Book of Common Prayer
ଶଲୋମନଙ୍କର ଗୀତ।
72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
8 ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
9 ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।
ଇୟୂଦ୍
73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
କଫ୍
81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
ଇସ୍ରାଏଲ ଓ ଯିହୁଦା ଦୁଇ ବିଶ୍ୱାସଘାତିନୀ ଭଉଣୀ
6 ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି। 7 ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା। 8 ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା। 9 ଯିହୁଦା ବେଖାତିରି କରି ବ୍ୟଭିଗ୍ଭର କଲା ଓ ଦେଶକୁ ‘ଅଶୁଚି’ କଲା। ଆଉ ସେ ମଧ୍ୟ କାଠ ଓ ପଥର ସଙ୍ଗେ ବ୍ୟଭିଗ୍ଭର କଲା। 10 ଏସବୁ ସତ୍ତ୍ୱେ ଇସ୍ରାଏଲର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କେବଳ ଛଳନା କଲା।” ଏହା ସଦାପ୍ରଭୁ କହନ୍ତି।
11 ଆଉ ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦେଖାଇଅଛି। 12 ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ଯାଇ ଏହି କଥା ପ୍ରଗ୍ଭର କର ଏବଂ କୁହ,
“‘ହେ ବିପଥଗାମିନୀ ଇସ୍ରାଏଲ,
ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେରି ଆସ,
ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ।
ଆମ୍ଭେ ଦୟାବାନ,’
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’
13 ସଦାପ୍ରଭୁ କହନ୍ତି, “ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ,
ତୁମ୍ଭେ ଭୁଲ୍ କରିଛ,
ତୁମ୍ଭେ ବିଦେଶୀମାନଙ୍କ ପାଖକୁ ଯାଇ
ଏବଂ ସେମାନଙ୍କ ସହିତ
ପ୍ରତ୍ୟେକ ହରିତ୍ ବୃକ୍ଷତଳେ ବେଶ୍ୟାବୃତ୍ତି କରି
ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ।”
ତୁମ୍ଭେ ମୋର କଥା ମାନିଲ ନାହିଁ।
14 ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା। 15 ତା’ପରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦେବା, ଯେଉଁମାନେ କି ଆମ୍ଭ ପ୍ରତି ଅତ୍ୟନ୍ତ ବିଶ୍ୱସ୍ତ ହେବେ। ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚଳାଇବେ। 16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।”
“ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ। 17 ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ। 18 ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”
28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ। 29 ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି। 30 ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି। 31 ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ। 32 ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।
ପରମେଶ୍ୱର ବିଗ୍ଭର କରନ୍ତୁ
2 ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା’ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ। 2 ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ। 3 ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। 4 ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
5 କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। 6 ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ। 7 କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। 9 ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ । ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।
ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ
5 ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। 2 ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। 3 ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। 4 [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। 5 ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। 6 ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ସୁସ୍ଥ ହେବାକୁ ଗ୍ଭହଁ?”
7 ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”
8 ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” 9 ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।
ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”
11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”
12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”
13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।
14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”
15 ତା’ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।
16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। 17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”
18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”
2010 by World Bible Translation Center