Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହାନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି। ସେଲା
7 ହେ ନଗର ଫାଟକ, ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି। ସେଲା
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ, ତୁମ୍ଭର ପବିତ୍ର ତମ୍ବୁ[a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ[b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର। ସେଲା
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
27 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ। 28 ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି। 29 ସମସ୍ତ ଲୋକ କ’ଣ ପ୍ରେରିତ? ସମସ୍ତ ଲୋକ କ’ଣ ଭବିଷ୍ୟଦ୍ବକ୍ତା? ସମସ୍ତେ କ’ଣ ଶିକ୍ଷକ? ସମସ୍ତେ କ’ଣ ଆଶ୍ଚର୍ଯ୍ୟକାର୍ଯ୍ୟ କରୁଥିବା ଲୋକ? 30 ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି? 31 କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍। ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି।
13 ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ'ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ। 2 ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ। 3 ଯଦି ମୁଁ ମୋର ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦେଇପାରେ, ବା ନିଜ ଶରୀରକୁ ଦଗ୍ଧ ହେବା ପାଇଁ ସମର୍ପଣ କରି ଦେଇପାରେ, ମାତ୍ର ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ପାଇବି ନାହିଁ।
4 ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ। 5 ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ। 6 ସେ ଅଧର୍ମରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ୟରେ ଆନନ୍ଦ କରେ। 7 ପ୍ରେମ ସମସ୍ତ ବିଷୟ ସହ୍ୟ କରେ। ପ୍ରେମ ସମସ୍ତ ବିଶ୍ୱାସ କରେ; ସମସ୍ତ ଭରସା କରେ, ସବୁ ବିଷୟରେ ଧୈର୍ଯ୍ୟ ଧରି ରହେ।
8 ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ। 9 କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ୟଦ୍ବାଣୀ ଆଂଶିକ ହେବାରୁ ଏହା ଲୋପ ହେବ। 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।
11 ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି। 12 ସେହି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାଯ୍ୟରେ ଦେଖୁଛୁ, କିନ୍ତୁ ସେତେବେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କେବଳ ଆଂଶିକଭାବରେ ଜାଣିଛି, କିନ୍ତୁ ସେତେବେଳେ ପରମେଶ୍ୱର ମୋତେ ଯେପରି ଜାଣିଛନ୍ତି, ସେହିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି। 13 ଅତଏବ ବିଶ୍ୱାସ, ଭରସା ଓ ପ୍ରେମ ସ୍ଥାୟୀ ଅଟେ। ଉକ୍ତ ତିନୋଟି ମଧ୍ୟରୁ ପ୍ରେମ ହେଉଛି ସର୍ବୋତ୍କୃଷ୍ଟ।
ପାପ କ୍ଷମାର ଦୃଷ୍ଟାନ୍ତ
21 ତା'ପରେ ପିତର ଯୀଶୁଙ୍କ ପାଖକୁ ଯାଇ ପଗ୍ଭରିଲେ, “ପ୍ରଭୁ, ମୋ’ ଭାଇ ଯଦି ମୋ’ ନିକଟରେ ବାରମ୍ବାର ଅପରାଧ କରେ, ତେବେ ମୁଁ ତାକୁ କେତେଥର ପର୍ଯ୍ୟନ୍ତ କ୍ଷମା ଦେବି? ମୁଁ କ’ଣ ତାକୁ ସାତଥର ପର୍ଯ୍ୟନ୍ତ କ୍ଷମା ଦେବି?”
