Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 118

118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
    ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଇସ୍ରାଏଲ ଏବେ କହନ୍ତୁ,
    “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
ହାରୋଣର ପରିବାରବର୍ଗ[a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
    “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
    “ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
    ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ, ମୋତେ କ’ଣ କରି ପାରିବେ।
ସଦାପ୍ରଭୁ ମୋର ସାହାଯ୍ୟକାରୀ।
    ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
    ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
    ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।

10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
    କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
    ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
    କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
    ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।

13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
    କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ[b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
    ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
    ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
    ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।

17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
    ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
    ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
    ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
    କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
    ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।

22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
    ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
    କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
    ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।

25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
    ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
    ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
    ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
    ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”

28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
    ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
    ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

ଗୀତସଂହିତା 145

ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।

145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
    ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
    ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
    ଆମ୍ଭେମାନେ ତାହାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
    ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
    ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
    ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।

ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
    ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
    ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
    ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
    ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
    ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
    ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।

ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
    ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।[a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
    କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
    ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
    ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।

ହିତୋପଦେଶ 1:20-33

ଜଣେ ଉତ୍ତମ ସ୍ତ୍ରୀର ଜ୍ଞାନ

20 ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପରେ ଉଚ୍ଚ ସ୍ୱରରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ୱର ଶୁଣାଏ। 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକଇ। ନଗର ଦ୍ୱାରର ପ୍ରବେଶ ସ୍ଥାନରେ, ନଗର ମଧ୍ୟରେ ଆପଣାର ବାକ୍ୟ ଉଚ୍ଚାରଣ କରି କହେ।

22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ? 23 ମୋର ବାକ୍ୟକୁ ସାବଧାନର ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।

24 “କିନ୍ତୁ ତୁମ୍ଭେମାନେ ମୋର ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାଯ୍ୟ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭେମାନେ ମୋର ସାହାଯ୍ୟ ଗ୍ରହଣ କରିବାକୁ ମନାକଲ। 25 ତୁମ୍ଭେମାନେ ମୋର ସମସ୍ତ ବାକ୍ୟକୁ ହେୟ ଜ୍ଞାନ କଲ। ମୋର କୌଣସି ଅନୁଯୋଗକୁ ଗ୍ଭହିଁଲ ନାହିଁ। 26 ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି। 27 ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ୱଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାୟୁ ପରି ତୁମ୍ଭକୁ ପୋଡ଼ି ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହେବ।

28 “ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ। 29 ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବି ନାହିଁ, କାରଣ ତୁମ୍ଭେମାନେ ମୋର ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭେମାନେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦେବା ପାଇଁ ତୁମ୍ଭେମାନେ ନାସ୍ତି କଲ। 30 ତୁମ୍ଭେମାନେ ତୁମ୍ଭର ନିଜ ଇଚ୍ଛାରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ୟବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚୟ ଗ୍ରହଣ କରିବ। 31 ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।

32 “କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ। 33 ମାତ୍ର ଯେଉଁ ଲୋକ ମୋର ବାକ୍ୟ ମାନି ଚଳେ। ସେ ନିରାପଦରେ ବାସ କରିବ, ତା'ର ଅମଙ୍ଗଳ ହେବ ନାହିଁ।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:11-21

ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି

11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ। 12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। 13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ। 14 ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି। 15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉ‌‌ତ୍‌‌ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।

16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ। 17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି। 18 ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି। 19 ମୋ’ କହିବା କଥା ଯେ, ପରମେଶ୍ୱର ଖ୍ରୀଷ୍ଟଙ୍କ ହେତୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କେବଳ ସେତିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦେଇଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ। 20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, 21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।

ମାର୍କ ଲିଖିତ ସୁସମାଗ୍ଭର 10:35-45

ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ

(ମାଥିଉ 20:20-28)

35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”

36 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ମୋ’ ଦ୍ୱାରା ତୁମ୍ଭ ପାଇଁ କ’ଣ ପାଇବାକୁ ଗ୍ଭହୁଁଛ?”

37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”

38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”

39 ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।”

ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା’ ଦ୍ୱାରା ବାପ୍ତିଜିତ ହେବ। 40 କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”

41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ। 42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି। 43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। 44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। 45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center