Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
ଶାନ୍ତି ପାଇଁ କାର୍ଯ୍ୟ କର।
ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
9 ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି,
“ଦ୍ରାକ୍ଷା ସଂଗ୍ରହ କଲାପରି
ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର:
ଏହାର ଶାଖାରେ ହାତ ବୁଲାଅ।”
10 ମୁଁ କାହାକୁ କହିବି?
କାହାକୁ ମୁଁ ସତର୍କ କରିବି?
କିଏ ବା ମୋ’ କଥା ଶୁଣିବ?
ଇସ୍ରାଏଲର ଲୋକମାନେ ସେମାନଙ୍କର କର୍ଣ୍ଣ ବନ୍ଦ କରିଛନ୍ତି,
ତେଣୁ ସେମାନେ ମୋ’ କଥା ଶୁଣି ପାରନ୍ତି ନାହିଁ।
ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ।
ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ।
11 ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି
ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି!
“ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ
ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ,
କାରଣ ସ୍ୱାମୀ, ସ୍ତ୍ରୀ,
ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।
12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର
ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।”
କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ
ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।”
13 “ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ।
ଆଉ ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ
ପ୍ରତ୍ୟେକ ମିଥ୍ୟାଗ୍ଭରୀ।
14 ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି,
ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
ଏଠାରେ ‘ଶାନ୍ତି’ ଅଛି,
ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ।
15 ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି।
ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।”
ତେଣୁ ସଦାପ୍ରଭୁ କହନ୍ତି,
“ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ
ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ
ସେମାନେ ନିପାତିତ ହେବେ।”
ନିଜ ଶରୀରକୁ ପରମେଶ୍ୱରଙ୍କ ମହିମାରେ ଲଗାଅ
12 “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି।” କିନ୍ତୁ ପ୍ରତ୍ୟେକ ବିଷୟ ଭଲ ନୁହେଁ। “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି” କିନ୍ତୁ ମୋ’ ଉପରେ କର୍ତ୍ତୃତ୍ୱ କରିବାକୁ ମୁଁ କାହାକୁ ଦେବି ନାହିଁ। 13 “ଖାଦ୍ୟ ପେଟ ପାଇଁ ଓ ପେଟ ଖାଦ୍ୟ ପାଇଁ ଅଟେ।” ଏ କଥା ଠିକ୍, କିନ୍ତୁ ପରମେଶ୍ୱର ଏ ଦୁହିଁକୁ ନାଶ କରିବେ। ଶରୀର ଯୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି। 14 ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁତ୍ଥିତ କରିବେ। 15 ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା’ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ। 16 ଶାସ୍ତ୍ରରେ ଲେଖାଅଛି “ଉଭୟ ଏକ ହେବେ।” [a] ଅତଏବ ତୁମ୍ଭେମାନେ ଜାଣିବା ଉଚିତ୍ ଯେ ବେଶ୍ୟାଗମନ କରୁଥିବା ଜଣେ ଲୋକ ଶାରୀରିକ ଭାବରେ ତା’ ସହିତ ଏକ ହୁଏ। 17 କିନ୍ତୁ ଯେଉଁ ଲୋକ ପ୍ରଭୁଙ୍କ ସଙ୍ଗରେ ରହେ ସେ ଆତ୍ମାରେ ତାହାଙ୍କ ସହିତ ଏକ ହୁଏ।
18 ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ। 19 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ। 20 କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।
ଯୀଶୁ ଜଣେ ଲୋକକୁ ଦୁଷ୍ଟାତ୍ମା କବଳରୁ ମୁକ୍ତକଲେ(A)
5 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ। 2 ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। 3 ସେ ଲୋକଟି କବର ମଧ୍ୟରେ ରହୁଥିଲା। ତାହାକୁ କେହି ହେଲେ ବାନ୍ଧି ପାରୁ ନ ଥିଲେ। ଏପରିକି ଶିକୁଳିରେ ମଧ୍ୟ ତାକୁ ବାନ୍ଧି ପାରୁ ନ ଥିଲେ। 4 କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ। 5 ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା।
6 ଲୋକଟି ଯୀଶୁଙ୍କୁ ଦୂରରୁ ଦେଖି ତାହାଙ୍କ ପାଖକୁ ଧାଇଁ ଆସିଲା ଓ ପ୍ରଣାମ କରି ତାହାଙ୍କ ଆଗରେ ପଡ଼ିଗଲା। 7-8 ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”
9 ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭ ନାମ କ’ଣ?”
ଲୋକଟି କହିଲା, “ମୋ’ ନାମ ଲିଜନ [a] ବା ବାହିନୀଭୂତ। କାରଣ ଆମ୍ଭେ ଅନେକ।” 10 ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।
11 ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା। 12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।” 13 ଯୀଶୁ ସେମାନଙ୍କୁ ଏପରି କରିବାକୁ ଅନୁମତି ଦେଇଦେଲେ। ତା’ପରେ ଦୁଷ୍ଟାତ୍ମାମାନେ ସେହି ଲୋକଟି ଦେହରୁ ବାହାରି ଘୁଷୁରିମାନଙ୍କ ଦେହରେ ପଶିଗଲେ। ସେହି ଘୁଷୁରି ପଲରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ଼ କଡ଼କୁ ଖୁବ୍ ବେଗରେ ଧାଇଁଲେ ଓ ହ୍ରଦ ଭିତରେ ପଡ଼ି ଗଲେ। ସବୁତକ ଘୁଷୁରି ପାଣିରେ ବୁଡ଼ିଗଲେ।
14 ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ। 15 ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ [b] ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ। 16 ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା [c] ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ। 17 ତା’ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।
18 ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା। 19 କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”
20 ତେଣୁ ସେ ଗ୍ଭଲିଗଲା ଓ ଦେକାପଲି [d] ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
2010 by World Bible Translation Center