Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 56-58

ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍।

56 ହେ ପରମେଶ୍ୱର, ମୋତେ ଦୟା କର।
    ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ।
    ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ,
    ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
ହେ ସର୍ବୋପରିସ୍ଥ ପରମେଶ୍ୱର,
ମୁଁ ଭୀତ ହେବା ସମୟରେ
    ତୁମ୍ଭ ଉପରେ ନିର୍ଭର କରେ।
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
    ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ।
ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ ମୋତେ କ’ଣ କରି ପାରିବେ?
ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି।
    ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି
    ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ।
    ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।
ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି।
    ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି।
    ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।

ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ।
    ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି।
    ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
    ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ ମୋର କ’ଣ କରିବେ!

12 ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି।
    ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ,
    ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ।
ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ।
    ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।

57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
    ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
    ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
    ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
    ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।

ମୋର ଜୀବନ ସଙ୍କଟପୂର୍ଣ୍ଣ।
    ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
    ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
    ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।

ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
    ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
    ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
    କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।

ମୋର ହୃଦୟ ସ୍ଥିର ଅଟେ।
    ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
    ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
    ନେବଲ ଓ ବୀଣା, ଜାଗ୍ରତ ହୁଅ!
    ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
    ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
    ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
    ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍।

58 ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି?
    ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?
ନା, ତୁମ୍ଭେ କେବଳ ମନ୍ଦକାର୍ଯ୍ୟ କରିବା ପାଇଁ ଚିନ୍ତା କରୁଛ।
    ତୁମ୍ଭେମାନେ ନିଜେ ଏହି ଦେଶରେ ଅପରାଧ କରୁଛି।
ସେହି ଦୁଷ୍ଟ ଲୋକମାନେ ଜନ୍ମ ହେବା ମାତ୍ରେ ବିପଥଗାମୀ।
    ସେମାନେ ଜନ୍ମଠାରୁ ମିଥ୍ୟାବାଦୀ।
ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ।
    ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି।
ସାପୁଆକେଳାମାନଙ୍କର ବାଦ୍ୟ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ।
    ଆଉ ସେହି ମନ୍ଦ ଲୋକମାନେ ସେହିପରି, ଯେତେବେଳେ ସେମାନେ ସେମାନଙ୍କର ମନ୍ଦ ଯୋଜନା କରନ୍ତି।

ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି।
    ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ।
ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ।
    ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।
ଶାମୁକା ଗତି କଲାବେଳେ ତରଳି ଯିବା ପରି ସେମାନେ ତରଳି ଯାଆନ୍ତୁ।
    ସୂର୍ଯ୍ୟାଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି
    ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।

10 ଜଣେ ଧାର୍ମିକ ଲୋକ ଯେତେବେଳେ
    ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ।
11 ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି।
    ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।”

ଗୀତସଂହିତା 64-65

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

64 ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ।
    ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି।
    ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର।
ମୋ’ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ ମୋତେ ରକ୍ଷା କର।
    ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମୋତେ ଲୁଗ୍ଭଇ ରଖ।
ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି,
    ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି।
ହଠାତ୍ ସେମାନଙ୍କର ଲୁଚିବା ସ୍ଥାନରୁ ସେମାନେ ସେମାନଙ୍କର ତୀରଗୁଡ଼ିକ
    ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷେପ କରନ୍ତି।
ସେମାନେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି।
    ସେମାନେ ଏହା କହି ଫାନ୍ଦ ବସାଇବା ବିଷୟରେ କଥାବାର୍ତ୍ତା ହୁଅନ୍ତି, “କେହି ଏଠାରେ ସେମାନଙ୍କୁ ଦେଖି ପାରିବେ ନାହିଁ।”
କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ।
    ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।”
ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।
କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ
    ଏବଂ ଦୁଷ୍ଟମାନେ ଆଘାତ ହେବେ।
ସେମାନଙ୍କ ନିଜ ଜିହ୍ୱା ସେମାନଙ୍କୁ ଧ୍ୱଂସର ବିଷୟ ଆଣିବ।
    ସେମାନଙ୍କୁ ଯିଏ ଦେଖିବେ ସେମାନେ ଦୁଃଖରେ ମୁଣ୍ଡ ହଲାଇବେ।
ତା’ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ।
    ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ
ଏବଂ ସେ ଯାହା କରିଛନ୍ତି
    ସେମାନେ ତାହା ଶିକ୍ଷା କରିବେ।
10 ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ।
    ସେମାନେ ତାହାଙ୍କର ଶରଣାଗତ ହେବେ।
    ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ।

ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ।

65 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହ‌କ୍‌ଦାର।
    ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି,
    ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ,
    ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।
କେତେ ଭାଗ୍ୟବାନ୍ ସେମାନେ,
    ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ
ରଖିବା ପାଇଁ ମନୋନୀତ କର।
    ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା,
    ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ
ଓ ଯାହା ଯଥାର୍ଥ ତାହା କର।
    ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି।
ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ।
    ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର।
    ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ।
ଯେଉଁସବୁ ଅ‌ଦ୍‌ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
    ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
    ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
ତୁମ୍ଭେ ପୃଥିବୀର ଯତ୍ନ ନିଅ।
    ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
    ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
    ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
    ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
    ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
    ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
    ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 51:17-23

ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ

17 ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ!
କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି।
    ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି।
ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ।
    ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।

