Book of Common Prayer
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।
88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
2 ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
3 ମୋର ପ୍ରାଣ ଦୁଃଖରେ ଭରପୁର।
ମୁଁ ଶୀଘ୍ର ମରିଯିବି।
4 ମୁଁ ଜଣେ ଶକ୍ତି ହରାଇଥିବା
ପ୍ରାୟ ମୃତ ଲୋକପରି ହୋଇଅଛି।
5 ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
ଭୁଲିଗଲେ ଓ ସହାୟ ନାହିଁ।
6 ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
ଗଭୀର ସ୍ଥାନରେ ରଖିଅଛ।
7 ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ।
8 ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
ମୁଁ ଅଛୁଆଁ ପରି ସେମାନେ ମୋ’ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
9 କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ?
11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।
13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
ମୋତେ ସାହାରା ଦିଅ।
ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ’ଠାରୁ ଦୂରେଇ ରଖିଅଛ।
ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
8 ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
ବିଶ୍ରାମବାର ନିମିତ୍ତକ ଗୀତ।
92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
2 ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
3 ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
ସୂ-ଗୀତ ଗାନ କରିବା ଭଲ।
4 ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
6 ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
7 ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
8 କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
9 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
ଲିବାନୋନ୍ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
ନିୟମ ଲଙ୍ଘନ
11 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା। ତାହା ହେଉଛି ଏହି, 2 “ହେ ଯିରିମିୟ, ତୁମ୍ଭେ ଏହି ନିୟମର ବାକ୍ୟ ଶୁଣ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଏହା ଜଣାଅ। 3 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ବ୍ୟକ୍ତି ଏହି ନିୟମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ। 4 ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତେବେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା।’ ସେତିକି ବେଳେ ସେମାନଙ୍କୁ ବାହାର କରି ଆଣି ଏହି ଆଦେଶ ଦେଇଥିଲୁ, ‘ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ କର। ତାହାହେଲେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା।’
5 “ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁଗ୍ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।”
ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”
6 ତା’ପରେ ସଦାପ୍ରଭୁ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୁଶାଲମର ସବୁ ପଥରେ ଏହିସବୁ ପ୍ରଗ୍ଭର କର, ‘ତୁମ୍ଭେମାନେ ଏହି ନିୟମର ବିଧିସବୁ ଶୁଣ ଓ ସେଗୁଡ଼ିକ ପାଳନ କର। 7 ମୁଁ ଯେଉଁ ଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସେବେଠାରୁ ମୁଁ ବାରମ୍ବାର ସେମାନଙ୍କୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ। 8 ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’”
14 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସେମାନେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ୱରରେ ସାହାଯ୍ୟ ଭିକ୍ଷା କରିବେ। ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ?
କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି।
ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ?
ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?”
16 ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ବୋଧନ କରିଥିଲେ,
“ସୁନ୍ଦର ଫଳରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜୀତବୃକ୍ଷ” ବୋଲି।
ମାତ୍ର ତାହା ଲୋକାରଣ୍ୟର ମହାଶବ୍ଦ ପରି ସେ ତହିଁ ଉପରେ ଅଗ୍ନି ଜଳାଇବେ
ଓ ତାହାର ଶାଖାସବୁ ଜଳି ଯିବ।
17 ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”
ଯିରିମିୟଙ୍କ ବିରୁଦ୍ଧରେ ମନ୍ଦ ଯୋଜନା
18 ସଦାପ୍ରଭୁ ମୋତେ ଜଣାଇଲେ ଯେ ଅନାଥୋତର ଲୋକମାନେ ମୋ’ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେ ସେମାନଙ୍କର କ୍ରିୟା ମୋତେ ସେ ସମୟରେ ଦେଖାଇଲେ। 19 ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।” 20 କିନ୍ତୁ ହେ ସଦାପ୍ରଭୁ, “ତୁମ୍ଭେ ଜଣେ ପ୍ରକୃତ ବିଗ୍ଭରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ମୋତେ ଦେଖାଅ। କାରଣ ମୋର ଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ୱାସ କରିବି।”
ପାପ ପାଇଁ ମୃତ, କିନ୍ତୁ ଖ୍ରୀଷ୍ଟଙ୍କ ପ୍ରତି ଜୀବିତ
6 ତା’ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? 2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା’ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି? 3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। 4 ଅତଏବ ଆମ୍ଭେ ଯେତେବେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ଭିତରେ ସମାଧି ପ୍ରାପ୍ତ ହୋଇଗଲୁ ଓ ତାହାଙ୍କ ମୃତ୍ୟୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହେବା ଦ୍ୱାରା ଆମ୍ଭେ ପୁନରୁତ୍ଥିତ ହୋଇ ନୂତନ ଜୀବନଯାପନ କରିବା। ପରମପିତାଙ୍କର ଆଶ୍ଚର୍ଯ୍ୟ ଶକ୍ତି ଦ୍ୱାରା ଯେପରି ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେହିଭଳି ଏହା ଘଟିଲା।
5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା। 6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା’ପରେ ଆମ୍ଭେ ପାପର ଦାସ ହେବୁ ନାହିଁ। 7 ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ୱରୁ ମୁକ୍ତ ହୋଇ ଯାଇଛି।
8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା’ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। 9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। 10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି। 11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।
33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ ଅବ୍ରହାମଙ୍କ ବଂଶଧର। ଆମ୍ଭେ କେବେ ହେଲେ କ୍ରୀତଦାସ ହୋଇ ନାହୁଁ। ତେଣୁ ତୁମ୍ଭେ କାହିଁକି କହୁଛ ଯେ ଆମ୍ଭେ ମୁକ୍ତ ହେବୁ?”
34 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ପାପ କରୁଥିବା ଲୋକ ହେଉଛି ଜଣେ କ୍ରୀତଦାସ। ପାପ ତା’ର ପ୍ରଭୁ। 35 ଜଣେ କ୍ରୀତଦାସ ଗୋଟିଏ ପରିବାରରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହୋଇ ସବୁବେଳେ ରୁହେ। 36 ତେଣୁ ଯଦି ସେହି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତେବେ ତୁମ୍ଭେ ପ୍ରକୃତରେ ମୁକ୍ତି ପାଇବ। 37 ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମୋତେ ହତ୍ୟା କରିବାକୁ ଗ୍ଭହଁ, ଯେହେତୁ ତୁମ୍ଭେ ମୋର ଉପଦେଶ ଗ୍ରହଣ କରିବା ପାଇଁ ଗ୍ଭହଁ ନାହିଁ। 38 ମୋତେ ପରମପିତା ଯାହା ଦେଖାଇଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭେମାନେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।”
39 ଯିହୂଦୀମାନେ କହିଲେ, “ଅବ୍ରହାମ ଆମ୍ଭମାନଙ୍କର ପିତା।”
ଯୀଶୁ କହିଲେ, “ଯଦି ତୁମ୍ଭେ ପ୍ରକୃତରେ ଅବ୍ରହାମଙ୍କ ସନ୍ତାନ, ତେବେ ତୁମ୍ଭେମାନେ ଅବ୍ରହାମ କରିଥିବା କାର୍ଯ୍ୟମାନ କରିବ। 40 ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ। 41 ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।”
କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”
42 ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି। 43 ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ। 44 ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା’ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା’ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।
45 “ମୁଁ ସତ୍ୟ କହେ। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। 46 ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ଏ କଥା ପ୍ରମାଣ କରି ପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ୟ କହେ, ତେବେ ମୋତେ କାହିଁକି ବିଶ୍ୱାସ କରୁ ନାହଁ? 47 ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”
2010 by World Bible Translation Center