Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 63

ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।

63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
    ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
    ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
    ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
    ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
    ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
    ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
    ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
ମୁଁ ତୁମ୍ଭଠାରେ ଲାଗିରହେ।
    ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।

କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
    କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
    ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖ‌ଡ଼୍‌ଗରେ ହତ୍ୟା କରାଯିବ।
    ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
    ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।

ଗୀତସଂହିତା 98

ଏକ ପ୍ରଶଂସାର ଗୀତ।

98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
    କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
    ତାଙ୍କୁ ଆଉଥରେ ଗୌରବ ଆଣିଛି।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
    ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
    ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
    ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
    ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
ବଂଶୀ ବଜାଅ ଓ ତୂରୀ ଫୁଙ୍କ।
    ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
    ସମସ୍ତେ ଗାନ କର।
ନଦନଦୀଗଣ କରତାଳି ଦିଅ!
    ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
    କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
    ବିଗ୍ଭର ଓ ନ୍ୟାୟ କରିବେ।

ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ବିବରଣ 8:1-10

ସଦାପ୍ରଭୁଙ୍କୁ ସ୍ମରଣ କର

“ଯାହା ମୁଁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭେମାନେ ମୋର ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭେମାନେ ବଞ୍ଚିବା ପାଇଁ ଓ ବୃଦ୍ଧି ହେବା ପାଇଁ ଓ ସେହି ସ୍ଥାନରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି। ଆଉ ତୁମ୍ଭେମାନେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଗ୍ଭଳିଶ୍ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନେବା ପାଇଁ ତୁମ୍ଭେମାନେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି। ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। ଏହି ଗ୍ଭଳିଶ୍ ବର୍ଷ ତୁମ୍ଭମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭମାନଙ୍କର ପାଦ ଫୁଲିଲା ନାହିଁ। ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା’ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି।

“ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଦେଶ ମାନି ପାଳନ କରିବ ଓ ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ। ଏହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ଅଟେ। ସେହି ଦେଶ ମଧ୍ୟ ଜୀତତୈଳ ଓ ମଧୁମୟ ଅଟେ। ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ। 10 ଆଉ ତୁମ୍ଭେମାନେ ସେଠାରେ ଖାଦ୍ୟରେ ତୃପ୍ତ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ୟବାଦ କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:17-31

17 ଖ୍ରୀଷ୍ଟ ମୋତେ ଲୋକମାନଙ୍କୁ ଡୁବନ କରିବା ଦାୟିତ୍ୱ ଦେଇ ନ ଥିଲେ। ସେ ମୋତେ ସୁସମାଗ୍ଭର ପ୍ରଗ୍ଭର କରିବା ଦାୟିତ୍ୱ ଦେଇ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତାରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କରିବାକୁ ଖ୍ରୀଷ୍ଟ ମୋତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶରେ ଥିବା ମହାଶକ୍ତି ବ୍ୟର୍ଥ ହୋଇଯିବ।

ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ

18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ। 19 ଶାସ୍ତ୍ରରେ ଲେଖା ଅଛି:

“ମୁଁ ଜ୍ଞାନୀମାନଙ୍କର ଜ୍ଞାନକୁ ନଷ୍ଟ କରିଦେବି।
    ବୁଦ୍ଧିମାନ ଲୋକମାନଙ୍କର ବୁଦ୍ଧିକୁ ମୂଲ୍ୟହୀନ କରିବି।” (A)

20 ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି। 21 ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।

22 ଯିହୂଦୀୟମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହାନ୍ତି, ଓ ଗ୍ରୀକ୍‌ମାନେ ଜ୍ଞାନ ଗ୍ଭହାନ୍ତି। 23 କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ। 24 କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ଉଭୟ ଯିହୂଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ୱରଙ୍କ ଶକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ସ୍ୱରୂପ ଅଟନ୍ତି। 25 ଏପରିକି ପରମେଶ୍ୱରଙ୍କ ‘ମୂର୍ଖତା’ ମନୁଷ୍ୟର ଜ୍ଞାନଠାରୁ ଅଧିକ ଶକ୍ତିଯୁକ୍ତ। ସେହିପରି ପରମେଶ୍ୱରଙ୍କ ଦୁର୍ବଳତା ମନୁଷ୍ୟର ଶକ୍ତିଠାରୁ ଅଧିକ ଶକ୍ତିଯୁକ୍ତ।

26 ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କଲେ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରୁ ଅଳ୍ପ କେତେକ ଜାଗତିକ ଭାବରେ ଜ୍ଞାନୀ ଥିଲ, ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲ ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍ କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ। 27 କିନ୍ତୁ ପରମେଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ଦୁର୍ବଳ ବିଷୟ ଗୁଡ଼ିକୁ ମନୋନୀତ କଲେ। 28 ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ। 29 ପରମେଶ୍ୱରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗରେ ଗର୍ବ କରି ପାରିବ ନାହିଁ। 30 କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ। 31 ଶାସ୍ତ୍ରରେ ଏହିପରି ଲେଖାଅଛି: “ଯଦି କାହାର ଗର୍ବ କରିବାକୁ ଥାଏ। ତା’ହେଲେ ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।” [a]

ମାର୍କ ଲିଖିତ ସୁସମାଗ୍ଭର 2:18-22

ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ(A)

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି। 20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। 22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center