Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ।
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
Jeremiah’s Temple Sermon
7 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ।
“‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ। 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, “ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଥିବା ଲୋକମାନଙ୍କୁ ବିଶ୍ୱାସ କର ନାହିଁ।” 5 ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ। 6 ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, 7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା।
8 “‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ। 9 ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ? 10 ତୁମ୍ଭେମାନେ ଯଦି ଏହିସବୁ ଦୁଷ୍କର୍ମ କର, ତେବେ ତୁମ୍ଭେମାନେ କ’ଣ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ କହିପାରିବ, “ଆମ୍ଭେମାନେ ଉଦ୍ଧାର ପାଇଲୁଁ?” ଏତେସବୁ ଘୃଣ୍ୟ କର୍ମ କଲାପରେ ମଧ୍ୟ ଏହା କହିପାରିବ? 11 ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।
12 “‘ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମରେ ଖ୍ୟାତ ଶୀଲୋସ୍ଥିତ ଗୃହକୁ ଯାଅ। ସେଠାରେ ଦେଖ ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ଯୋଗୁଁ ଆମ୍ଭେ ସେମାନଙ୍କ ପ୍ରତି କ’ଣ କରୁଅଛୁ।” 13 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ। 14 ତେଣୁ ଆମ୍ଭ ନାମରେ ଖ୍ୟାତ ଯିରୁଶାଲମର ମନ୍ଦିରକୁ ଧ୍ୱଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭେମାନେ ଯେଉଁ ଗୃହପ୍ରତି ବିଶ୍ୱାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସେହି ଗୃହକୁ ଆମ୍ଭେ ଉଚ୍ଛିନ୍ନ କରିବା। 15 ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’
ଅବ୍ରହାମଙ୍କର ଉଦାହରଣ
4 ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? 2 ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। 3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]
4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। 5 କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। 6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:
7 “ଲୋକେ ପ୍ରକୃତରେ ଧନ୍ୟ,
ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,
ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!
8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)
9 ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।
ଯିରୁଶାଲମରେ ଯୀଶୁଙ୍କର ଉପଦେଶ
14 ପର୍ବ ପ୍ରାୟ ଅଧାଅଧି ଶେଷ ହୋଇଯାଇଥିଲା। ତା’ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦେବାରେ ଲାଗିଲେ। 15 ଯିହୂଦୀମାନେ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ ଲୋକ କେବେ ବିଦ୍ୟାଳୟରେ ପଢ଼ି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?”
16 ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି। 17 ପରମେଶ୍ୱର ଯାହା ଗ୍ଭହାନ୍ତି ଯଦି କୌଣସି ବ୍ୟକ୍ତି ସେହି ଅନୁଯାୟୀ କାର୍ଯ୍ୟ କରେ, ମୋର ଉପଦେଶ ପରମେଶ୍ୱରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣି ପାରିବ। ସେ ବ୍ୟକ୍ତି ଜାଣି ପାରିବ ଯେ ଏ ଉପଦେଶ ମୋ’ ନିଜର ନୁହେଁ। 18 ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ। 19 ଏହା ସତ୍ୟ ଯେ ମୋଶା ତୁମ୍ଭକୁ ନିୟମ (ବ୍ୟବସ୍ଥା) ଦେଇଛନ୍ତି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି ସେ ନିୟମ ମାନୁ ନାହଁ। ତୁମ୍ଭେ ମୋତେ କାହିଁକି ମାରି ଦେବା ପାଇଁ ଚେଷ୍ଟା କରୁଛ?”
