Book of Common Prayer
ପ୍ରଥମ ପୁସ୍ତକ
(ଗୀତସଂହିତା 1-41)
1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
2 ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
3 ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
4 ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
6 କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।
3 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”
3 କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
ତୁମ୍ଭେ ମୋର ମହିମା।
ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।
4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।
5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
6 ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।
7 ହେ ସଦାପ୍ରଭୁ, ତୁମ୍ଭେ ଉଠ!
ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।
8 ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ।
ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
4 ହେ ମୋର ଧର୍ମସ୍ୱରୂପ ପରମେଶ୍ୱର,
ମୋତେ ଉତ୍ତର ଦିଅ।
ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ।
ମୋ’ ପ୍ରତି ସଦୟ ହୁଅ।
ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।
2 ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ?
ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ?
କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ?
3 ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି।
ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।
4 ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି,
ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
5 ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।
6 ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ?
ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ।
ମୁଁ ବର୍ତ୍ତମାନ ବହୁତ ଖୁସୀ।
ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ,
ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
8 ମୁଁ ବିଛଣାରେ ଶାନ୍ତିରେ ଶୟନ କରେ,
କାରଣ ହେ ସଦାପ୍ରଭୁ ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।
7 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
2 ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
ମୋତେ ସେମାନେ ବୋହି ନେଇଯିବେ।
ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।
3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
4 ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
5 ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
ମୋର ଜୀବନକୁ ଭୂମିରେ ଦଳି ପକାଉ।
ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
6 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
7 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
8 ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
ମୋର ମଧ୍ୟ ବିଗ୍ଭର କର।
ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
ପ୍ରମାଣ କର ଯେ ମୁଁ ନିରପରାଧ।
9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।
10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13 ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।
14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ। 11 ପରମେଶ୍ୱର କୁହନ୍ତି, “ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ? ମୁଁ ମେଷର ଓ ହୃଷ୍ଟପୁଷ୍ଟ ଗୋରୁଗାଈର ମେଦର ହୋମବଳି ପ୍ରତି ବିତୃଷ୍ଣା ହୋଇ ଯାଇଛି। ମୁଁ ଆଉ ଷଣ୍ଢ, ମେଷ ଓ ଛାଗମାନଙ୍କର ରକ୍ତ ଗ୍ଭହେଁ ନାହିଁ। 12 “ଯେତେବେଳେ ତୁମ୍ଭେମାନେ ମୋତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭେମାନେ ମୋର ପ୍ରାଙ୍ଗଣରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?
13 “ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ। 14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସେହିସବୁ ଭାର ଆମ୍ଭ ପ୍ରତି କ୍ଳେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଳାନ୍ତ ହୋଇଅଛୁ।
15 “ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।
16 “ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ। 17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।”
18 ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।
19 “ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ଦେବ ଓ ମୋର ଆଜ୍ଞାବହ ହେବ ତେବେ ତୁମ୍ଭେମାନେ ଦେଶରେ ଉତ୍ତମ ଫଳ ଭୋଗ କରିବ। 20 ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ନ ଦିଅ ଏବଂ ମୋର ବିରୁଦ୍ଧାଚରଣ କର, ତେବେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ୱଂସ କରିବେ।”
ସଦାପ୍ରଭୁ ନିଜେ ଏହିସବୁ କହିଛନ୍ତି।
1 ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର।
ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି।
ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।
ଥେସଲନୀକୀୟମାନଙ୍କ ଜୀବନ ଓ ବିଶ୍ୱାସ
2 ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ। 3 ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
4 ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି। 5 ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ। 6 ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।
7 ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକମାନଙ୍କ ପାଇଁ ତୁମ୍ଭେମାନେ ଆଦର୍ଶ ହୋଇଥିଲ। 8 ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ। 9 ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି। 10 ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଙ୍କର ସ୍ୱର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ୱର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ୱରଙ୍କ ଆଗାମୀ କ୍ରୋଧପୂର୍ଣ୍ଣ ବିଗ୍ଭରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
ଯିହୂଦୀ ନେତାମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(A)
20 ଦିନେ ଯୀଶୁ ମନ୍ଦିର ଭିତରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ସୁସମାଗ୍ଭର କହୁଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଗ୍ଭରିବାକୁ ଆସିଲେ। 2 ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହ, କେଉଁ ଅଧିକାର ବଳରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”
3 ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋତେ କୁହ: 4 ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?”
5 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 6 କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟଦ୍ବକ୍ତା ରୂପେ ବିଶ୍ୱାସ କରନ୍ତି।” 7 ତେଣୁ ସେମାନେ କହିଲେ, “ଆମ୍ଭେ ଜାଣି ନାହୁଁ।”
8 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତେବେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାରରେ ଏ ସବୁ କାମ କରୁଛି।”
2010 by World Bible Translation Center