Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66-67

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
    ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15     ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
    ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
    ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
    ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
    ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
    ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
    ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
    ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।

ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
    ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
    କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
    ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
ଭୂମି ତା’ର ଫସଲ ଦିଏ।
    ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:1-9

ଅନାବୃଷ୍ଟି ଓ ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଗଣ

14 ଅନାବୃଷ୍ଟି ବିଷୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

“ଯିହୁଦା ଶୋକ କରୁଅଛି
    ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି।
ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି
    ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।
ସେମାନଙ୍କର କୁଳୀନମାନେ
    ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି।
    ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ
ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି।
    ସେମାନେ ଲଜ୍ଜିତ ଓ ଘବରା ହୋଇ
    ଆପଣା ଆପଣା ମସ୍ତକ ଢାଙ୍କନ୍ତି।
ଦେଶରେ ଅନାବୃଷ୍ଟି ହେତୁ ଭୂମି ଫାଟି ଯିବାରୁ
    କୃଷକମାନେ ବିବ୍ରତ ଓ ଲଜ୍ଜିତ ହୋଇ
    ଆପଣା ଆପଣା ମସ୍ତକ ଢାଙ୍କିଛନ୍ତି।
ଏପରିକି ହରିଣୀ ନବଜାତ ଶାବକକୁ
    ତୃଣ ଅଭାବରୁ ଛାଡ଼ି ଗ୍ଭଲିଯାଏ।
ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ
    ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି।
ତୃଣ ନ ଥିବାରୁ
    ସେମାନଙ୍କ ଚକ୍ଷୁ କ୍ଷୀଣ ହୁଏ।”

“ହେ ସଦାପ୍ରଭୁ, ଆମ୍ଭେମାନେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ
    ଆମ୍ଭେମାନେ ଦୁଃଖଭୋଗ କରୁଅଛୁ।
    ତଥାପି ତୁମ୍ଭେ ଆପଣା ନାମ ସକାଶେ କାର୍ଯ୍ୟ କର ଓ ଆମ୍ଭମାନଙ୍କୁ ସାହାଯ୍ୟ କର।
କାରଣ ଆମ୍ଭେମାନେ ବହୁବାର ତୁମ୍ଭକୁ ପରିତ୍ୟାଗ କରିଅଛୁ
    ଓ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
ହେ ପରମେଶ୍ୱର, ତୁମ୍ଭେ ଇସ୍ରାଏଲର ଆଶା
    ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା!
ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ
    ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ୟ ହେଉଅଛ।
ତୁମ୍ଭେ ଜଣେ ଦ୍ୱନ୍ଦରେ ପଡ଼ିଥିବା ମନୁଷ୍ୟ ତୁଲ୍ୟ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ।
    କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ।
ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ।
    ତେଣୁ ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:17-22

17 “ହେ ଯିରିମିୟ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ,

‘ଆମ୍ଭ ଚକ୍ଷୁରୁ ଦିବାରାତ୍ରି ଲୋତକ ବହିବ,
    ତାହା କେବେ ନିବୃତ୍ତ ହେବ ନାହିଁ
କାରଣ ଆମ୍ଭର ଅନୂଢ଼ା କନ୍ୟା ପାଇଁ ଆମ୍ଭ ହୃଦୟ କାନ୍ଦିବ।
    ଯେହେତୁ ତାହା ମହାଭଙ୍ଗରେ
    ଓ ମହା ଦୁଃଖଦାୟକ କ୍ଷତରେ ଭଗ୍ନ ହୋଇଅଛି।
18 ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ,
    ତେବେ ସେଠାରେ ‌‌ଖ‌ଡ଼୍‌ଗାହତ ଲୋକଙ୍କୁ ଦେଖୁ।
ପୁଣି ଯେବେ ନଗରରେ ପ୍ରବେଶ କରୁ ତେବେ
    ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ।
କାରଣ ଭବିଷ୍ୟ‌ଦ୍‌ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶରେ ଭ୍ରମଣ କରନ୍ତି,
    ସେମାନେ କିଛି ଜାଣନ୍ତି ନାହିଁ।’”

19 ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ?
    ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ?
ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ।
    ତୁମ୍ଭେ କାହିଁକି ଏପରି କଲ?
ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ,
    ମାତ୍ର କିଛି ମଙ୍ଗଳ ହେଲା ନାହିଁ।
ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ।
    ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
20 ହେ ପରମେଶ୍ୱର, ଆମ୍ଭେମାନେ ଆମ୍ଭମାନଙ୍କର ଦୁଷ୍ଟତା
    ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ।
    ହଁ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ୟାଖାନ କର ନାହିଁ।
    ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ।
    ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ।
ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିୟମ ସ୍ମରଣ କର।
    ତୁମ୍ଭ କୃତ ସେହି ନିୟମ ଭଙ୍ଗ କର ନାହିଁ।
22 ମିଥ୍ୟା ଦେବତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ।
    ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି?
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା।
    ଆମ୍ଭେ ତୁମ୍ଭର ଅପେକ୍ଷାରେ ରହିବୁ।
    କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।”

ଗାଲାତୀୟଙ୍କ ପ୍ରତି ପତ୍ର 4:21-5:1

ସାରା ଓ ହାଗାରର ଉଦାହରଣ

21 ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ? 22 ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ। 23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।

24 ଏହି ସତ୍ୟ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠାରେ ହୋଇଥିଲା। ଏହି ଚୁକ୍ତି ଉଦ୍ଦେଶ୍ୟରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସେମାନେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂଯୁକ୍ତ। 25 ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି। 26 କିନ୍ତୁ ସ୍ୱର୍ଗସ୍ଥ ଯିରୁଶାଲମ ସ୍ୱାଧୀନ ଅଟେ। ସେ ଆମ୍ଭର ମାତା। 27 ଶାସ୍ତ୍ର କୁହେ:

