Book of Common Prayer
କଫ
145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।
ରେଶ୍
153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।
ଶିନ୍
161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।
ତୌ
169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।
ଆରୋହଣ ଗୀତ।
128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।
2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
4 ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
6 ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଏକ ଆରୋହଣ ସଙ୍ଗୀତ।
129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
ଇସ୍ରାଏଲ, ଏହାକୁ ଆଉଥରେ କୁହ।
2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
3 ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
4 କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
5 ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
6 ସେମାନେ ଗୃହର ଛାତ ଉପରିସ୍ଥ
ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
7 ଯେପରି କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
“ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
30 “ହେ ଯିରିମିୟ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର। ସେମାନଙ୍କୁ କୁହ,
‘ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ହୁଙ୍କାର କରିବେ।
ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚିତ୍କାର ଶୁଣାଇବେ।
ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପରେ ମହାରବ କରିବେ
ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧରେ ସିଂହାସନ କରିବେ।
31 ସମଗ୍ର ପୃଥିବୀରେ ଏକ ଧ୍ୱନି ବ୍ୟାପିଯିବ।
କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପରେ
ସଦାପ୍ରଭୁଙ୍କର କ୍ରୋଧ ଅଛି।
ସେ ସେମାନଙ୍କର ବିଗ୍ଭର କରି ଶାସ୍ତି ଦେବେ।
ପୁଣି ସେ ଦୁଷ୍ଟାଗ୍ଭରୀମାନଙ୍କୁ
ଖଡ଼୍ଗରେ ସମର୍ପଣ କରିବେ।’”
ଏହା ସଦାପ୍ରଭୁ କହନ୍ତି।
32 ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଦେଖ, ଦେଶକୁ ଦେଶ
ଅମଙ୍ଗଳ ଘଟିବ।
ସମଗ୍ର ପୃଥିବୀରେ
ମହା ତୋଫାନ ଉଠିବ।”
33 ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶେଷ ସୀମା ପର୍ଯ୍ୟନ୍ତ ଦେଖାଯିବ। ସେମାନଙ୍କ ପାଇଁ ବିଳାପ କରିବାକୁ କେହି ନ ଥିବେ ଓ କବର ଦେବା ପାଇଁ ମଧ୍ୟ କେହି ନ ଥିବେ। ସେମାନେ ଭୂଇଁର ଗୋବର ଖତ ହେବେ।
34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର।
ହେ ମେଷଗଣର ଅଧିପତିମାନେ, ତୁମ୍ଭେମାନେ ଭୂମିରେ ଗଡ଼।
କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ବର୍ତ୍ତମାନ ଆଗତ ହେଲା।
ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା।
ତୁମ୍ଭେମାନେ ଭଗ୍ନପାତ୍ର ତୁଲ୍ୟ ବିକ୍ଷିପ୍ତ ହୋଇପଡ଼ିବ।
35 ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ।
ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।
36 ମୁଁ ମେଷପାଳକମାନଙ୍କର ଚିତ୍କାର
ଓ ମେଷପଲର ଅଧିପତିମାନଙ୍କର ସ୍ୱର ଶୁଣିଅଛି।
କାରଣ ସଦାପ୍ରଭୁ ସେମାନଙ୍କର ବାସସ୍ଥାନ ଉଜାଡ଼ କରିଅଛନ୍ତି।
37 ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଯୋଗୁଁ
ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ୟ ମରୁ ହୋଇଅଛି।
38 ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି।
ତାଙ୍କର କ୍ରୋଧ ରୂପକ ଖଡ଼୍ଗ ଭୟଙ୍କର ହେବ
ଓ ସେହି ପ୍ରଚଣ୍ଡ କ୍ରୋଧ ହେତୁରୁ
ଦେଶ ଶୂନ୍ୟ ମରୁମୟ ସ୍ଥାନ ହେବ।
14 କିନ୍ତ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ। 15 ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।” [a]
16 ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?” [b] 17 ସୁସମାଗ୍ଭର ଶୁଣିଲେ ବିଶ୍ୱାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟରେ କହିଲେ ଲୋକେ ଶୁଣନ୍ତି।
18 କିନ୍ତୁ ମୁଁ ପଗ୍ଭରୁଛି: “କ’ଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି?” ହଁ ସେମାନେ ଶୁଣିଛନ୍ତି। ଶାସ୍ତ୍ର କୁହେ:
“ସେମାନଙ୍କର ସ୍ୱର ଜଗତର ସର୍ବତ୍ର ଖେଳିଗଲା।
ସେମାନଙ୍କ ବାକ୍ୟ ଜଗତର ପ୍ରାନ୍ତରର ଶେଷଭାଗ ପର୍ଯ୍ୟନ୍ତ ଖେଳିଗଲା।” (A)
19 ପୁନର୍ବାର ମୁଁ ପଗ୍ଭରୁଛି: “କ’ଣ ଇସ୍ରାଏଲର ଲୋକେ ବୁଝି ପାରି ନ ଥିଲେ?” ହଁ ସେମାନେ ବୁଝିଥିଲେ। ପ୍ରଥମେ ମୋଶା କହିଛନ୍ତି:
“ଜାତୀୟ ଚରିତ୍ର ନ ଥିବା ଲୋକଙ୍କ ଦ୍ୱାରା ମୁଁ ତୁମ୍ବ ଭିତରେ ଈର୍ଷା ଜାତ କରାଇବି।
ନିର୍ବୋଧ ଲୋକଙ୍କ ଦ୍ୱାରା ମୁଁ ତୁମ୍ଭ ଭିତରେ କ୍ରୋଧ ଜାତ କରାଇବି।” (B)
20 ଏହା ପରେ ଯିଶାଇୟ ନିର୍ଭୟ ହୋଇ କହନ୍ତି:
“ଯେଉଁ ଲୋକମାନେ ମୋତେ ଖୋଜୁ ନ ଥିଲେ
ସେମାନେ ପାଇଲେ।
ଯେଉଁମାନେ ଖୋଜି ନାହାନ୍ତି ସେମାନଙ୍କ ପାଇଁ ମୁଁ ନିଜକୁ ପ୍ରକାଶ କଲି।” (C)
21 କିନ୍ତୁ ଇସ୍ରାଏଲ ଲୋକଙ୍କ ବିଷୟରେ ପରମେଶ୍ୱର ଏହା କହନ୍ତି,
“ଆମ୍ଭେ ଏହି ଲୋକଙ୍କ ପାଇଁ ଦିନସାରା ଅପେକ୍ଷା କରିଥିଲେ ମଧ୍ୟ,
ସେମାନେ ଆମ୍ଭକୁ ମାନିଲେ ନାହିଁ ଓ ଅନୁସରଣ କଲେ ନାହିଁ।” [c]
ମେଷପାଳକ ଓ ତା’ର ମେଷ
10 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। 2 କିନ୍ତୁ ଯେଉଁ ଲୋକ ମେଷମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦେଇ ଯାଏ। ସେ ହିଁ ମେଷପାଳକ। 3 ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା’ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ। 4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା’ର ସ୍ୱର ଜାଣନ୍ତି। 5 କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”
6 ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।
ଯୀଶୁ ଉତ୍ତମ ମେଷପାଳକ
7 ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। 8 ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। 9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା’ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।
11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।
14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”
2010 by World Bible Translation Center