Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 104

104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
    ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
    ପରମେଶ୍ୱର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
    ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
    ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି [a] ସଦୃଶ କର।
ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
    ଯେ ତାହା ମୂଳରୁ କେବେ ଧ‌କ୍‌କା ହେବ ନାହିଁ।
ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
    ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
    ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
    ଏବଂ ତା’ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
    ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
    ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

10 ପରମେଶ୍ୱର ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ।
    ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
11 ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ।
    ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
12 ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି।
    ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
13 ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ।
    କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
14 ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ
    ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର।
    ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
15 ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ,
    ଆମ୍ଭମାନଙ୍କର ମୁହଁ ଚି‌କ୍‌କଣକାରୀ ତୈଳ
    ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

16 ଲିବାନୋ‌ନ୍‌ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି।
    ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
17 ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି।
    ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ।
    ଶୈଳସବୁ ଶାଫନର [b] ଆଶ୍ରୟ।

19 ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି।
    ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ।
    ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି।
    ସେତ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
22 ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି।
    ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
23 ଏହା ପରେ ମନୁଷ୍ୟ ତା’ର କାମକୁ ବାହାରେ
    ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 61:1-9

ସଦାପ୍ରଭୁଙ୍କର ମୁକ୍ତିର ବାର୍ତ୍ତା

61 ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି। କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି। ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’

“ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।

“ବିଦେଶୀୟମାନେ ତୁମ୍ଭ ମେଷପଲ ଚରାଇବା ପାଇଁ ଛିଡ଼ା ହେବେ ଓ ସେମାନଙ୍କର ସନ୍ତାନମାନେ ତୁମ୍ଭ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରରେ କାର୍ଯ୍ୟ କରିବେ। ମାତ୍ର ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଯାଜକ’ ବୋଲି ଖ୍ୟାତ ହେବ। ଲୋକମାନେ ତୁମ୍ଭମାନଙ୍କୁ ‘ଆମ୍ଭମାନଙ୍କର ପରିଗ୍ଭଳକ’ ବୋଲି ଡାକିବେ। ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଗର୍ବିତ ହେବ।

“ଲଜ୍ଜା ପରିବର୍ତ୍ତେ ସେମାନେ ଦୁଇଗୁଣ ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତ୍ତେ ସେମାନେ ନିଜ ନିଜ ଅଧିକାରରେ ଆନନ୍ଦ କରିବେ। ଏଥିପାଇଁ ସେମାନେ ନିଜ ଦେଶରେ ଦୁଇଗୁଣ ଅଂଶ ପାଇବେ ଓ ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ। କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟ ବିଗ୍ଭରକୁ ଭଲ ପାଉ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ଚୁକ୍ତି କରିବା। ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।”

ଗାଲାତୀୟଙ୍କ ପ୍ରତି ପତ୍ର 3:23-29

23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା। 24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା’ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। 25 ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।

26 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ। 27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ। 28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ। 29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।

ଗାଲାତୀୟଙ୍କ ପ୍ରତି ପତ୍ର 4:4-7

କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।

ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆ‌ବ୍‌‌‌‌ବା, ପ୍ରିୟ ପିତା” ବୋଲି ଡାକନ୍ତି। ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center