Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
ଶାନ୍ତି ପାଇଁ କାର୍ଯ୍ୟ କର।
ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
ସଦାପ୍ରଭୁ ତାଙ୍କ ସନ୍ତାନମାନଙ୍କୁ ରକ୍ଷା କରିବେ
14 ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର।
ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”
15 କାରଣ ଯେ ଅନନ୍ତକାଳ ନିବାସୀ,
ଯାହାଙ୍କର ନାମ ପରମେଶ୍ୱର,
ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି;
“ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ।
ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ
ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ
ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
16 ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ
କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ।
ଯଦି କରିବା ତାହାହେଲେ ମାନବର ଆତ୍ମା
ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ
କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ,
ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ;
ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।
18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ଆମ୍ଭେ ତାକୁ ସଠିକ୍ ରୂପେ ଗଢ଼ିବା, ମୁଁ ତାକୁ ସତ୍ୟର ପଥ ଦେଖାଇବି
ଏବଂ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବି।
19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ।
ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ
ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ
ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
20 ମାତ୍ର ଦୁଷ୍ଟମାନେ ତରଙ୍ଗାୟିତ ସମୁଦ୍ର ତୁଲ୍ୟ,
କାରଣ ତାହା ସ୍ଥିର ହୋଇପାରେ ନାହିଁ
ଓ ତାହାର ଜଳରେ ପଙ୍କ
ଓ କାଦୁଅ ଉଠେ।
21 ଆମ୍ଭର ପରମେଶ୍ୱର କୁହନ୍ତି;
“ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’
ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍
12 ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍। 2 ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି। 3 ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।
ପରମେଶ୍ୱର ପିତାତୁଲ୍ୟ
4 ତୁମ୍ଭେମାନେ ପାପ ବିରୁଦ୍ଧରେ ସଂଗ୍ରାମ କରୁଛ, କିନ୍ତୁ ସେହି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୋଇପାରି ନାହିଁ। 5 ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ:
“ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ,
ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ।
6 ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି,
ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।” (A)
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ
37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ’ଠାରେ ବିଶ୍ୱାସ କରେ ତେବେ ତା’ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।
ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ
40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟଦ୍ବକ୍ତା।”
41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”
ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ
45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”
46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”
2010 by World Bible Translation Center