Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
କେବଳ ମୁଁ ବୁଡ଼ିଯିବା ଉପରେ।
3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
ସେମାନେ ମିଛରେ ମୋତେ ଗ୍ଭେର କହିଲେ
ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
5 ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
6 ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ।
ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ।
7 ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି।
ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।
8 ମୋ’ ନିଜ ଭାଇମାନେ ମୋ’ ସହିତ ଅଚିହ୍ନା ଲୋକ ପରି ବ୍ୟବହାର କଲେ।
ମୋର ମାଙ୍କର ପୁଅମାନେ ମୋତେ ବିଦେଶୀ ପରି ବ୍ୟବହାର କଲେ।
9 ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି।
ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।
10 ମୁଁ କାନ୍ଦେ ଏବଂ ଉପବାସ କରେ,
ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି।
11 ମୁଁ ଶୋକରେ ଚଟବସ୍ତ୍ର ପରିଧାନ କରେ
ଏବଂ ଲୋକମାନେ ମୋତେ ପରିହାସ କରନ୍ତି।
12 ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି
ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି।
13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
ତେଣୁ ମୋତେ ଉତ୍ତର ଦିଅ।
ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।
17 ତୁମ୍ଭର ଦାସପ୍ରତି ମୁହଁ ଫେରାଅ ନାହିଁ।
ମୁଁ ବିପଦରେ ପଡ଼ିଛି, ମୋତେ ଶୀଘ୍ର ଉତ୍ତର ଦିଅ।
18 ଆସ ମୋର ପ୍ରାଣ ରକ୍ଷା କର,
ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।
19 ତୁମ୍ଭେ ଜାଣ ମୋର ଶତ୍ରୁମାନେ ମୋତେ ନିନ୍ଦା
ଓ ଅପମାନିତ କରିଛନ୍ତି।
ସେମାନେ ମୋ’ ସହିତ ଏହା କରିବାର ତୁମ୍ଭେ ଦେଖିଛ।
20 ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି।
କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି,
କେହି ସହାନୁଭୂତି ଦେଖାଇଲେ ନାହିଁ।
ମୁଁ ଲୋକମାନଙ୍କୁ ଖୋଜିଲି,
କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ,
କେହି ସହାନୁଭୂତି ଦେଖାଇଲେ ନାହିଁ।
21 ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ
ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।
22 ସେମାନଙ୍କର ମେଜ ଖାଦ୍ୟରେ ପୂର୍ଣ୍ଣ ଥିଲା।
ସେମାନେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ଯେ, ମୁଁ ଆଶଙ୍କା କଲି ସେହି ଖାଦ୍ୟ ସେମାନଙ୍କୁ ନଷ୍ଟ କରିବ।
23 ସେମାନେ ଅନ୍ଧ ହୁଅନ୍ତୁ।
ସେମାନଙ୍କ ଅଣ୍ଟା ନଇଁ ଯାଉ।
24 ସେମାନଙ୍କ ଉପରେ ତୁମ୍ଭର ବଡ଼ କ୍ରୋଧ ଢାଳି ଦିଅ।
ତୁମ୍ଭର କ୍ରୋଧ ସେମାନଙ୍କୁ ଗ୍ରାସ କରୁ।
25 ସେମାନଙ୍କର ଗୃହଗୁଡ଼ିକୁ ଶୂନ୍ୟ କର।
କେହି ଜୀବିତ ନ ରୁହନ୍ତୁ।
26 ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି।
ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
27 ସେମାନେ କରିଥିବା ମନ୍ଦକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡ ଦିଅ।
ତୁମ୍ଭର ଦୟା ପରାୟଣତା ତାଙ୍କୁ ଦେଖାଅ ନାହିଁ।
28 ଜୀବନ-ପୁସ୍ତକରୁ ସେମାନଙ୍କର ନାମ ପୋଛି ଦିଅ
ଓ ସେମାନଙ୍କ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
29 ମୁଁ ଦୁଃଖୀ ଓ ଶୋକାକୁଳ ଅଟେ।
ହେ ପରମେଶ୍ୱର, ମୋତେ ଉଦ୍ଧାର କର।
ମୋତେ ରକ୍ଷା କର।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
ତୃତୀୟ ପୁସ୍ତକ
(ଗୀତସଂହିତା 73-89)
ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।
73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
ମୋର ବିଶ୍ୱାସ ପ୍ରାୟ ହରାଇଲି।
3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
4 ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
7 ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”
12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।
15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
ରାକ୍ଷସ ପରି ଅଦୃଶ୍ୟ କରିଦିଅ।
21-22 ମୁଁ ନିର୍ବୋଧ ଥିଲି,
ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
ହେ ପରମେଶ୍ୱର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।
ସମସ୍ତ ଗୋଷ୍ଠୀ ସଦାପ୍ରଭୁଙ୍କୁ ଅନୁସରଣ କରିବେ
56 ସଦାପ୍ରଭୁ ଏହିସବୁ କହିଛନ୍ତି, “ତୁମ୍ଭେମାନେ ନ୍ୟାୟ ପଥ ଏବଂ ତୁମ୍ଭର କର୍ତ୍ତବ୍ୟକୁ ଧର୍ମାନୁସାରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ। 2 ଯେଉଁ ବ୍ୟକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ୍ତ ରଖେ, ସେ ଧନ୍ୟ।”
3 ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ନ କହୁ ଯେ, ସଦାପ୍ରଭୁ ମୋତେ ଆପଣା ଲୋକଠାରୁ ନିଶ୍ଚୟ ପୃଥକ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହୋଇ ପାରିବି ନାହିଁ।”
4 କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି, 5 ସେମାନଙ୍କୁ ଆମ୍ଭେ ଆମ୍ଭ ମନ୍ଦିର ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା।”
6 “କେତେକ ବିଦେଶୀୟ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଏବଂ ତାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି। ସେମାନେ ବିଶ୍ରାମ ଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି। 7 ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହରେ ସେମାନଙ୍କୁ ଆନନ୍ଦିତ କରିବା। ସେମାନଙ୍କର ନୈବେଦ୍ୟ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ୟାତ ହେବ।” 8 ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି,
“ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”
ପବିତ୍ରଆତ୍ମା ଓ ମାନବ ପ୍ରକୃତି
16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। 17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।
19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ, 20 ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, 21 ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ। 22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ। 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।
ଯୀଶୁଙ୍କ ସହିତ ମୋଶା ଓ ଏଲିୟ(A)
2 ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। 3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। 4 ଏଲିୟ ଓ ମୋଶା [a] ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।
5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” 6 ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।
7 ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”
8 ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁତ୍ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା’ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।
10 ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁତ୍ଥିତ ହେବାର ଅର୍ଥ କ’ଣ? 11 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?”
12 ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ। 13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
2010 by World Bible Translation Center