Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।
70 ହେ ପରମେଶ୍ୱର, ମୋତେ ରକ୍ଷା କର!
ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
3 ଲୋକମାନେ ମୋତେ ପରିହାସ କରନ୍ତି।
ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
5 ମୁଁ ଏକ ନିଃସହାୟ ଲୋକ।
ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
ସଦାପ୍ରଭୁ ବିଳମ୍ବ କର ନାହିଁ।
71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
ମୋତେ ନିରାଶ ହେବାକୁ ଦିଅ ନାହିଁ।
2 କାରଣ ତୁମ୍ଭେ ଯଥାର୍ଥ ଅଟ।
ମୋତେ ଉଦ୍ଧାର କର ଓ ବଞ୍ଚାଅ।
ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
3 ମୋର ଦୁର୍ଗ ହୁଅ।
ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
5 ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7 ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
9 ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
ମୋ’ ଜୀବନକୁ ପୁନଃସ୍ଥାପନ କର।
ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
ପରାସ୍ତ ଓ ଅପମାନିତ ହେବେ।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ଭବିଷ୍ୟତକୁ ସାହସିକତାର ସହକାରେ ସମ୍ମୁଖୀନ କର
11 ତୁମ୍ଭେ ଯେଉଁଠାକୁ ଯାଅ, ଉତ୍ତମ କାର୍ଯ୍ୟ କର। କିଛି ସମୟ ପରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫେରି ଆସିବ।
2 ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।
3 କେତେଗୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହେବ। ଯଦି ମେଘମାଳା ବର୍ଷାବିନ୍ଦୁରେ ପୂର୍ଣ୍ଣ ହୋଇଥା’ନ୍ତି, ତେବେ ସେଗୁଡ଼ିକ ପୃଥିବୀରେ ପାଣି ଢାଳି ଦେବେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗରେ ପଡ଼େ ତେବେ ଯେଉଁ ସ୍ଥାନରେ ପଡ଼େ ସେହି ସ୍ଥାନରେ ରହିବ।
4 ଯଦି ଗୋଟିଏ ଲୋକ ଛୋଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହାହେଲେ ସେ କେବେହେଲେ ଛୋଟ ଗଛ ରୋପଣ କରିବାକୁ ସକ୍ଷମ ହେବ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଗ୍ଭହିଁବ ତେବେ ସେ ଅମଳ କରି ପାରିବ ନାହିଁ।
5 ତୁମ୍ଭେ ବାୟୁର ଗତି ଜାଣି ପାରିବ ନାହିଁ। ଏବଂ ତୁମ୍ଭେ ଜାଣି ପାରିବ ନାହିଁ ମା’ ପେଟରେ ଶିଶୁଟି କିପରି ବଢ଼େ। ଠିକ୍ ସେହିପରି ପରମେଶ୍ୱର କ’ଣ କରନ୍ତି ତୁମ୍ଭେ ଜାଣି ପାରିବ ନାହିଁ। ସେ ପ୍ରତ୍ୟେକ କଥା ଘଟାନ୍ତି।
6 ତୁମ୍ଭେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୀଜ ବୁଣ ଏବଂ ତା’ପରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟାବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ୟାରେ ବୁଣିଥିଲ କିଅବା ପ୍ରାୟ ଉଭୟ ଭଲ ବଢ଼ିବ।
7 ପ୍ରକୃତରେ ଆଲୋକ ସୁଖ ଦାୟକ, ପୁଣି ସୂର୍ଯ୍ୟାଲୋକ ଦେଖିବା ଆଶ୍ଚର୍ଯ୍ୟ ଅଟେ। 8 ତୁମ୍ଭେ ଆପଣା ଜୀବନର ପ୍ରତ୍ୟେକ ଦିନକୁ ଉପଭୋଗ କରିବା ଉଚିତ୍, ତୁମ୍ଭେ ଯେତେଦିନ ପର୍ଯ୍ୟନ୍ତ ଜୀବିତ ରହୁଛ। କିନ୍ତୁ ମନେରଖ, ନିଶ୍ଚିତରେ ତୁମ୍ଭେମାନେ ମରିବ। ମନେରଖ ଯେ ତୁମ୍ଭେମାନେ ଯେତେଦିନ ବଞ୍ଚିଛ ତା’ଠାରୁ ଅଧିକ ମୃତ ହୋଇ ରହିବ ଏବଂ ତୁମ୍ଭେମାନେ ସେହି ସମସ୍ତ ସମୟ ନିରର୍ଥକ।
ପବିତ୍ରଆତ୍ମା ଓ ମାନବ ପ୍ରକୃତି
16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। 17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।
19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ, 20 ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, 21 ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ। 22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ। 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ(A)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର [a] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ [b] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ [c] ବା ଭବିଷ୍ୟଦ୍ବକ୍ତା [d]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର [e] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି [f] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
2010 by World Bible Translation Center