Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।
6 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
7 ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”
12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”
17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
ଓ ମୋତେ ଉଦ୍ଧାର କର।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।
54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
2 ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
ମୋହର ଗୁହାରି ଶୁଣ।
3 ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।
4 ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
ମୋର ପ୍ରଭୁ ମୋର ସମର୍ଥନ କରିବେ।
5 ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।
6 ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
7 ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
ମୋର ସମସ୍ତ ପାପ କ୍ଷମା କର।
2 ମୋ’ ସବୁ ପାପ ଧୋଇ ଦିଅ,
ଏବଂ ପୁଣି ମୋତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି।
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15 ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।
18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।
God Will Punish Assyria’s Pride
5 ପରମେଶ୍ୱର କହିବେ, “ମୁଁ ଅଶୂରକୁ ଏକ ଯଷ୍ଟିରୂପେ ବ୍ୟବହାର କରିବି। ଏହି କ୍ରୋଧରୂପକ ଦଣ୍ଡ ଇସ୍ରାଏଲକୁ ଶାସ୍ତି ଦେବେ। 6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ।
7 “ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ। 8 ଅଶୂର ନିଜକୁ ନିଜେ କହିହୁଏ, ‘ମୋର ସମସ୍ତ ପ୍ରାଚୀନଗଣ ରାଜା ସଦୃଶ। 9 କଲ୍ନୋ ନଗର କର୍କମୀଶର ତୁଲ୍ୟ ଅଟେ। ପୁଣି ଅର୍ପଦ ନଗର ହମାତ୍ ତୁଲ୍ୟ ଅଟେ। ଶମରିୟା ନଗର ଦମ୍ମେଶକ ପରି ଅଟେ। 10 ମୁଁ ସେହି ଭ୍ରଷ୍ଟାଗ୍ଭରୀ ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସେଗୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସେହି ଲୋକମାନେ ପୂଜା କରୁଛନ୍ତି ସେଗୁଡ଼ିକ ଯିରୁଶାଲମ ଓ ଶମରିୟାର ପ୍ରତିମାଗୁଡ଼ିକଠାରୁ ଶ୍ରେଷ୍ଠତର। 11 ମୁଁ ଶମରିୟା ଓ ତା’ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସେହିପରି ମଧ୍ୟ ଯିରୁଶାଲମ ଓ ତା’ର ଲୋକମାନଙ୍କ ଦ୍ୱାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।’”
12 ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।
13 ଅଶୂରର ରାଜା କହେ, “ମୁଁ ଅତି ଜ୍ଞାନୀ, ମୋର ଜ୍ଞାନ ଓ ଶକ୍ତି ବଳରେ ମୁଁ ବହୁ ମହାନ କାର୍ଯ୍ୟ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ୟ ତା’ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ। 14 ଗୋଟିଏ ବ୍ୟକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସେମାନଙ୍କର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳରେ ଅପହରଣ କରିଛି। ଅନେକ ସମୟରେ ପକ୍ଷୀ ତା’ର ବସା ଓ ଅଣ୍ଡାକୁ ଛାଡ଼ି ଯାଇଥାଏ ଓ ତା’ର ସୁରକ୍ଷା ପାଇଁ କିଛି ବ୍ୟବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାଯ୍ୟରେ ଲଢ଼ିବାକୁ ସେଠାରେ ନ ଥା’ନ୍ତି। ତେଣୁ ଲୋକେ ଅଣ୍ଡା ନେଇ ଯାଆନ୍ତି। ତେଣୁ ମୁଁ ସେହିପରି ସେମାନଙ୍କର ଧନସମ୍ପଦ ଲୁଣ୍ଠନ କଲାବେଳେ କେହି ମୋତେ ବାଧା ଦେବେ ନାହିଁ।”
15 ଗୋଟିଏ କୁହ୍ରାଡ଼ି କ’ଣ ତା’ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ। 16 ଅଶୂର ଭାବେ ସେ ମହାନ। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା’ ବିରୁଦ୍ଧରେ ଏକ ଭୟଙ୍କର ବ୍ୟାଧି ପଠାଇବେ। ଗୋଟିଏ ରୋଗୀ ତା’ର ଓଜନ ହରାଇଲା ପରି ଅଶୂର ତା’ର ଅର୍ଥ ଓ ସାମର୍ଥ୍ୟ ହରାଇବ। ତା’ପରେ ଅଶୂରର ସମସ୍ତ ଗୌରବ ଧ୍ୱଂସ ପାଇବ। ଏହା ଅଶୂରର ସମସ୍ତ ଧ୍ୱଂସ କରିବା ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନି ସଦୃଶ ହେବ। 17 ଇସ୍ରାଏଲର ଜ୍ୟୋତିଃ ଗୋଟିଏ ଜ୍ୱଳନ୍ତ ଅଗ୍ନି ପରି ହେବେ। ସେହି ଧର୍ମସ୍ୱରୂପ ଏକ ଶିଖା ସଦୃଶ ହେବେ। ସେହି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ। 18 ତା’ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ। 19 କେବଳ ବଣରେ ଅଳ୍ପ କେତୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣି ପାରିବ।
17 ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି। 18 ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି। 19 ଏହି ଭଣ୍ଡ ଶିକ୍ଷକମାନେ ସେହି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାନ୍ତି। ସେମାନେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ୟକ୍ତି ଯାହାଦ୍ୱାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।
20 ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ। 21 ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା। 22 ସେହି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ୟ ପ୍ରବାଦ ଭଳି: “କୁକୁର ବାନ୍ତି କଲା ପରେ ପୁନର୍ବାର ତା’ ବାନ୍ତି ଖାଇବାକୁ ଆସେ” [a] ଓ “ଘୁଷୁରିଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କରେ ଗଡ଼େ।”
2 ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। 3 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”
4 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। 5 ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। 6 ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”
7 ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ? [a] 8 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। 9 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। 10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି:
‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି।
ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ (A)
11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। 12 ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି। 13 ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟଦ୍ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟଦ୍ବାଣୀ କହିଥିଲେ। 14 ଯଦି ତୁମ୍ଭେ ସେମାନଙ୍କ ଭବିଷ୍ୟଦ୍ବାଣୀ ବିଶ୍ୱାସ କରିବାକୁ ଇଚ୍ଛା କରୁଛ ତେବେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସେମାନେ ଭବିଷ୍ୟଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ। 15 ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।
2010 by World Bible Translation Center