Book of Common Prayer
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ ହେଉ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
ଧନ୍ୟବାଦାର୍ଥକ ଗୀତ।
100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
ତୁମ୍ଭର ମହାନତା ଦେଖାଅ।
2 ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
ସଦାପ୍ରଭୁ ଆଉ କେତେ କାଳ?
4 ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
6 ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
7 ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।
8 ହେ ପଶୁବତ୍ ଲୋକମାନେ,
ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
ଚେଷ୍ଟା କର ଏବଂ ବୁଝ।
9 ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।
12 ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।
16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।
20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
ବିଶ୍ରାମ ଦିନକୁ ପବିତ୍ର ରଖିବା
19 ସଦାପ୍ରଭୁ ମୋତେ ଏହା କହିଲେ, “ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠାରେ ଯିହୁଦାର ରାଜାଗଣ ଯାତାୟାତ କରନ୍ତି, ସେହି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ଯାତାୟାତ କରନ୍ତି ଓ ଯିରୁଶାଲମର ସକଳ ଫାଟକରେ ଯାଇ ଠିଆ ହୁଅ ଓ ମୋର ବାର୍ତ୍ତା ପ୍ରଗ୍ଭର କର।”
20 ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। 21 ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ନିଜ ଜିନିଷ ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହନ କର ନାହିଁ ଏବଂ ଯିରୁଶାଲମର ଫାଟକ ଦେଇ ତାହା ଭିତରକୁ ଆଣ ନାହିଁ। 22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। 23 ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’” 24 ମାତ୍ର ସଦାପ୍ରଭୁ କହନ୍ତି, “‘ଯଦି ତୁମ୍ଭେମାନେ ଯତ୍ନ ସହକାରେ ମୋ’ କଥାକୁ ଧ୍ୟାନ ଦିଅ, ଯଦି ତୁମ୍ଭେମାନେ ବିଶ୍ରାମ ଦିନରେ ଯିରୁଶାଲମର ଫାଟକ ଦେଇ କୌଣସି ବୋଝ ନ ଆଣ ଏବଂ ଯଦି ତୁମ୍ଭେମାନେ ସେଇ ଦିନରେ କୌଣସି କାମ ନ କର। ମାତ୍ର ତାକୁ ପବିତ୍ର ମାର୍ଗରେ ପାଳନ କର।
25 “‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ। 26 ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମିନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ ସୁଗନ୍ଧି ଧୂପ ଆଉ ଧନ୍ୟବାଦାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
27 “‘ମାତ୍ର ତୁମ୍ଭେମାନେ ଯେବେ ଆମ୍ଭର ବାକ୍ୟରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହନ କରି ଯିରୁଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ସେହି ଦ୍ୱାର ସମୂହରେ ଅଗ୍ନି ଜଳାଇବା। ଏହା ଯିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ଯ୍ୟନ୍ତ ଜଳି ରହିବ।’”
13 ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।
ମଣିଷର ଦ୍ୱନ୍ଦ
14 ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ। 15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସେହି କାମ କରେ। 16 ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ। 17 କିନ୍ତୁ ମୁଁ, ପ୍ରକୃତରେ ଏହି ମନ୍ଦ କର୍ମ କରି ନ ଥାଏ। ମୋ’ ଭିତରେ ଥିବା ପାପର ସ୍ୱଭାବ ଏହିସବୁ କାମ କରେ। 18 ମୁଁ ଏହା ଜାଣେ ଯେ ମୋ’ ଭିତରେ କିଛି ଭଲ ନାହିଁ। ମୋ’ କହିବା ଅର୍ଥ ଯେ, ମୋର ଶରୀରରେ କୌଣସି ଭଲ ବିଷୟ ନାହିଁ। 19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ। 20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଗ୍ଭହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତରେ ଏସବୁ କରେ ନାହିଁ। ମୋ’ ଭିତରେ ଥିବା ପାପ ଏହିସବୁ କାମ କରେ।
21 ସେହିଭଳି ମୁଁ ଏହି ବ୍ୟବସ୍ଥାଟି ଶିଖିଛି: ଯେତେବେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମୋ’ ପାଖେ ଉପସ୍ଥିତ ଥାଏ। 22 ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ। 23 କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ। 24 ଏହା ଭୟଙ୍କର ଅଟେ! ମୋତେ ଏହି ଶରୀରରୁ, ଯାହା ମୋ’ ପାଇଁ ମୃତ୍ୟୁ ଆଣେ, କିଏ ରକ୍ଷା କରିବ? ପରମେଶ୍ୱର ମୋତେ ରକ୍ଷା କରିବେ। 25 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ଧନ୍ୟବାଦ ହେଉ।
ଅତଏବ-ମୋ’ ମନ ସହିତ ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାର ଦାସ। କିନ୍ତୁ ପାପପୂର୍ଣ୍ଣ ସ୍ୱଭାବରେ ମୁଁ ପାପଯୁକ୍ତ ନିୟମର ଦାସ।
ଯୀଶୁ ପାଣିରେ ଗ୍ଭଲିଲେ(A)
16 ତାହାଙ୍କ ଶିଷ୍ୟମାନେ ସେହି ସନ୍ଧ୍ୟାରେ ଗାଲିଲୀ ହ୍ରଦକୁ ଗଲେ। 17 ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ। 18 ଖୁବ୍ ଜୋର୍ରେ ପବନ ବହୁଥିଲା। ହ୍ରଦରେ ବଡ଼ ବଡ଼ ଢେଉ ଉଠିଲା। 19 ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା’ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। 20 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।” 21 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା’ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।
ଲୋକମାନେ ଯୀଶୁଙ୍କୁ ଖୋଜିଲେ
22 ତହିଁ ଆର ଦିନ ହ୍ରଦର ଆର ପଟେ କେତେକ ଲୋକ ରହିଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଯାଇ ନାହାନ୍ତି, ଏହି ବିଷୟ ସେହି ଲୋକମାନେ ଜାଣି ନ ଥିଲେ। ସେମାନେ ଜାଣିଥିଲେ ଯେ, ଶିଷ୍ୟମାନେ ଯୀଶୁଙ୍କୁ ଏକାକୀ ଛାଡ଼ି ଦେଇ ଡଙ୍ଗାରେ ଗ୍ଭଲିଗଲେ। ସେମାନେ ଜାଣିଥିଲେ ଯେ, ସେଠାରେ କେବଳ ସେହି ଗୋଟିଏ ମାତ୍ର ଡଙ୍ଗା ଥିଲା। 23 କିନ୍ତୁ ସେତେବେଳେ ତିବିରିଆରୁ କେତେକ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନରେ ପୂର୍ବଦିନ ଖାଇଥିଲେ ସେଠାରେ ଡଙ୍ଗା ଗୁଡ଼ିକ ଆସି ରହିଲା। ସେହି ସ୍ଥାନରେ ପ୍ରଭୁ ଯୀଶୁ ଧନ୍ୟବାଦ ଦେବା ପରେ ସେମାନେ ରୋଟୀ ଖାଇଥିଲେ। 24 ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ।
ଯୀଶୁ, ଜୀବନ ସ୍ୱରୂପ ଖାଦ୍ୟ
25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଆପଣ ଏଠାକୁ କେତେବେଳେ ଆସିଲେ?”
26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। 27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”
2010 by World Bible Translation Center