Book of Common Prayer
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
2 ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
ଦାରା ଓ ବୀଣା ବାଦନ କରି।
4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
ସେ ସେମାନଙ୍କୁ ରକ୍ଷା କଲେ।
5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।
6 ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ।
7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
2 ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
3 ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
ଯର୍ଦ୍ଦନ ନଦୀ ଉଜାଣି ବହିଲା।
4 ପର୍ବତଗଣ ମେଷପରି ଡେଇଁଲେ।
ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।
5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?
7 ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
ସମ୍ମୁଖରେ କମ୍ପିତ ହୁଅ।
8 ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
ଓ ପରମେଶ୍ୱର ଚକ୍ମକି ପଥରରୁ ନିର୍ଝର ବୁହାଇଲେ।
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସର୍ବଦା ପରମେଶ୍ୱରଙ୍କୁ ପ୍ରେମ କର ଓ ତାଙ୍କର ଆଜ୍ଞା ପାଳନ କର
6 “ଏହିସବୁ ଆଜ୍ଞା, ବ୍ୟବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦେବା ପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମୋତେ କହିଲେ। ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେଦି ଦେଶରେ ତୁମ୍ଭେମାନେ ଏହି ବ୍ୟବସ୍ଥା ପାଳନ କରିବା ଉଚିତ୍। 2 ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ। 3 ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ।
4 “ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି। 5 ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। 6 ଏବଂ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭେମାନେ ତାହାକୁ ଆପଣା ହୃଦୟରେ ରଖିବ। 7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। 8 ଆଉ ତୁମ୍ଭେ ସେଗୁଡ଼ିକୁ ଚିହ୍ନ ରୂପେ ନିଜ ହସ୍ତରେ ଓ ତୁମ୍ଭ କପାଳରେ ବାନ୍ଧିବା ଉଚିତ୍। 9 ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
18 ତୁମ୍ଭେମାନେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇସ୍ରାଏଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭେମାନେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭେମାନେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ। 19 ସେଠାରେ ତୂରୀର ଧ୍ୱନି, ଏବଂ ଶବ୍ଦ ଉଚ୍ଚାରଣ ଧ୍ୱନି ନାହିଁ। ଯେତେବେଳେ ଲୋକେ ସେ ଧ୍ୱନି ଶୁଣିଲେ, ସେମାନେ ପ୍ରାର୍ଥନା କଲେ ଯେ, ଅନ୍ୟ କୌଣସି ଶବ୍ଦ ଯେପରି ନ ଶୁଣନ୍ତି। 20 ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା’ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।” [a] 21 ସେହି ଲୋକମାନେ ଯାହା ଦେଖିଲେ, ସେଗୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମୋଶା କହିଥିଲେ: “ମୁଁ ଭୟରେ ଥରୁଛି।” [b]
22 କିନ୍ତୁ ତୁମ୍ଭେମାନେ ସେହିପରି ଜାଗାକୁ ଆସିନାହଁ। ତୁମ୍ଭେମାନେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସିୟୋନ ପର୍ବତ। [c] ତୁମ୍ଭେମାନେ ଜୀବନ୍ତ ପରମେଶ୍ୱରଙ୍କ ନଗରୀକୁ ଆସିଛ, ସ୍ୱର୍ଗୀୟ ଯିରୁଶାଲମକୁ ଆସିଛ। ତୁମ୍ଭେମାନେ ଏକତ୍ରିତ ହୋଇଥିବା ଓ ଆନନ୍ଦରେ ପରିପୂର୍ଣ୍ଣ ହଜାର ହଜାର ସ୍ୱର୍ଗଦୂତଙ୍କ ପାଖରେ ଆସି ପହଞ୍ଚିଛ। 23 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ [d] ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ। 24 ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ [e] ନିକଟକୁ ଆସିଛ।
25 ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ। 26 ଆଗରୁ ଯେତେବେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, “ଆଉ ଥରେ ମୁଁ କମ୍ପାଇବି କେବଳ ପୃଥିବୀକୁ ନୁହେଁ ବରଂ ମୁଁ ସ୍ୱର୍ଗକୁ ମଧ୍ୟ କମ୍ପାଇବି।” [f] 27 “ଆଉ ଥରେ” କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହୋଇଥିଲା, ସେ ସବୁ ନଷ୍ଟ ହୋଇ ଯିବ। ସେହିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟ ଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସେଗୁଡ଼ିକ ରହିବେ।
28 ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା। 29 କାରଣ ଆମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।
24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା’ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ। 25 ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ। 26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।
ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ
27 “ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି। 28 ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।”
ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”
29 ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।
କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”
30 ଯୀଶୁ ଲୋକମାନଙ୍କୁ କହିଲେ, “ସେହି ବାଣୀ ତୁମ୍ଭ ପାଇଁ ଥିଲା, ମୋ’ ପାଇଁ ନୁହେଁ। 31 ବର୍ତ୍ତମାନ ଜଗତର ବିଗ୍ଭରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡ଼ିତ ହେବାର ଏହା ହେଉଛି ସମୟ। 32 ମୁଁ ଜଗତରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି। ଯେତେବେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମୋ’ ନିକଟକୁ ନେଇ ଯିବି।”
2010 by World Bible Translation Center