“ହେ ବନ୍ଧ୍ୟା! ଆନନ୍ଦିତ ହୁଅ, ତୁମ୍ଭେ କାହାରିକୁ ଜନ୍ମ ଦେଇ ନାହଁ;
    ଖୁବ୍ ଜୋର୍‌‌ରେ ହର୍ଷନାଦ କର,
ତୁମ୍ଭେ ପ୍ରସବବେଦନା
    କେବେ ହେଲେ ଅନୁଭବ କରି ନାହଁ।
ଯେଉଁ ସ୍ତ୍ରୀ ପରିତ୍ୟକ୍ତା,
    ତା’ର ଅଗଣିତ ସନ୍ତାନ ସଧବା (ପତିଥିବା) ସ୍ତ୍ରୀଠାରୁ ବେଶୀ ହେବେ।” (A)

28-29 ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍‌ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍‌ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍‌ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା। 30 କିନ୍ତୁ ଶାସ୍ତ୍ର କ’ଣ କୁହେ? “ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ୱାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହେବ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।” [a] 31 ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।

ସ୍ୱାଧୀନ ରହିଥାଅ

ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।

ମାର୍କ ଲିଖିତ ସୁସମାଗ୍ଭର 8:11-21

କିଛି ଲୋକ ଯୀଶୁଙ୍କର ଅଧିକାରକୁ ସନ୍ଦେହ କରନ୍ତି(A)

11 ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ। 12 ଯୀଶୁ ଦୀର୍ଘନିଶ୍ୱାସ ନେଇ ଦୁଃଖ ପ୍ରକାଶ କରି କହିଲେ, “ତୁମ୍ଭେମାନେ କାହିଁକି ପ୍ରମାଣ ସ୍ୱରୂପ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛ? ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କୁ ସେଭଳି କୌଣସି ପ୍ରମାଣ ଦିଆ ଯିବ ନାହିଁ।” 13 ତା’ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।

ଯିହୂଦୀ ନେତାମାନଙ୍କ ବିରୁଦ୍ଧରେ ଯୀଶୁଙ୍କ ଚେତାବନୀ(B)

14 ସେମାନେ ଖାଇବା ପାଇଁ ଅଧିକ ଖାଦ୍ୟ ଆଣିବାକୁ ଭୁଲି ଯାଇଥିଲେ। ଯୀଶୁଙ୍କ ଶିଷ୍ୟମାନଙ୍କ ପାଖରେ ଖଣ୍ଡିଏ ମାତ୍ର ରୋଟୀ ଥିଲା। 15 ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ସାବଧାନ; ଫାରୂଶୀ ଓ ହେରୋଦଙ୍କ ଖମୀର [a]ଠାରୁ ଦୂରରେ ରୁହ।”

16 ଶିଷ୍ୟମାନେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ଯୀଶୁ ଏ କଥା କହିଲେ।”

17 ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ? 18 ତୁମ୍ଭମାନଙ୍କର କ’ଣ ବୁଦ୍ଧି ହଜି ଯାଇଛି? ତୁମ୍ଭମାନଙ୍କର ଆଖି ଅଛି ତଥାପି ତୁମ୍ଭେମାନେ ଦେଖି ପାରୁ ନାହଁ? ତୁମ୍ଭମାନଙ୍କର କାନ ଅଛି, ତଥାପି ତୁମ୍ଭେମାନେ ଶୁଣି ପାରୁ ନାହଁ? ଆମ୍ଭ ପାଖରେ ଯେତେବେଳେ ଖାଇବାକୁ ଯଥେଷ୍ଟ ରୋଟୀ ନ ଥିଲା, ମୁଁ ସେତେବେଳେ କ’ଣ କରିଥିଲି ତୁମ୍ଭମାନଙ୍କର କ’ଣ ତାହା ମନେ ନାହିଁ? 19 ମୁଁ ଯେତେବେଳେ ପାଞ୍ଚ ହଜାର ଲୋକଙ୍କ ପାଇଁ ପାଞ୍ଚୋଟି ରୋଟୀ ଖଣ୍ଡ ଖଣ୍ଡ କରି ତୁମ୍ଭକୁ ଦେଇଥିଲି, ମନେ ପକେଇଲ, ତୁମ୍ଭେମାନେ କେତୋଟି ଟୋକେଇରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?”

ସେମାନେ କହିଲେ, “ବାରଟି ଟୋକେଇରେ।”

20 “ଆଉ ମୁଁ ଯେତେବେଳେ ଗ୍ଭରିହଜାର ଲୋକଙ୍କ ପାଇଁ ସାତୋଟି ରୋଟୀ ଖଣ୍ଡ ଖଣ୍ଡ କରି ଦେଇଥିଲି, ମନେ ପକେଇଲ, ତୁମ୍ଭେମାନେ କେତୋଟି ଟୋକେଇରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?”

“ସେମାନେ କହିଲେ, ସାତୋଟି ଟୋକେଇରେ।”

21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯାହା କରିଥିଲି, ସେ ସବୁ ତୁମ୍ଭେମାନେ ମନେ ରଖିଛ। ଅଥଚ ଏବେ ମଧ୍ୟ ତୁମ୍ଭେମାନେ କିଛି ବୁଝି ପାରୁ ନାହଁ?”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center