Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 37

ଦାଉଦଙ୍କର ଗୀତ।

37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
    ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
    ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
    ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
    ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
    ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
    ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
    ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
    ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
    ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
    ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
    ଓ ସେମାନେ ଶାନ୍ତି ଉପଭୋଗ କରିବେ।

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
    ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
    ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
    ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
    ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
    ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
    ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
    କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
    ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
    ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
    ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
    ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
    ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
    କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
    କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
    ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
    କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
    ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
    ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
    ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
    ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
    ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
    କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
    ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
    ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
    ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।

32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
    ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
    ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।

35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
    ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
    ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
    ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
    ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
    ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
    ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 45:5-17

ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ୱିତୀୟ।
    ଆମ୍ଭ ବ୍ୟତୀତ ପରମେଶ୍ୱର କେହି ନାହାନ୍ତି।
ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ
    ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।
ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ସମସ୍ତ ଲୋକେ ଜାଣିବେ ଯେ
    ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।
ଆମ୍ଭେ ସଦାପ୍ରଭୁ
    ଓ ଅଦ୍ୱିତୀୟ ଆଉ କେହି ନାହିଁ।
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ୟ ସୃଷ୍ଟି କରୁ।
    ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ୟ ସୃଷ୍ଟି କରୁ।
    ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

“ହେ ଆକାଶମଣ୍ଡଳ, ତୁମ୍ଭେ ବିଜୟ,
    ଧର୍ମ ଓ ନ୍ୟାୟ ମେଘ ଆକାରରେ ବର୍ଷଣ କର।
ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ;
    ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ;
    ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।

ପରମେଶ୍ୱର ତାଙ୍କ ସୃଷ୍ଟିକୁ ନିୟନ୍ତ୍ରଣ କରନ୍ତି

“ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା’ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ। 10 ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ’ଣ ପିତାକୁ ପ୍ରଶ୍ନ କରୁଛନ୍ତି। ‘ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦେଇଛ?’ ସେମାନେ ମଧ୍ୟ ତାଙ୍କର ମାକୁ ‘କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”’

11 ସଦାପ୍ରଭୁ ଯେ ଇସ୍ରାଏଲର ଧର୍ମସ୍ୱରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,

“ହେ ମୋର ସନ୍ତାନଗଣ, ତୁମ୍ଭେମାନେ ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଗ୍ଭର;
    ତୁମ୍ଭେମାନେ ଆମ୍ଭ ସନ୍ତାନଗଣ ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ
    ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ।
ଆମ୍ଭେ ସ୍ୱହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ
    ଓ ତହିଁରେ ସକଳ ସୈନ୍ୟସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ।
13 ଆମ୍ଭେ ତାଙ୍କୁ ଭଲ କାର୍ଯ୍ୟ ଉଦ୍ଦେଶ୍ୟରେ ଜାଗରିତ କରୁ,
    ସେ ଆମ୍ଭର ନଗର ନିର୍ମାଣ କରିବ।
ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ।
    ସେଥିପାଇଁ ସେ କୌଣସି ମୂଲ୍ୟ ବା ପୁରସ୍କାର ଆମ୍ଭଠାରୁ ନେବ ନାହିଁ।”
ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।

14 ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ,
    କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ।
ସେମାନେ ତୁମ୍ଭର ଅନୁସରଣ କରିବେ।
    ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ,
ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ,
    ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି,
ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି
    ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”

15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର,
    ତୁମ୍ଭେ ନିଶ୍ଚୟ ଆତ୍ମା ଗୋପନକାରୀ ପରମେଶ୍ୱର ଅଟ।,
16 ସେମାନେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହେବେ।
    ପ୍ରତିମା ନିର୍ମାଣକାରୀ ସମସ୍ତେ
    ଏକା ସଙ୍ଗେ ଅପମାନିତ ହେବେ।
17 ମାତ୍ର ଇସ୍ରାଏଲ ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପାଇବ;
    ତୁମ୍ଭେମାନେ ଯୁଗ ଯୁଗାନ୍ତ ଯାଏ ଲଜ୍ଜିତ
    କିମ୍ବା ବିବ୍ରତ ହେବ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 5:15-33

