Book of Common Prayer
ଦାଉଦଙ୍କର ଗୀତ।
37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
3 ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
6 ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
8 କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
9 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
ଓ ସେମାନେ ଶାନ୍ତି ଉପଭୋଗ କରିବେ।
12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି। 7 କାରଣ ତୁମ୍ଭେମାନେ ଅନ୍ୟ ଜାତିଗଣ ଅପେକ୍ଷା ଅଧିକ ସଂଖ୍ୟକ, ତାହା ନୁହଁ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କଲେ ଓ ମନୋନୀତ କଲେ। କାରଣ ତୁମ୍ଭେମାନେ ସମସ୍ତ ଲୋକ ଅପେକ୍ଷା ସବୁଠୁ କମ୍ ଥିଲ। 8 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ୱରୁ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ରକ୍ଷା କଲେ।
9 “ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ। 10 କିନ୍ତୁ ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି। ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ। ସେ ତାହାର ସମ୍ମୁଖରେ ପରିଶୋଧ କରିବେ। 11 ଏଥିପାଇଁ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଓ ବିଧି ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କର।
1 ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। 2 ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ। 3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।
4 ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି।
ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ
5 ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। 6 ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। 7 ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। 8 ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। 9 ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।
10 ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି। 11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି। 12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟଦ୍ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।” 13 ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା’ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ। 14 ତା’ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।
15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି। 16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।
ଯୀଶୁ, ପରମେଶ୍ୱରଙ୍କ ମେଷଶାବକ
29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି। 30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ’ଠାରୁ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ, ସେ ସର୍ବଦା ରହିଛନ୍ତି।’ 31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଯେପରି ଜାଣି ପାରିବ ଯେ ଯୀଶୁ ଖ୍ରୀଷ୍ଟ [a] ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”
32-33 ତା’ପରେ ଯୋହନ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠେଇଥିଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେହି ବ୍ୟକ୍ତି ଯେକି ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି। 34 ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”
2010 by World Bible Translation Center