Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 61-62

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।

61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
    ମୋର ପ୍ରାର୍ଥନାରେ ମନୋଯୋଗ କର।
ମୁଁ ଯେତେବେଳେ ଭୟଭୀତ ହୁଏ,
    ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
    ନିରାପଦ ସ୍ଥାନକୁ ନେଇଯାଅ।
ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
    ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।

ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
    ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। ସେଲା

ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
    ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।

ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
    ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
    ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
    ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।

ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ।

62 ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ।
    ମୋର ପରିତ୍ରାଣ ତାଙ୍କଠାରୁ ଆସେ।
ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।

କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ
    ଓ ହତ୍ୟା କରିବାକୁ ଚେଷ୍ଟା କରିବ?
ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ।
    ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ
    ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି।
    ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି,
    କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା

ହେ ମୋର ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ୱରଙ୍କୁ ଅପେକ୍ଷା କର।
    କାରଣ ତାଙ୍କଠାରୁ ମୋର ଆଶା ଆସେ।
ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି।
    ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ।
    ମୁଁ ଧ୍ୱଂସରୁ ନିରାପଦ ରହିବି।
ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ।
    ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର।
    ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ।
    ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ। ସେଲା

ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ।
    ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ।
ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି,
    ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10 ଦୌରାତ୍ମ୍ୟରେ ଭରସା କର ନାହିଁ।
    ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ,
ଏବଂ ଯଦି ତୁମ୍ଭେ ଧନୀ ହେଲେ
    ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।

11 ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି:
    “ପରମେଶ୍ୱର ବଳବାନ୍ ଅଟନ୍ତି।”
12 ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ।
    ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।

ଗୀତସଂହିତା 112

112 ସଦାପ୍ରଭୁଙ୍କର ପ୍ରଶଂସା କର।

ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
    ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
    ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
ସେହି ଲୋକର ପରିବାର ଧନଶାଳୀ ହେବେ
    ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
    ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
    କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେହି ଲୋକ କଦାପି ବିଚଳିତ ହେବ ନାହିଁ।
    ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
    ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
ସେହି ଲୋକ ସୁସ୍ଥିର ଥାଏ।
    ସେ କେବେ ଭୟ କରେ ନାହିଁ।
    ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
    ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
    ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
    ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
    ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।

ଗୀତସଂହିତା 115

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସିଫନିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:14-20

ଗୋଟିଏ ସୁଖ ସଙ୍ଗୀତ

14 ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ।
    ଇସ୍ରାଏଲ ମଧ୍ୟ ଆନନ୍ଦ କରିବ।
    ଯିରୁଶାଲମ ମଧ୍ୟ ସୁଖୀ ହେବ।
15 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ।
    ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ।
ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି।
    ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ।
16 ସେତେବେଳେ ଯିରୁଶାଲମକୁ କୁହାଯିବ,
    “ଭୟ କର ନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହେବ ନାହିଁ।
17 ଜଣେ ଶକ୍ତିଶାଳୀ ସୈନିକ ସଦୃଶ
    ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।
    ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ।
    ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ।
ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।”
18     ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର
ଲଜ୍ଜା ଅପମାନ ନେଇଯିବି।
    ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।
19 ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା,
    ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା।
    ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା।
ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା
    ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ।
20 ସେତେବେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫେରାଇ ଆଣିବା।
    ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା
ଯାହା ଫଳରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ।
    ତାହା ଘଟିବ ଯେତେବେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା,”
ସଦାପ୍ରଭୁ ଏହି ସମସ୍ତ କହିଥିଲେ।

ତୀତସଙ୍କ ପ୍ରତି ପତ୍ର 1

ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ। ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।

ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି।

ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ

ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।

10 ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି। 11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି। 12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟ‌‌ଦ୍‌‌‌‌ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।” 13 ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା'ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ। 14 ତା'ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି। 16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।

ଲୂକ ଲିଖିତ ସୁସମାଗ୍ଭର 1:1-25

ଯୀଶୁଙ୍କ ଜୀବନୀ ସମ୍ବନ୍ଧରେ ଲୂକଙ୍କ ଲିଖିତ

ପ୍ରିୟ ଥିୟଫିଲ,

ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି। ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି। ହେ ମାନ୍ୟବର, ଯେହେତୁ ପ୍ରଥମରୁ ମୁଁ ନିଜେ ସାବଧାନ ହୋଇ ଏ ସବୁ ଅନୁଧ୍ୟାନ କରିଛି, ସେଥିସକାଶେ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାରରେ ଲେଖିବାକୁ ମୁଁ ଉଚିତ୍ ମନେ କଲି। ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।

ଜିଖରିୟ ଓ ଏଲୀଶାବେଥ

ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା। କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।

ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବରେ ମନ୍ଦିରରେ ପରମେଶ୍ୱରଙ୍କ ସେବାକାର୍ଯ୍ୟ କରୁଥିଲେ। ସେବାକାର୍ଯ୍ୟ କରିବା ପାଇଁ ତାହାଙ୍କ ଦଳର ପାଳି ପଡ଼ିଲା। ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ। 10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।

11 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ। 12 ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ। 13 କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶୁଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ। 14 ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ। 15 ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।

16 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି। 17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”

18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”

19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି। 20 ଏବେ ଶୁଣ! ତୁମ୍ଭେ ମୋ’ କଥାରେ ବିଶ୍ୱାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ୟ ବୋଲି ପ୍ରମାଣିତ ହେବ। ଏବେ ତୁମ୍ଭେ ମୂକ ହୋଇଯିବ। ଯେପର୍ଯ୍ୟନ୍ତ ଏସବୁ ନ ଘଟିଛି, ସେ ପର୍ଯ୍ୟନ୍ତ ତୁମ୍ଭେ କହିବା ଶକ୍ତି ହରେଇ ବସିବ।”

21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! 22 ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ। 23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।

24 ତା'ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ଯ୍ୟନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ, 25 “ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center