Book of Common Prayer
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
ପ୍ରଧାନ ବାଦ୍ୟକର ନିମନ୍ତେ ଅରଣ୍ୟର ମୃଗ ସ୍ୱରରେ ଦାଉଦଙ୍କର ଏକ ଗୀତ।
22 ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ?
ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ?
ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ଦିନରେ ଡାକିଲି
କିନ୍ତୁ ତୁମ୍ଭେ ଉତ୍ତର ଦେଲ ନାହିଁ
ଓ ପୁନର୍ବାର ତୁମ୍ଭକୁ ରାତିରେ ଡାକିଲି।
3 ହେ ପରମେଶ୍ୱର, ତୁମ୍ଭେ ଏକମାତ୍ର ପବିତ୍ର ଅଟ।
ତୁମ୍ଭେ ରାଜାର ଆସନରେ ଆସୀନ।
ଇସ୍ରାଏଲ ପ୍ରଶଂସା ହିଁ ତୁମ୍ଭର ସିଂହାସନ ଅଟେ।
4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ।
ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ।
5 ହେ ପରମେଶ୍ୱର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲେ ଏବଂ ସେମାନେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ।
ସେମାନେ ତୁମ୍ଭଙ୍କୁ ବିଶ୍ୱାସ କରିଥିବାରୁ ସେମାନେ ନିରାଶ ହେଲେ ନାହିଁ।
6 କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ,
ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି।
7 ପ୍ରତ୍ୟେକ ଯିଏ ମୋତେ ଦେଖେ ସେମାନେ ମୋର ପରିହାସ କରନ୍ତି।
ସେମାନେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।
8 ସେମାନେ ମୋତେ କହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକ, ସେ ତୁମ୍ଭକୁ ଉଦ୍ଧାର କରି ପାରନ୍ତି।
ଯଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥା’ନ୍ତି ତେବେ ନିଶ୍ଚୟ ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।”
9 ହେ ପରମେଶ୍ୱର, ସତ୍ୟ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ଯାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ।
ତୁମ୍ଭେ ମୋର ଯତ୍ନ ନେଇଛ, ଯେଉଁ ଦିନରୁ ମୁଁ ଜନ୍ମଲାଭ କରିଛି।
ତୁମ୍ଭେ ମୋତେ ସୁରକ୍ଷା ତଥା ବିଶ୍ୱାସ ପ୍ରଦାନ କରିଛ, ଯେବେଠୁଁ ମୁଁ ଏକ ଛୋଟ ପିଲା ଥିଲି।
10 ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ୱର ବୋଲି ମାନି ଆସିଛି।
ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହୋଇଛି।
11 ତେଣୁ ହେ ପରମେଶ୍ୱର ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
ଆଗରେ ବିପଦ ମାଡ଼ି ଆସୁଛି, ମୋତେ ସାହାଯ୍ୟ କରିବାକୁ କେହି ନାହିଁ।
12 ଲୋକମାନେ ମୋର ଗ୍ଭରିପାଖରେ ଘେରି ରହିଛନ୍ତି।
ସେମାନେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।
13 ସେମାନେ ମୁଖ ମେଲାଇ ରହିଛନ୍ତି ସତେ ଯେମିତି
ଏକ ସିଂହ ତା’ର ଶିକାର ପଶୁକୁ ଆଗରେ ଦେଖି ଗର୍ଜନ କରେ।
14 ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି,
ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି।
ମୋର ଅସ୍ଥିସବୁ ଭାଙ୍ଗି ଯାଉଛି।
ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।
15 ମୋର ପାଟି ଖଣ୍ଡେ ଖପରା ପରି ଶୁଷ୍କ ହୋଇ ଯାଉଛି।
ମୋର ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମୋତେ ମୃତ୍ୟୁର ଧୂଳିରେ ଫିଙ୍ଗି ଦେଇଛ।
16 “କୁକୁରମାନେ” ମୋର ଗ୍ଭରିକଡ଼ରେ ଘେରି ରହିଛନ୍ତି।
ସେହି ଦୁଷ୍ଟ ଲୋକମାନେ ଦଳବଦ୍ଧ ହୋଇ ମୋତେ ଯନ୍ତାରେ ପକାଇଛନ୍ତି।
ସେମାନେ ମୋର ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।
17 ମୋର ପଞ୍ଜରା ସବୁ ଗଣି ହୋଇ ଯାଉଛି
ଓ ସେହି ଲୋକମାନେ ମୋ’ ଆଡ଼କୁ କ୍ରୁର ଦୃଷ୍ଟିରେ ଗ୍ଭହୁଁଛନ୍ତି।
18 ସେହି ଲୋକମାନେ ମୋର ବସ୍ତୁସବୁ ନିଜ ଭିତରେ ବାଣ୍ଟି ନେଲେ।
ସେମାନେ ମୋର ଗ୍ଭେଗାକୁ ବାଜି ଲଗାନ୍ତି।
19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।
20 ହେ ସଦାପ୍ରଭୁ, ମୋର ପ୍ରାଣକୁ ସେହି ଖଡ଼୍ଗରୁ ରକ୍ଷା କର।
ସେହି କୁକୁରମାନଙ୍କ କବଳରୁ ମୋର ମୂଲ୍ୟବାନ ଆତ୍ମାକୁ ରକ୍ଷା କର।
21 ମୋତେ ସିଂହ ମୁଖରୁ ଉଦ୍ଧାର କର।
ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
22 ହେ ସଦାପ୍ରଭୁ, ମୁଁ ମୋର ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି।
ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି
ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ।
ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ
ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
30 ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ।
ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
31 ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ,
ଯାହାସବୁ ପରମେଶ୍ୱର କରିଛନ୍ତି।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
141 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ।
ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ଯଥା ଶୀଘ୍ର ମୋତେ ସାହାଯ୍ୟ କର।
2 ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।
3 ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର।
କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।
4 ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ।
ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର।
ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।
5 ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ।
ତାହା ତାଙ୍କ ପ୍ରତି ବହୁତ ଦୟା ହେବ।
ଯଦି ସେ ମୋତେ ସମାଲୋଚନା କରେ,
ମୁଁ ଏହା ହାର୍ଦ୍ଦିକ ସ୍ୱାଗତ [a] ଭଳି ଗ୍ରହଣ କରିବି।
କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।
6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ।
ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।
7 ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି,
ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।
8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି।
ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି।
ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।
9 ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି।
ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ।