22 ଯୀଶୁ କହିଲେ, “ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥରଠାରୁ ଅଧିକ ଥର କ୍ଷମା କରିବା ଉଚିତ୍। ଏପରିକି ଯଦି ସେ ସାତଗୁଣ ସତୁରି[a] ଥର ପର୍ଯ୍ୟନ୍ତ ମଧ୍ୟ ତୁମ୍ଭ ପ୍ରତି ଅପରାଧ କରେ, ତେବେ ମଧ୍ୟ ତୁମ୍ଭେ କ୍ଷମାଦେବା ଜାରି ରଖ।
23 “ନିଜ ଗ୍ଭକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ୱର୍ଗରାଜ୍ୟର ତୁଳନା କରା ଯାଇପାରେ। 24 ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରିଦେଲେ। ତାହାଙ୍କର ଜଣେ ଗ୍ଭକର ଉପରେ ଦଶ ହଜାର ରୌପ୍ୟମୁଦ୍ରା ବାକି ଥିଲା। 25 ରାଜାଙ୍କୁ ଋଣ ପରିଶୋଧ କରିବା ପାଇଁ ଗ୍ଭକର ପାଖରେ କିଛି ହେଲେ ନ ଥିଲା। ରାଜା ଆଦେଶ ଦେଲେ ଯେ, ଗ୍ଭକରର ସବୁ ଜିନିଷ ଏପରିକି ତା'ର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦେଇ ଋଣ ପରିଶୋଧ କରାଯିବ।
26 “ଗ୍ଭକରଟି ରାଜାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ିଲା। ସେ ପ୍ରାର୍ଥନା କଲା, ‘ଆପଣ ମୋ’ ପାଇଁ ଧୈର୍ଯ୍ୟବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରିଶୋଧ କରିଦେବି।’ 27 ମାଲିକ ଏହା ଶୁଣି ଗ୍ଭକରଟି ପାଇଁ ଦୁଃଖ ପ୍ରକାଶ କଲେ, ତେଣୁ ସେ ଗ୍ଭକରର ଋଣ ଛାଡ଼ କରିଦେଇ ତାକୁ ଛାଡ଼ି ଦେଲେ।
28 “ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା'ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା'ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ'ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’
29 “ତା'ପରେ ଦ୍ୱିତୀୟ ଗ୍ଭକର ତା’ ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, ‘ମୋ’ ପାଇଁ ଧୈର୍ଯ୍ୟ ଧର। ମୁଁ ଯାହା ନେଇଛି ସବୁତକ ଶୁଝିଦେବି।’
30 “କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା। 31 ଅନ୍ୟ ଗ୍ଭକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲେ। ତେଣୁ ଯାହାସବୁ ଘଟିଥିଲା, ସେ ସବୁ ସେମାନେ ସେମାନଙ୍କ ମାଲିକଙ୍କ ଆଗରେ ଯାଇ କହିଲେ।
32 “ତା'ପରେ ମାଲିକ ପ୍ରଥମ ଗ୍ଭକରକୁ ଡାକି କହିଲେ, ‘ରେ ଦୁଷ୍ଟ ଗ୍ଭକର! ତୁ ମୋ'ଠାରୁ ବହୁତ ଅଧିକ ଧନ ଋଣ କରିଥିଲୁ, କିନ୍ତୁ ତୁ ମୋତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦେଲି। 33 ମୁଁ ତୋତେ ଯେଉଁଭଳି ଦୟା ଦେଖାଇଥିଲି, ତୁ କ’ଣ ତୋର ସଙ୍ଗୀ ଗ୍ଭକରକୁ ସେହିଭଳି ଦୟା ଦେଖାଇ ନ ଥା’ନ୍ତୁ?’ 34 ତା'ର ମାଲିକ ଖୁବ୍ ରାଗିଗଲେ, ଦଣ୍ଡ ଦେବା ପାଇଁ ସେ ଗ୍ଭକରକୁ କାରାଗାରରେ ରଖିଲେ। ସମସ୍ତ ଋଣ ପରିଶୋଧ କରା ନ ଯିବା ପର୍ଯ୍ୟନ୍ତ ଗ୍ଭକରଟିକୁ କାରାଗାରରେ ରହିବାକୁ ହେଲା।
35 “ମୋର ସ୍ୱର୍ଗୀୟ ପରମପିତା ତୁମ୍ଭକୁ ଯେଭଳି ବ୍ୟବହାର ଦେଖାଇବେ, ଏହି ରାଜା ଗ୍ଭକରକୁ ଠିକ୍ ସେହିଭଳି ବ୍ୟବହାର ଦେଖାଇଲେ। ଅତଏବ ତୁମ୍ଭେମାନେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦେବ। ନଚେତ ମୋର ସ୍ୱର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦେବେ ନାହିଁ।”
2010 by World Bible Translation Center