Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 30

ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।

30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
    ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
    ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
    ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
    ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।

ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
    ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
    କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
    ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
    ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
    ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
    ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
ତେଣୁ ହେ ପରମେଶ୍ୱର,
    ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
    ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
    ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
    ହେ ସଦାପ୍ରଭୁ, ମୋର ସହାୟ ହୁଅ।”

11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
    ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
    ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
    ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଗୀତସଂହିତା 32

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
    ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
    କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”

10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
    କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।

ଗୀତସଂହିତା 42-43

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42–72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
    ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
    ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
    କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
    କାହିଁକି ମୁଁ ଏତେ ଦୁଃଖ ପାଇବି।
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
    ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
    ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
    ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
    ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
    ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।

ଯିହୋଶୂୟଙ୍କର ପୁସ୍ତକ 6:1-14

ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।

ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି। ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍। ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍। ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।”

ତେଣୁ ନୂନର ପୁତ୍ର ଯିହୋଶୂୟ ସମସ୍ତ ଯାଜକମାନଙ୍କୁ ଏକତ୍ରିତ କଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପବିତ୍ର ନିୟମ-ସିନ୍ଦୁକ ଆଣ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀ ବଜାଇବେ।”

ତା'ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ଯାଅ, ସହରରେ ପ୍ରଦକ୍ଷିଣ କର। ସୈନ୍ୟମାନେ ପବିତ୍ର ସିନ୍ଦୁକର ଆଗରେ ରହିଲେ।”

ଯିହୋଶୂୟ ଲୋକମାନଙ୍କୁ କହି ସାରିବା ପରେ, ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଗ୍ଭଲିଲେ ଏବଂ ସେମାନେ ଗ୍ଭଲିବା ସମୟରେ ସାତୋଟି ତୂରୀ ବଜାଇ ବଜାଇ ଗ୍ଭଲିଲେ। ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଧରି ତାଙ୍କ ପଛେ ପଛେ ଗ୍ଭଲିଲେ। ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ। 10 ଯିହୋଶୂୟ ଲୋକମାନଙ୍କୁ ଆଦେଶ ଦେଲେ, “ଯୁଦ୍ଧ ଡାକରା ଦିଅ ନାହିଁ ମୁଁ ନ କହିବାଯାଏ ତୁମ୍ଭର ସ୍ୱର ଶୁଣିବାକୁ ଦିଅ ନାହିଁ। ତା'ପରେ ମୁଁ କହିଲେ, ତୁମ୍ଭେ ଯୁଦ୍ଧ ଡାକରା ଦେଇ ପାରିବ।”

11 ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ।

12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ। 13 ଏବଂ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀରେ ତିଆରି ତୂରୀ ବଜାଇ ବଜାଇ ଗ୍ଭଲିଲେ। ସଶସ୍ତ୍ର ସୈନିକମାନେ ମଧ୍ୟ ସେମାନଙ୍କ ଆଗରେ ଗ୍ଭଲିଲେ। ପଛପଟର ପ୍ରହରୀମାନେ ପବିତ୍ର ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ଏହିପରି ଭାବରେ ସେମାନେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ। 14 ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ।

ରୋମୀୟଙ୍କ ପ୍ରତି ପତ୍ର 13:1-7

ତୁମ୍ଭ ସରକାରଙ୍କ ନିୟମ ମାନ

13 ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି। ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ। ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ। ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି। ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।

ମାଥିଉ ଲିଖିତ ସୁସମାଗ୍ଭର 26:26-35

ପ୍ରଭୁଭୋଜ

(ମାର୍କ 14:22-26; ଲୂକ 22:15-20; 1 କରିନ୍ଥୀୟ 11:23-25)

26 ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”

27 ତା'ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ। 28 ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି। 29 ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”

30 ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।

ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦେବେ ବୋଲି ଯୀଶୁ କହିଲେ

(ମାର୍କ 14:27-31; ଲୂକ 22:31-34; ଯୋହନ 13:36-38)

31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି:

‘ମୁଁ ମେଷପାଳକଙ୍କୁ ମାରି ଦେବି
    ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’(A)

32 କିନ୍ତୁ ମୁଁ ପୁଣି ଥରେ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେବି। ତା'ପରେ ମୁଁ ଗାଲିଲୀକୁ ଗ୍ଭଲିଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାକୁ ଯାଇଥିବି।”

33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”

34 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।”

35 ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center