ସେହି ଅବସରରେ ମୁଁ ରକ୍ଷା ପାଏ।
ଦାଉଦଙ୍କର ଏକ ଗୀତ।
143 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର।
ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।
2 ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ।
କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।
3 ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି।
ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି।
ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ
ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।
4 ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ।
ମୁଁ ମୋର ସାହସ ହରାଉଛି।
5 ମୁଁ ପୁରୁଣା ଦିନସବୁ ମନେ ପକାଏ।
ମୁଁ ତୁମ୍ଭର କର୍ମ ବିଷୟରେ ଭାବେ।
ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।
6 ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି।
ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।
7 ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ।
ମୁଁ ମୋର ସାହସ ହରାଇଛି।
ମୋ’ଠାରୁ ଦୂରେଇ ଯାଅ ନାହିଁ।
ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।
8 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ।
ମୁଁ ତୁମ୍ଭ ଉପରେ ଭରସା କରେ।
ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ।
କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।
9 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି।
ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।
10 ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ।
ତୁମ୍ଭେ ମୋର ପରମେଶ୍ୱର,
ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।
11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ,
ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ।
କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ,
ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।
12 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା
ମୋର ଶତ୍ରୁମାନଙ୍କୁ ପରାସ୍ତ କର।
ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର।
କାରଣ ମୁଁ ତୁମ୍ଭର ସେବକ ଅଟେ।
ବାବିଲସ୍ଥିତ ଜୀଉ ନିର୍ବାସିତମାନଙ୍କୁ ଏକ ପତ୍ର
29 ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ ଯାଜକଗଣଙ୍କ ପାଖକୁ ଭବିଷ୍ୟଦ୍ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖଦ୍ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।
4 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ଆମ୍ଭେ ଯିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି। 5 “ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପଭୋଗ କର। 6 ତୁମ୍ଭେମାନେ ବିବାହ କରି ପୁତ୍ରକନ୍ୟା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସେହି ପୁତ୍ରକନ୍ୟାମାନଙ୍କୁ ବିବାହ କରାଇ ସେମାନଙ୍କଠାରୁ ପୁତ୍ରକନ୍ୟା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ୟା ବୃଦ୍ଧି କର କିନ୍ତୁ ଊଣା କର ନାହିଁ। 7 ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।” 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟଦ୍ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ। 9 ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।
10 ତା’ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।” 11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି। 12 ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା। 13 ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।”
13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। 14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉଦ୍ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। 15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। 16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା’ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା’ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।
17 ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। 18 ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି। 19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।” 20 ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର। 21 ବିଶ୍ୱାସ ନ କରିବା ହେତୁ ଯଦି ପରମେଶ୍ୱର ପ୍ରଥମ ଗଛର ଶାଖାଗୁଡ଼ିକୁ ଭାଙ୍ଗିଦେଲେ, ତା’ହେଲେ ତୁମ୍ଭେମାନେ ମଧ୍ୟ ବିଶ୍ୱାସ ନ ରଖି ପାରିଲେ ପରମେଶ୍ୱର ତୁମ୍ଭମାନଙ୍କୁ ବିଛିନ୍ନ କରିଦେବେ।
22 ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା’ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ। 23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା’ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। 24 ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।
ଲାଜାରଙ୍କ ମୃତ୍ୟୁ
11 ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ। 2 ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ। 3 ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସେମାନେ କହି ପଠାଇଲେ, “ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡ଼ିତ ଅଛନ୍ତି।”
4 ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା’ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।” 5 ଯୀଶୁ ମାର୍ଥା, ତା’ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ। 6 ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ। 7 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆମ୍ଭେ ଯିହୂଦା ପ୍ରଦେଶକୁ ଫେରିଯିବା।”
8 ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?”