15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। 16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ। 17 ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର। 18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ। 19 ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। 20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।

ପତି ଓ ପତ୍ନୀ

21 ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।

22 ହେ ପତ୍ନୀମାନେ! ତୁମ୍ଭେମାନେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହୋଇଛ, ସେହିପରି ନିଜ ସ୍ୱାମୀମାନଙ୍କର ବଶୀଭୂତା ହୁଅ। 23 ଖ୍ରୀଷ୍ଟ ଯେପରି ମଣ୍ଡଳୀର [a] ମସ୍ତକ, ସ୍ୱାମୀ ସେହିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟିୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସେହି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ। 24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସେହିପରି ହେ ପତ୍ନୀମାନେ, ତୁମ୍ଭେମାନେ ପ୍ରତ୍ୟେକ କଥାରେ ନିଜ ପତିଙ୍କର ବଶୀଭୂତା ହେବା ଉଚିତ୍।

25 ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର। 26 ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କରିଥିଲେ। ଯେପରି ସୁସାମାଗ୍ଭରର ବାକ୍ୟ ଓ ଜଳ ଦ୍ୱାରା ଧୌତ କରି ସଫା କରିବା ପରେ ସେ ପରମେଶ୍ୱରଙ୍କ କାର୍ଯ୍ୟ ମାଧ୍ୟମରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରି ପାରନ୍ତି। 27 ଯେପରି ସମ୍ପୂର୍ଣ୍ଣ ମହିମା (ସୌନ୍ଦର୍ଯ୍ୟ)ର ସହିତ ମଣ୍ଡଳୀକୁ ନିଜଠାରେ ତାହାଙ୍କ କନ୍ୟା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ୟୁ ଭୋଗ କଲେ। ମଣ୍ଡଳୀ ମଧ୍ୟରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ୍ କାର୍ଯ୍ୟ ଦେଖା ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ୟ ହୋଇପାରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।

28 ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ। 29 କୌଣସି ଲୋକ ନିଜ ଶରୀରକୁ କେବେ ହେଲେ ଘୃଣା କରେ ନାହିଁ। ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ୟ କରନ୍ତି। 30 କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ। 31 ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।” [b] 32 ଏହି ସତ୍ୟଟି ଅତି ମହତ୍ତ୍ୱପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟରେ ମୁଁ ଏହା କହୁଅଛି। 33 ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ୍ ଓ ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ୍।

ମାର୍କ ଲିଖିତ ସୁସମାଗ୍ଭର 4:21-34

ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର(A)

21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ। 22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ। 23 ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ। 24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ। 25 ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”

ବୀଜର ଦୃଷ୍ଟାନ୍ତ ବିଷୟରେ ଯୀଶୁ ବ୍ୟାଖ୍ୟା କଲେ

26 ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି। 27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି। 28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା’ପରେ କେଣ୍ଡା ହୁଏ। ତା’ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ, 29 ଯେତେବେଳେ ଶସ୍ୟ ପାଚିଯାଏ, ସେତେବେଳେ ସେହି ଲୋକ ଦାଆ ନେଇ ତାକୁ କାଟେ। କାରଣ ଏହା ହିଁ ଅମଳ କରିବାର ଉପଯୁକ୍ତ ସମୟ।”

ପରମେଶ୍ୱରଙ୍କ ରାଜ୍ୟ ଏକ ସୋରିଷଦାନା ଭଳି(B)

30 ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି? 31 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଏହି ସୋରିଷଦାନା, ତୁମ୍ଭେ ବୁଣୁଥିବା ବୀଜଗୁଡ଼ିକ ଭିତରେ ସବୁଠାରୁ ଛୋଟ। 32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା’ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”

33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ। 34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center