ଖୋର ହେବା ଉଚିତ୍ ନୁହଁ। 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। 18 ସେ ପିତୃହୀନ ଓ ବିଧବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି। 19 ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିଶର ଦେଶରେ ବିଦେଶୀ ଥିଲ।

20 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ। ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। 21 ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭେ ଯାହା ଯାହା ଦେଖୁଛ ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ପାଇଁ କରିଛନ୍ତି। 22 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି।

ଏବ୍ରୀ 4:11-16

11 ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।

12 ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖ‌‌ଡ଼୍‌ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ। 13 ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।

ଯୀଶୁ ଆମ୍ଭକୁ ପରମେଶ୍ୱରଙ୍କ ସମ୍ମୁଖୀନ ହେବାରେ ସାହାଯ୍ୟ କରନ୍ତି

14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ। 15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ। 16 ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।

ଯୋହନ ଲିଖିତ ସୁସମାଗ୍ଭର 3:22-36

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [a] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center