20 ଲୋକମାନେ କହିଲେ, “ତୁମ୍ଭ ଭିତରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦେଇଛି। ଆମ୍ଭେ ତୁମ୍ଭକୁ ମାରିବାକୁ ଚେଷ୍ଟା କରୁ ନାହୁଁ।”
21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଗୋଟିଏ ଆଶ୍ଚର୍ଯ୍ୟକାର୍ଯ୍ୟ କଲି, ଏବଂ ତୁମ୍ଭେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲ। 22 ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ [a] କରିଥାଅ। 23 ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ? 24 କୌଣସି ବିଷୟର ବାହ୍ୟରୂପ ଦେଖି ବିଗ୍ଭର କର ନାହିଁ। ପ୍ରକୃତରେ ଯାହା ଠିକ୍, ତଦନୁଯାୟୀ ବିଗ୍ଭର କର।”
ଯୀଶୁ କ’ଣ ପ୍ରକୃତରେ ଖ୍ରୀଷ୍ଟ ଜନତାଙ୍କ ମଧ୍ୟରେ ଆଲୋଡ଼ନ
25 ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି। 26 କିନ୍ତୁ ସେ ପ୍ରକାଶରେ ପ୍ରଗ୍ଭର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଗ୍ଭର ବନ୍ଦ କରିବା ପାଇଁ ଚେଷ୍ଟା କରୁ ନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତରେ ଖ୍ରୀଷ୍ଟ। 27 କିନ୍ତୁ ଆମ୍ଭେ ଜାଣୁ ଏହି ବ୍ୟକ୍ତି କେଉଁଠାରୁ ଆସିଛି। ଯେତେବେଳେ ପ୍ରକୃତ ଖ୍ରୀଷ୍ଟ ଆସିବେ, ସେତେବେଳେ କେହି ତାହାଙ୍କର ଆସିବା ସ୍ଥାନ ଜାଣି ପାରିବେ ନାହିଁ।”
28 ଯୀଶୁ ମନ୍ଦିରରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ୱରରେ କହିଲେ, “ହଁ, ତୁମ୍ଭେ ମୋତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ୟ ଜାଣ। କିନ୍ତୁ ମୁଁ ମୋର ନିଜ ଅଧିକାର ବଳରେ ଆସି ନାହିଁ। ମୁଁ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ। 29 କିନ୍ତୁ ମୁଁ ତାହାଙ୍କୁ ଜାଣିଛି ଓ ମୁଁ ତାହାଙ୍କ ପାଖରୁ ଆସିଛି। ସେ ସୋତେ ପଠାଇଛନ୍ତି।”
30 ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା। 31 ବହୁତ ଲୋକ ଯୀଶୁଙ୍କୁ ବିଶ୍ୱାସ କଲେ। ଲୋକମାନେ କହିଲେ, “ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ୟକ୍ତି ଯେଉଁସବୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ’ଣ ଅଧିକ କରିବେ? ନା, ଏହି ବ୍ୟକ୍ତି ନିଶ୍ଚୟ ଖ୍ରୀଷ୍ଟ ହୋଇଥିବେ।”
ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯିହୂଦୀ ନେତାମାନଙ୍କର ଚେଷ୍ଟା
32 ଲୋକମାନେ ଯୀଶୁଙ୍କ ବିଷୟରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ୟ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିରରେ କେତେକ ସୈନ୍ୟଙ୍କୁ ପଠାଇଲେ। 33 ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭ ସହିତ ଆଉ ଅଳ୍ପ ସମୟ ରହିବି। ମୋତେ ଯିଏ ପଠାଇଛନ୍ତି ମୁଁ ତାହାଙ୍କ ନିକଟକୁ ଫେରିଯିବି। 34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ। ଆଉ, ମୁଁ ଯେଉଁଠାରେ ଥିବି, ସେଠାକୁ ତୁମ୍ଭେମାନେ ଯାଇ ପାରିବ ନାହିଁ।”
35 ଯିହୂଦୀମାନେ ପରସ୍ପର କୁହାକୁହି ହେଲେ, “ଏ ଲୋକ ଏପରି କେଉଁଠାକୁ ଯିବ ଯେ, ଆମ୍ଭେ ତାହାକୁ ପାଇବା ନାହିଁ। ସେ କ’ଣ ଗ୍ରୀକ୍ ନଗର ଗୁଡ଼ିକୁ ଯିବ, ଯେଉଁଠାରେ ଆମ୍ଭ ଲୋକମାନେ ରୁହନ୍ତି? ସେ ସେଠାରେ ଗ୍ରୀକ୍ ଲୋକମାନଙ୍କୁ ଶିକ୍ଷା ଦେବ କି? 36 ଏହି ଲୋକ କହୁଛି, ‘ତୁମ୍ଭେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ।” ସେ ପୁଣି କହୁଛି, ‘ମୁଁ ଯେଉଁଠି ରହିବି, ତୁମ୍ଭେ ଆସି ପାରିବ ନାହିଁ।’ ଏହାର ଅର୍ଥ କ’ଣ?”
2010 by World Bible Translation Center