Book of Common Prayer
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି।
କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର।
କାରଣ ତୁମ୍ଭେ ମହାନ।
12 ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ,
ତା’ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।
13 ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ
ଓ ତା’ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।
14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି।
ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।
15 ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ।
ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।
16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ।
ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ।
17 ମୋତେ ବିପଦରୁ ମୁକ୍ତ କର।
ମୋର ସମସ୍ୟାର ସମାଧାନରେ ସହାୟକ ହୁଅ।
18 ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର।
ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।
19 ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ।
ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।
20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର।
ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି।
ତେଣୁ ମୋତେ ନିରାଶ କର ନାହିଁ।
21 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
22 ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ
ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ବେନ୍ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ।
9 ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ।
ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
2 ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ।
ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
3 ଯେତେବେଳେ ସେମାନେ ମୋ’ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ,
ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।
4 ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ।
ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ।
ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା’ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
5 ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ।
ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ।
ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ।
ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
6 ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି।
ହେ ସଦାପ୍ରଭୁ ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ।
ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ।
ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।
7 କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ,
ସେ ତାହଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି।
ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
8 ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି।
ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
11 ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
ସେମାନେ ମନ୍ଦ ଲୋକ ଅଟନ୍ତି।
ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି।
-ସେଲା-
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
10 “ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକୁ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗୁଡ଼ିକ ସହିତ ଏହା ତୁମ୍ଭମାନଙ୍କୁ ଦେବେ, ଯେଉଁଗୁଡ଼ିକ ତୁମ୍ଭେମାନେ ନିର୍ମାଣ କରି ନାହଁ ଏବଂ ଯେଉଁଗୁଡ଼ିକ ବୃହତ ଓ ସୁନ୍ଦର ଅଟେ। 11 ଉତ୍ତମ ସାମଗ୍ରୀରେ ପରିପୂର୍ଣ୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, କୂଅସବୁ ଯାହା ତୁମ୍ଭେ ଖୋଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ଯାହାକୁ ତୁମ୍ଭେମାନେ ରୋପଣ କଲ ନାହିଁ, ସେଗୁଡ଼ିକ ତୁମ୍ଭେମାନେ ଭୋଗ କରି ତୃପ୍ତ ହେବ।
12 “ସେତେବେଳେ ତୁମ୍ଭେମାନେ ନିଶ୍ଚିତ ସାବଧାନ ହେବା ଉଚିତ୍ ଯେ, ଯିଏ ତୁମ୍ଭମାନଙ୍କୁ ଦାସ୍ୟଗୃହରୂପ ମିଶରରୁ ମୁକ୍ତ କରି ଆଣିଛନ୍ତି। ତୁମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୂଲିଯାଅ ନାହିଁ। 13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ। 14 ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍ଗାମୀ ହେବ ନାହିଁ। 15 ତୁମ୍ଭେମାନେ ଯଦି ଏପରି କର, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଦେଶରୁ ତୁମ୍ଭକୁ ବିନାଶ କରିବେ। କାରଣ ତୁମ୍ଭ ମଧ୍ୟରେ ଥିବା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ମହିମା ବଜାୟ ରଖିବା ପାଇଁ ଈର୍ଷାପରାୟଣ ଅଟନ୍ତି।
ପରମେଶ୍ୱର ନିଜ ପୁତ୍ର ମାଧ୍ୟମରେ କଥା କହିଛନ୍ତି
1 ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ। 2 କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି। 3 ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା’ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ। 4 ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।
5 ଆହୁରି ମଧ୍ୟ ସେ କୌଣସି ସ୍ୱର୍ଗଦୂତଙ୍କୁ କହି ନ ଥିଲେ ଯେ:
“ତୁମ୍ଭେ ମୋର ପୁତ୍ର;
ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” (A)
ପୁନର୍ବାର ପରମେଶ୍ୱର କୌଣସି ସ୍ୱର୍ଗଦୂତକୁ ଏହା କହି ନାହାନ୍ତି ଯେ,
“ମୁଁ ତା’ର ପିତା ହେବି,
ସେ ମୋର ପୁତ୍ର ହେବ।” (B)
6 ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି:
“ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।” [a]
7 ନିଜର ସ୍ୱର୍ଗଦୂତମାନଙ୍କ ବିଷୟରେ ପରମେଶ୍ୱର କହିଛନ୍ତି:
“ପରମେଶ୍ୱର ଆପଣା ସ୍ୱର୍ଗଦୂତମାନଙ୍କୁ ବାୟୁସ୍ୱରୂପ କରନ୍ତି,
ଓ ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ୱରୂପ କରନ୍ତି।” (C)
8 କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି:
“ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ,
ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ
9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର।
ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା
ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।” (D)
10 ପରମେଶ୍ୱର ଏହା ମଧ୍ୟ କହନ୍ତି:
“ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ,
ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ୟସ୍ଥାୟୀ।
ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହୋଇଯିବ।
12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ
ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ।
କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ,
ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।” (E)
13 ପରମେଶ୍ୱର କେବେ ହେଲେ କୌଣସି ସ୍ୱର୍ଗଦୂତକୁ କହିଛନ୍ତି କି ଯେ:
“ଯେତେବେଳ ପର୍ଯ୍ୟନ୍ତ ମୁଁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ତୁମ୍ଭ କର୍ତ୍ତୃତ୍ୱରେ ନ ଆଣିଛି,
ସେ ପର୍ଯ୍ୟନ୍ତ ମୋ’ ଡାହାଣରେ ବସିଥାଅ।” (F)
14 ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।
ଯୀଶୁଙ୍କର ଜଗତରେ ଆବିର୍ଭାବ
1 ଜଗତ ଆରମ୍ଭର ପୂର୍ବରୁ ବାକ୍ୟ [a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। 2 ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। 3 ତାହାଙ୍କ [b] ଦ୍ୱାରା ସବୁକିଛି ସୃଷ୍ଟି ହୋଇଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। 4 ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା। 5 ସେହି ଆଲୋକ ଅନ୍ଧକାରରେ ଆଲୋକିତ ହୁଏ। କିନ୍ତୁ ଅନ୍ଧକାର ଆଲୋକକୁ ଲୋପ କରି ପାରି ନାହିଁ।
6 ଯୋହନ [c] ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ। 7 ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟରେ ଶୁଣିପାରିଲେ ଓ ବିଶ୍ୱାସ କରି ପାରିଲେ। 8 ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। 9 ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
10 ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ, 12 ଯେଉଁ ଅଳ୍ପ କେତେକ ଲୋକ ତାହାଙ୍କୁ ଗ୍ରହଣ କଲେ, ସେମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କଲେ, ସେ ସେମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ପ୍ରଦାନ କଲେ, 13 ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସେମାନେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନ କରି ପରମେଶ୍ୱରଙ୍କଠାରୁ ଜନ୍ମ ହୋଇଥିଲେ।
14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। 15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ। ସେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ଠାରୁ ବହୁତ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ।‘”
16 ‘ବାକ୍ୟ’ ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ। 17 ମୋଶାଙ୍କ ଦ୍ୱାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। 18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦେଖାଇ ଦେଇଛନ୍ତି।
2010 by World Bible Translation Center