Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 107:33-108:13

33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
    ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
    କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
    ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
    ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
    ଏବଂ ଭଲ ଫସଲ ଅମଳ କରି ପାରନ୍ତି।
38 ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି।
    ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି।
    ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
39 ଯେତେବେଳେ ପରମେଶ୍ୱରଙ୍କର ଲୋକମାନେ ଛୋଟ ହୋଇଗଲେ
    ଏବଂ ଅତ୍ୟାଗ୍ଭର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
40 ପରମେଶ୍ୱର ସେମାନଙ୍କର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ୟାଗ୍ଭର କରିଥିଲେ।
    ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
41 କିନ୍ତୁ ପରମେଶ୍ୱର ସେହି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ।
    ସେ ସେମାନଙ୍କର ପରିବାରକୁ ମେଷପଲ ତୁଲ୍ୟ ପାଳନ କରନ୍ତି।
42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ
    ଏବଂ ଦୁଷ୍ଟ ଲୋକମାନେ କ’ଣ କହିବା କଥା ତାହା ଜାଣନ୍ତି ନାହିଁ।
43 ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ।
    ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।

ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।

108 ହେ ପରମେଶ୍ୱର,
    ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
    ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
    ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
    ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
    ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
    ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।

ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
    “ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
    ମୁଁ ଶିଖି‌ମ୍‌କୁ ସେମାନଙ୍କୁ ଦେବି।
    ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
    ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
    ଇଦୋମ୍ ମୋର ପାଦୁକା ବହିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
    ଏବଂ ଜୟଧ୍ୱନି କରିବି।”

10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11     କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
    ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
    ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
    ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।

ଗୀତସଂହିତା 33

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 66:1-6

ପରମେଶ୍ୱର ସମସ୍ତ ଗୋଷ୍ଠୀର ବିଗ୍ଭର କରିବେ

66 ସଦାପ୍ରଭୁ ଏହିକଥା କୁହନ୍ତି,
“ସ୍ୱର୍ଗ ଆମ୍ଭର ସିଂହାସନ
    ଓ ପୃଥିବୀ ଆମ୍ଭର ପାଦପୀଠ।
ତୁମ୍ଭେମାନେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରି ପାରିବ
    ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହେବ?
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ।
    ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।”
ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ,
    ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା।
ଯେ ଗୋବଧ କରେ ସେ ନରହତ୍ୟାକାରୀ ପରି ହୁଏ,
    ଯେ ମେଷଶାବକ ବଳିଦାନ କରେ
ଯେ କୁକୁରର ବେକ କାଟିଲା ଲୋକପରି ହୁଏ,
    ଯେ ନୈବେଦ୍ୟ ଉତ୍ସର୍ଗ କରେ,
ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ,
    ଯେ ସୁବାସିତ ଧୂପ ଜଳାଏ,
ସେ ଦେବତାର ଧନ୍ୟବାଦ କରିବା ଲୋକପରି ହୁଏ।
    ସେମାନେ ନିଜ ନିଜ ପଥ ମନୋନୀତ କରିଅଛନ୍ତି।
ସେମାନଙ୍କର ଆତ୍ମା ନିଜର
    ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ।
ମୁଁ ସେମାନଙ୍କ ପ୍ରତି କଠୋର ହେବି ଓ ଆଣିବି ଯାହା ସେମାନେ ଭୟ କରନ୍ତି
    କାରଣ ସେମାନେ ଉତ୍ତର କଲେ ନାହିଁ,
ଯେତେବେଳେ ମୁଁ ସେମାନଙ୍କୁ ଡାକିଲି ଏବଂ ଶୁଣିଲେ ନାହିଁ
    ଯେତେବେଳେ ସେମାନେ କୁହା ହେଲେ।
ସେମାନେ ସବୁକିଛି କଲେ
    ଯାହା ମୋର ଚକ୍ଷୁରେ ମନ୍ଦ ବୋଲି ବୁଝା ହେଲା।
ସେମାନେ ଜିନିଷ ମନୋନୀତ କଲେ,
    ଯାହା ମୁଁ ପସନ୍ଦ କଲି ନାହିଁ।”

ତୁମ୍ଭେ ଯେଉଁ ଦିନ ସଦାପ୍ରଭୁଙ୍କ ବାକ୍ୟରେ କମ୍ପିତ ହେଉଅଛ,
    ତାଙ୍କର ବାକ୍ୟ ଶୁଣ।
“ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି
    ଓ ଆମ୍ଭର ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି;
ସେମାନେ କହି ଅଛନ୍ତି, ‘ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା,
    ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହୁଅନ୍ତୁ,’
    ମାତ୍ର ସେମାନେ ଲଜ୍ଜିତ ହେବେ।”

ଶାସ୍ତି ଓ ଏକ ନୂତନ ଗୋଷ୍ଠୀ

ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ୱର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:6-21

ଯଦି ଜଣେ ଲୋକ ତା’ ପାଖରେ ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହେ, ତା’ହେଲେ ପ୍ରକୃତରେ ପରମେଶ୍ୱରଙ୍କ ସେବା ଦ୍ୱାରା ସେହି ଲୋକ ବହୁତ ଧନୀ ହୋଇଯାଏ। ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ। ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା। ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। 10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।

କେତୋଟି ମନେ ରଖିବା କଥା

11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। 12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।

17 ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି। 18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। 19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।

20 ତୀମଥି, ପରମେଶ୍ୱର ତୁମ୍ଭ ଉପରେ ଅନେକ ବିଷୟର ଭାର ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ୱରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ସତ୍ୟ ବିରୁଦ୍ଧରେ ଯୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ଏହାକୁ ସେମାନେ ମିଛରେ “ଜ୍ଞାନ” ବୋଲି କହିଥା’ନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ। 21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି।

ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।

ମାର୍କ ଲିଖିତ ସୁସମାଗ୍ଭର 12:35-44

ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର(A)

35 ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ,

‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ:
ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ,
    ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’(B)

37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।

ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ(C)

38 ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ। 39 ସମାଜଗୃହରେ ସେମାନେ ମହତ୍ତ୍ୱପୂର୍ଣ୍ଣ ଆସନରେ ବସିବାକୁ ଭଲ ପାଆନ୍ତି। ଭୋଜିରେ ସେମାନେ, ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ପାଇବାକୁ ଭଲ ପାଆନ୍ତି। 40 ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”

ଏକ ବିଧବାର ପ୍ରକୃତ ଦାନ(D)

41 ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ। 42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।

43 ତା’ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି। 44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା’ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center