Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ;
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା'ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର, ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ[a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ। ସେଲା
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?” ସେଲା
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ। ସେଲା
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା'ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା'ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
4 ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ମର୍ଦ୍ଦଖୟ ବିଷୟରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶୟ ବିଚଳିତ ହୋଇଗଲେ। ପୁଣି ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ। 5 ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। 6 ତା'ପରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକ ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲା। 7 ଏବଂ ମର୍ଦ୍ଦଖୟ ନିଜ ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ସେସବୁ ତାକୁ କହିଲା। 8 ଆହୁରି ମଧ୍ୟ ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦେଇଥିଲା, ତହିଁର ଏକ କପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାହାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ ଏପରି ଆଦେଶ କରିବାକୁ କହିଲା।
9 ତେଣୁ ହଥକ୍ ଆସି ମର୍ଦ୍ଦଖୟର କଥା ଏଷ୍ଟରକୁ ଜଣାଇଲା।
10 ଏହା ପରେ ଏଷ୍ଟର ହଥକକୁ ଏହିକଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା। 11 “ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
12-13 ସେମାନେ ଏଷ୍ଟରର ଏହିକଥା ମର୍ଦ୍ଦଖୟକୁ କହିଲେ। ତେଣୁ ମର୍ଦ୍ଦଖୟ ଏଷ୍ଟରକୁ, ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜ ଗୃହରେ ଥିବାରୁ ସେ ରକ୍ଷା ପାଇବ, ଏହା ଭାବ ନାହିଁ। 14 ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?”
15-16 ଏହା ପରେ ଏଷ୍ଟର ମର୍ଦ୍ଦଖୟ ନିକଟକୁ ଉତ୍ତର ପଠାଇଲା, “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀମାନଙ୍କୁ ଏକତ୍ର କରି ମୋ’ ଲାଗି ଉପବାସ କର। ପୁଣି ତିନି ଦିନ ଯାଏ, ଦିନରେ କି ରାତ୍ରିରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ। ମୁଁ ଓ ମୋର ଦାସୀଗଣ ସେହିପରି ଉପବାସ କରିବୁ, ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି, ସେଥିରେ ମଲେ ପଛେ ମରିବି।”
17 ତେଣୁ ମର୍ଦ୍ଦଖୟ ଗଲେ, ସେ ଏଷ୍ଟରଙ୍କ କହିବା ଅନୁଯାୟୀ କାର୍ଯ୍ୟ କଲେ।
ପାଉଲ କରିନ୍ଥୀରେ
18 ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ। 2 ସେଠାରେ ସେ ପନ୍ତ ଦେଶୀୟ ଆକ୍ୱିଲା ନାମକ ଜଣେ ଯିହୂଦୀୟକୁ ଭେଟିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ୟ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଳାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଗ୍ଭଲିଯିବା ପାଇଁ ଆଦେଶ ଦେଇଥିଲେ। ତେଣୁ ସେମାନେ ଇତାଲିଆ ଛାଡ଼ି ଗ୍ଭଲିଆସି ଥିଲେ। ପାଉଲ ସେମାନଙ୍କୁ ଦେଖିବା ପାଇଁ ଯାଇଥିଲେ। 3 ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।
4 ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ। 5 ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଗ୍ଭର ପ୍ରଗ୍ଭର କରିବାରେ ଦେଲେ। ସେ ଯିହୂଦୀମାନଙ୍କ ଆଗରେ ପ୍ରମାଣିତ କରିଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି। 6 କିନ୍ତୁ ସେମାନେ ଯେତେବେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥା କହିଲେ, ପାଉଲ ଏହାର ବିରୁଦ୍ଧରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, “ଯଦି ତୁମ୍ଭେମାନେ ଉଦ୍ଧାର ପାଉ ନାହଁ ତାହାହେଲେ ଏହା ମୋର ଦୋଷ ନୁହେଁ। ମୁଁ ସମସ୍ତ ଚେଷ୍ଟା କରି ସାରିଛି। ମୁଁ ଏବେଠାରୁ ଅଣଯିହୂଦୀମାନଙ୍କ ପାଖକୁ ଯିବି।”
