Book of Common Prayer
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
ଦାଉଦ ମନ୍ଦିର ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”
21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। 22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା’ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
23 ତା’ପରେ ତା’ର ସ୍ୱାମୀ ଇଲ୍କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ [a]।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।
ହାନ୍ନା ଶାମୁୟେଲଙ୍କୁ ଶୀଲୋଠାରେ ଏଲିଙ୍କ ନିକଟକୁ ନେଲା
24 ଏହା ପରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା’ ସହିତ ପିଲାଟିକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା। ସେତେବେଳେ ବାଳକଟି ଛୋଟ ଥିଲା।
25 ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ। 26 ତା’ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। 27 ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି। 28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।”
ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ।
14 ଯେଉଁମାନେ ନିଜ ଜୀବନରେ ପରମେଶ୍ୱରଙ୍କର ଆତ୍ମାକୁ ନେତୃତ୍ୱ ଦିଅନ୍ତି ସେମାନେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ। 15 ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’ 16 ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି। 17 ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।
ଆମକୁ ଭବିଷ୍ୟତରେ ମହିମା ମିଳିବ
18 ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ। 19 ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି। 20 ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା: 21 ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।
2010 by World Bible Translation Center