Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:49-72

ସୟିନ୍

49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
    ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
    ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
    କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
    ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
    ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
    ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
    ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।

ହେତ୍

57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
    ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
    ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
    ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
    ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
    ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।

ଟେଟ୍

65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
    ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
    ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
    ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
    ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
    ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
    ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

ଗୀତସଂହିତା 49

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

49 ହେ ଜାତିଗଣ ସମୂହ ଶୁଣ,
    ହେ ପୃଥିବୀବାସୀ ଲୋକମାନେ ଶୁଣ,
    ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
    ଓ ବୁଦ୍ଧିମାନର କଥା କହିବି।
ମୁଁ ସେ ସବୁ ଯେ ଶୁଣି ଅଛି
    ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।

ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
    ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
    କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
    କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
    ତା’ର ଜୀବନକୁ ପ୍ରାୟାଶ୍ଚିତ କରି ପାରିବ।
କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
    ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା’ର ଶରୀରକୁ ରକ୍ଷା କରି ପାରିବ,
    ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
    ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
    ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
    କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
    ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
    ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
    ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା’ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
    ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
    ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।

15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
    ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ।

16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
    ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
    ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
    ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା’ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
    ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
    ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।

ଗୀତସଂହିତା 53

ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।

53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
    ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
    ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
    ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
    ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
    ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
    ନାଁ, ଜଣେ କେହି ନାହିଁ!

ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
    ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
    ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”

କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
    ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
    ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
    ସେତେବେଳେ ଯାକୁବ ଆନନ୍ଦିତ ହେବେ
    ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

ଦ୍ୱିତୀୟ ବିବରଣ 9:13-21

13 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ। 14 ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’

ସୁବର୍ଣ୍ଣ ବାଛୁରି

15 “ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜଳୁଥିଲା। ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳ ମୋର ଦୁଇ ହସ୍ତରେ ଥିଲା। 16 ଆଉ ମୁଁ ଦେଖିବାକୁ ପାଇଲି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଅଛ। ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ। 17 ତେଣୁ ମୁଁ ସେହି ପ୍ରସ୍ତରଫଳକ ଦ୍ୱୟକୁ ତଳେ ଫିଙ୍ଗି ଦେଲି ଏବଂ ତାହା ତୁମ୍ଭମାନଙ୍କ ସମ୍ମୁଖରେ ଭାଙ୍ଗିଗଲା। 18 ତୁମ୍ଭେମାନେ କରିଥିବା ପାପର ପ୍ରାୟଶ୍ଚିତ କରିବା ପାଇଁ ଯାହାକି ସଦାପ୍ରଭୁଙ୍କୁ କ୍ରୋଧିତ କଲା, ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁଁ ଅନ୍ନ ଭୋଜନ କିଅବା ଜଳପାନ କଲି ନାହିଁ। 19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୟ କଲି, ମାତ୍ର ସଦାପ୍ରଭୁ ସେଥିରେ ମଧ୍ୟ ମୋର କଥା ଶୁଣିଲେ। 20 ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ, ମୁଁ ସେ ସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି। 21 ମୁଁ ତୁମ୍ଭମାନଙ୍କର ପାପପୂର୍ଣ୍ଣ ବସ୍ତୁକୁ ଦ‌‌ଗ୍‌‌ଧ କଲି। ତୁମ୍ଭେମାନେ ଛାଞ୍ଚରେ ଢଳାଇଥିବା ବାଛୁରିକୁ ଅଗ୍ନିରେ ଦ‌‌ଗ୍‌‌ଧ କଲି। ତା’ପରେ ମୁଁ ଏହାକୁ ଚୂର୍ଣ୍ଣ କଲି ଏବଂ ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ମୁଁ ଏହାକୁ ଦଳିଲି। ତା’ପରେ ଢାଞ୍ଚା ନିର୍ମିତ ବାଛୁରିର ଭସ୍ମକୁ ଜଳସ୍ରୋତରେ ନିକ୍ଷେପ କଲି। ଯାହା ପର୍ବତରୁ ଆସୁଥିଲା।

ଏବ୍ରୀ 3:12-19

12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ। 13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। 14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। 15 ଏହା ହିଁ ଶାସ୍ତ୍ର ମଧ୍ୟ କୁହେ:

“ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ,
    ତା’ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।” (A)

16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। 17 ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ। 18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।

ଯୋହନ ଲିଖିତ ସୁସମାଗ୍ଭର 2:23-3:15

23 ଯୀଶୁ ନିସ୍ତାରପର୍ବ ପାଇଁ ଯିରୁଶାଲମରେ ଥିଲେ। ଅନେକ ଲୋକ ତାହାଙ୍କ ଉପରେ ବିଶ୍ୱାସ କରିଲେ। କାରଣ ସେମାନେ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ଦେଖିଲେ। 24 କିନ୍ତୁ ଯୀଶୁ ସେମାନଙ୍କୁ ଭରସା କଲେ ନାହିଁ କାରଣ ସେ ସେହି ଲୋକମାନଙ୍କର ମନର ଭାବନା ଜାଣିଥିଲେ। 25 ମନୁଷ୍ୟର ମନ ଭିତରେ କ’ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ ବୁଝେଇବା କାହାରି ଦରକାର ନ ଥିଲା।

ଯୀଶୁ ଓ ନୀକଦୀମ

ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ୟ ନେତା ଥିଲେ। ସେ ଦିନେ ରାତ୍ରିରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, “ହେ ଗୁରୁ, ଆମ୍ଭେ ଜାଣିଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ୱରଙ୍କ ଦ୍ୱାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛ, ସେ ଗୁଡ଼ିକ ପରମେଶ୍ୱରଙ୍କ ସାହାଯ୍ୟ ନ ପାଇ କେହି କରି ପାରିବେ ନାହିଁ।”

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”

ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”

ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ। ଜଣେ ଲୋକର ଶରୀର ତା’ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ। ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’ ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”

ନୀକଦୀମ ପଗ୍ଭରିଲେ, “ଏସବୁ କିପରି ସମ୍ଭବ ହୋଇ ପାରିବ?”

10 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ? 11 ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ। 12 ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। ମୁଁ ଯଦି ତୁମ୍ଭକୁ ସ୍ୱର୍ଗ ବିଷୟରେ କହିବି, ତେବେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ୱାସ କରିବ ନାହିଁ। 13 ମନୁଷ୍ୟପୁତ୍ର [a] କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।

14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। [b] ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ। 15 ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center