7 ପାଉଲ ସମାଜଗୃହ ଛାଡ଼ି ସତ୍ୟ ପରମେଶ୍ୱରଙ୍କର ଜଣେ ଉପାସକ ତୀତସ ଯୁସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖରେ ଥିଲା। 8 କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।
9 ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ। 10 ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।” 11 ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ।
ଯୀଶୁଙ୍କ ଜୀବନୀ ସମ୍ବନ୍ଧରେ ଲୂକଙ୍କ ଲିଖିତ
1 ପ୍ରିୟ ଥିୟଫିଲ,
ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି। 2 ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି। 3 ହେ ମାନ୍ୟବର, ଯେହେତୁ ପ୍ରଥମରୁ ମୁଁ ନିଜେ ସାବଧାନ ହୋଇ ଏ ସବୁ ଅନୁଧ୍ୟାନ କରିଛି, ସେଥିସକାଶେ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାରରେ ଲେଖିବାକୁ ମୁଁ ଉଚିତ୍ ମନେ କଲି। 4 ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।
ବାପ୍ତିଜକ ଯୋହନଙ୍କ ପ୍ରଗ୍ଭର
(ମାଥିଉ 3:1-12; ମାର୍କ 1:1-8; ଯୋହନ 1:19-28)
3 ତିବିରିଅ କାଇସରଙ୍କ ରାଜତ୍ୱର ପନ୍ଦରତମ ବର୍ଷ ସମୟର କଥା।
ଯିହୂଦା ପ୍ରଦେଶର ଶାସକ ପନ୍ତିୟ ପୀଲାତ,
ଗାଲିଲୀର ଶାସକ ହେରୋଦ, ଇତୂରିୟା
ଓ ତ୍ରାଖୋନୀତି ପ୍ରଦେଶର ଶାସକ ହେରୋଦର ଭାଇ ଫିଲିପ୍ପ ଓ ଅବିଲୀନୀର ଶାସକ ଲୂସାନିୟା,
ଏ ସମସ୍ତେ କାଇସରଙ୍କ ଅଧୀନରେ ଥିଲେ।
2 ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ। 3 ଯୋହନ ଯର୍ଦ୍ଦନ ନଦୀର ଗ୍ଭରିପାଖଯାକ ସବୁଅଞ୍ଚଳରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଗ୍ଭର କଲେ ଯେ, ସେମାନେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସେମାନଙ୍କର ପାପଗୁଡ଼ିକୁ କ୍ଷମା କରି ଦିଆଯିବ। 4 ଏହା ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ବାକ୍ୟ ସମ୍ବଳିତ ପୁସ୍ତକରେ ଲେଖାଥିବା କଥା ଥିଲା। ସେଥିରେ ଲେଖାଥିଲା:
“ମରୁଭୂମିରେ ଜଣେ ଲୋକ ପାଟି କରି କହୁଛି:
‘ପ୍ରଭୁଙ୍କ ମାର୍ଗ ପ୍ରସ୍ତୁତ କର।
ତାହାଙ୍କ ବାଟ ସଳଖ କର।
5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରି ଦିଆଯିବ।
ପ୍ରତ୍ୟେକ ପର୍ବତ ଓ ପାହାଡ଼ ସମତଳ ହୋଇଯିବ।
ବଙ୍କା ରାସ୍ତା ସବୁ ସିଧା କରି ଦିଆଯିବ
ଓ ଖାଲଢ଼ିପ ରାସ୍ତା ସବୁ ସମତଳ କରି ଦିଆଯିବ।
6 ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ
ପରିତ୍ରାଣ ବିଷୟରେ ଜାଣିବେ।’”(A)
7 ଯୋହନଙ୍କ ନିକଟକୁ ବାପ୍ତିଜିତ ହେବା ପାଇଁ ଲୋକମାନେ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ତୁମ୍ଭେମାନେ ବିଷଧର ସାପ ଭଳି। ପରମେଶ୍ୱରଙ୍କ ଆସୁଥିବା ମହା କ୍ରୋଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚେତାଇ ଦେଲା? 8 ତୁମ୍ଭେମାନେ ପ୍ରକୃତରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ହେବ। ଗର୍ବ କରି କୁହ ନାହିଁ ଯେ ‘ଅବ୍ରହାମ ଆମ୍ଭମାନଙ୍କର ପିତା।’ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରିପାରନ୍ତି। 9 ଗଛ ମୂଳରେ କୁହ୍ରାଡ଼ି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦେଇପାରୁ ନାହିଁ, ସେହି ପ୍ରତ୍ୟେକ ଗଛକୁ କାଟି ଦିଆଯିବ ଏବଂ ନିଆଁରେ ଫିଙ୍ଗି ଦିଆଯିବ।”
10 ଲୋକମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆମ୍ଭେମାନେ କ’ଣ କରିବୁ?”
11 ଯୋହନ ସେମାନଙ୍କୁ ଉତ୍ତର ଦେଲେ, “ଯଦି ତୁମ୍ଭ ପାଖରେ ଦୁଇଟି କୁର୍ତ୍ତା ଅଛି ତେବେ ସେଥିରୁ ଗୋଟିଏ କୁର୍ତ୍ତା ଯାହାର ନାହିଁ ତାହାକୁ ଦିଅ। ଯଦି ତୁମ୍ଭ ପାଖରେ ଖାଦ୍ୟ ଅଛି ତେବେ ତାହାକୁ ମଧ୍ୟ ବାଣ୍ଟିଦିଅ।”
12 କେତେକ କରଆଦାୟକାରୀ ବାପ୍ତିଜିତ ହେବା ପାଇଁ ଆସିଲେ। ସେମାନେ ଯୋହନଙ୍କୁ ପଗ୍ଭରିଲେ, “ହେ ଗୁରୁ! ଆମ୍ଭେମାନେ କ’ଣ କରିବୁ?”
13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।”
14 ସୈନ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭକୁ କ’ଣ କରିବାକୁ ହେବ?”
ଯୋହନ ସେମାନଙ୍କୁ କହିଲେ, “ବଳପୂର୍ବକ କାହାରିଠାରୁ ଅର୍ଥ ନିଅ ନାହିଁ। କାହା ବିରୁଦ୍ଧରେ ମିଛ କୁହ ନାହିଁ। ଯେତିକି ବେତନ ମିଳୁଛି, ସେତିକିରେ ସନ୍ତୁଷ୍ଟ ରୁହ।”
2010 by World Bible Translation Center