9 ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ। 10 କିନ୍ତୁ ରାତିରେ ଜଣେ ଲୋକ ଝୁଣ୍ଟେ, କାରଣ ରାତିବେଳେ ତାକୁ ଦେଖିବାରେ ସାହାଯ୍ୟ କରିବା ପାଇଁ ଆଲୋକ ନ ଥାଏ।”
11 ଯୀଶୁ ଏ କଥା କହିବା ସାରିବା ପରେ, କହିଲେ, “ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶୋଇଛନ୍ତି। ମୁଁ ତାହାଙ୍କୁ ଉଠେଇବା ପାଇଁ ସେଠାକୁ ଯାଉଛି।”
12 ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।” 13 ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ୟମାନେ ବୁଝିଲେ ଯେ ସେ ସାଧାରଣ ଶୋଇବା ବିଷୟରେ କହୁଛନ୍ତି।
14 ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, “ଲାଜାର ମରିଯାଇଛନ୍ତି, 15 ମୁଁ ଖୁସୀ ଯେ ମୁଁ ସେଠାରେ ନ ଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭେମାନେ ମୋ’ଠାରେ ବିଶ୍ୱାସ କରିବ। ଗ୍ଭଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ଯିବା।”
16 ତା’ପରେ ଥୋମା ଯାହାଙ୍କୁ ଦିଦୁମ [a] କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”
ବେଥନୀୟାରେ ଯୀଶୁ
17 ଯୀଶୁ ବେଥନୀୟାରେ ପହଞ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ୟୁ ହୋଇ କବରସ୍ଥ ହେବାର ଗ୍ଭରି ଦିନ ହୋଇଗଲାଣି। 18 ବେଥନୀୟା ଯିରୁଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର। 19 ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ।
20 ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ୱାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘରେ ରହିଲେ। 21 ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଯଦି ଆପଣ ଏଠାରେ ଥାଆନ୍ତେ, ତେବେ ମୋର ଭାଇ ମରି ନ ଥା’ନ୍ତା। 22 କିନ୍ତୁ ଏବେ ମଧ୍ୟ ମୁଁ ଜାଣେ ଯେ ଆପଣ ଯାହାକିଛି ମାଗିବେ, ପରମେଶ୍ୱର ତାହା ଦେବେ।”
23 ଯୀଶୁ କହିଲେ, “ତୁମ୍ଭର ଭାଇ ପୁଣି ଥରେ ବଞ୍ଚି ଉଠିବ।”
24 ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁତ୍ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।”
25 ଯୀଶୁ ତାକୁ କହିଲେ, “ମୁଁ ସେହି ପୁନରୁତ୍ଥାନ ଓ ଜୀବନ, ମୋ’ଠାରେ ବିଶ୍ୱାସ କରୁଥିବା ଲୋକ ମୃତ୍ୟୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ। 26 ମୋ’ଠାରେ ରହୁଥିବା ଓ ବିଶ୍ୱାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ’ଣ ଏହା ବିଶ୍ୱାସ କର?”
27 ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”
ତାହାଙ୍କ ବନ୍ଧୁମାନଙ୍କ ସହ ବେଥନୀୟାରେ ଯୀଶୁ(A)
12 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। 2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। 3 ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା’ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।
4 ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ, 5 “ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,” 6 କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।
7 ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। 8 ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”
ଲାଜାରଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର
9 ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ, 10 ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ।
2010 by World Bible Translation Center