18 ଯିରୁଶାଲମ ଅନେକ ସନ୍ତାନ ଜନ୍ମ ଦେଇଛି, ମାତ୍ର ସେମାନଙ୍କ ମଧ୍ୟରେ ତାକୁ ବାଟ କଢ଼ାଇ ନେବାକୁ କେହି ନାହାନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସେମାନଙ୍କ ମଧ୍ୟରେ କେହି ତାହା ହାତଧରି ନେବା ପାଇଁ ନାହାନ୍ତି। 19 ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ।

ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ? 20 ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହୋଇଅଛନ୍ତି। ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶରେ ଆବଦ୍ଧ ହୁଏ। ସେମାନେ ସଦାପ୍ରଭୁଙ୍କ କୋପରେ ଓ ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।

21 ଏଣୁ ଦୟାକରି ଏହା ଶୁଣ, ହେ ଯିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।

22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ। 23 ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଇଛନ୍ତି, ସେହିମାନଙ୍କ ବିପକ୍ଷରେ ଆମ୍ଭେ ଯିବା। ସେମାନେ ତୁମ୍ଭକୁ କହିଛନ୍ତି, ‘ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପରେ ଗମନ କରିବୁ।’ ପୁଣି ତୁମ୍ଭେମାନେ ଭୂମି ଓ ସଡ଼କପରି ପିଠି ପାତି ଦେଇଛ ଏବଂ ସେମାନେ ତୁମ୍ଭମାନଙ୍କ ଉପରେ ଗମନାଗମନ କରିଛନ୍ତି।”

ଗାଲାତୀୟଙ୍କ ପ୍ରତି ପତ୍ର 4:1-11

ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ। କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ। ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।

ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆ‌ବ୍‌‌‌‌ବା, ପ୍ରିୟ ପିତା” ବୋଲି ଡାକନ୍ତି। ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।

ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ

ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? 10 ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ। 11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।

ମାର୍କ ଲିଖିତ ସୁସମାଗ୍ଭର 7:24-37

ଯୀଶୁ ଜଣେ ଅଣଯିହୂଦୀ ସ୍ତ୍ରୀଲୋକକୁ ସାହାଯ୍ୟ କଲେ(A)

24 ଯୀଶୁ ସେ ସ୍ଥାନ ଛାଡ଼ି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଗ୍ଭହୁଁ ନ ଥିଲେ ଯେ, କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସେଠାରେ ଲୁଚି ରହି ପାରିଲେ ନାହିଁ। 25 ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା’ର ଝିଅ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡ଼ିଗଲା। 26 ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସୁର ଫୈନୀକୀୟାଠାରେ ଜନ୍ମ ହୋଇଥିଲା। ସେ ତା’ ଝିଅଠାରୁ ଭୂତକୁ ବାହାର କରି ଦେବା ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।

27 ଯୀଶୁ ତାହାକୁ କହିଲେ, “ପ୍ରଥମେ ପିଲାମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନେଇ ଯାଇ କୁକୁରମାନଙ୍କ ଆଗରେ ଫିଙ୍ଗି ଦେବା ଠିକ୍ ନୁହେଁ।”

28 ସେ ସ୍ତ୍ରୀ ଲୋକଟି ଉତ୍ତର ଦେଲୋ, “ହେ ପ୍ରଭୁ, ତାହା ସତ୍ୟ, କିନ୍ତୁ ପିଲାମାନେ ଖାଉଥିବା ସମୟରେ ତଳକୁ ଖସି ପଡ଼ୁଥିବା ଖାଦ୍ୟର ଟିକି ଟିକି ଅଂଶତକ ଟେବୁଲ ତଳେ ଥିବା କୁକୁରମାନେ ମଧ୍ୟ ଖାଇ ଥା’ନ୍ତି।”

29 ତା’ପରେ ଯୀଶୁ ସେହି ସ୍ତ୍ରୀଲୋକଟିକୁ କହିଲେ, “ଏହା ହିଁ ଉପଯୁକ୍ତ ଉତ୍ତର। ଏବେ ତୁମ୍ଭେ ଘରକୁ ଯାଇ ପାର। ଭୂତ ତୁମ୍ଭର ଝିଅକୁ ଛାଡ଼ି ଗ୍ଭଲି ଗଲାଣି।”

30 ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା ଦେହରୁ ବାହାରି ଗ୍ଭଲି ଯାଇଛିା

ଯୀଶୁ ଜଣେ ମୂକ ବଧିର ଲୋକକୁ ସୁସ୍ଥ କଲେ

31 ତା’ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ। 32 ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।

33 ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା’ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ। 34 ଯୀଶୁ ପୁଣି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଦୀର୍ଘ ନିଶ୍ୱାସ ପକାଇଲେ। ସେ ଲୋକଟିକୁ କହିଲେ, 35 “ଇ‌ପ୍‌ପଥଃ” ଅର୍ଥାତ ‘ଖୋଲିଯାଉ। ତ‌ତ୍‌କ୍ଷଣାତ୍ ତା’ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।

36 ଯୀଶୁ ସେମାନଙ୍କୁ ଆଜ୍ଞା ଦେଲେ ଯେ ଏ ବିଷୟରେ କାହାକୁ କିଛି ଯେପରି ନ କୁହନ୍ତି। ଯୀଶୁ ସଦାବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସେମାନେ ଅନ୍ୟ କାହାକୁ ତାହାଙ୍କ ବିଷୟରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମରେ ଲୋକେ ତାହାଙ୍କ ବିଷୟରେ ଅଧିକରୁ ଅଧିକ ପ୍ରଗ୍ଭର କରୁଥିଲେ। 37 ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center